କମୁଛି ଲୁଣା ନଦୀର ଜଳସ୍ତର

କେନ୍ଦ୍ରାପଡ଼ା ଅଫିସ, ୨।୪: ଗତ ଡିସେମ୍ବରରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣା ନଦୀର ଜଳସ୍ତର କମିବାରେ ଲାଗିଛି ା ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳର ପିଇବା ପାଣି ସମସ୍ୟା ଉଭା ହେବା ସହିତ ଅବବାହିକାରେ ଥିବା ଚାଷ ଜମି ପଡ଼ିଆ ପଡିବା ଆଶଙ୍କା ଦେଖାଦେଇଛି ା ଲୁଣା ନଦୀରୁ ବେଆଇନ ଭାବେ ବାଲି ଉଠା ଯାଉଥିବାରୁ ନଦୀପଥର ପରିବର୍ତ୍ତନ ହେବ ବୋଲି ସ୍ଥାନୀୟ ଅଞ୍ଚଳରେ ଉଦ୍‌ବେଗ ପ୍ରକାଶ ପାଇଛି ା ଜିଲାରେ ପ୍ରବାହିତ ନଦୀଗୁଡ଼ିକର ସଂଯୋଗୀକରଣ ପରେ ଏହି ସମସ୍ୟାର ସମାଧାନ ହୋଇ ପାରିବ ବୋଲି ବୁଦ୍ଧିଜୀବୀମାନେ ମତ ଦେଇଛନ୍ତି ା
ଏ ସଂକ୍ରାନ୍ତରେ କେନ୍ଦ୍ରାପଡା ସହରସ୍ଥ ଖଡିଅଙ୍ଗର କ୍ଷୀତିଶ କୁମାର ସିଂହ କହିଛନ୍ତି, ସହରକୁ ପାଣି ଯୋଗାଣ ପାଇଁ ପିଏଚ୍‌ଡି ଓ ଜଳ ସମ୍ପଦ ବିଭାଗର ସମନ୍ବୟରେ ଲୁଣା ନଦୀର କଳପଡ଼ା ଠାରୁ ପାଣି ଉଠାଯାଉଛି। ତେବେ ଜାନୁୟାରୀରୁ ନଦୀର ପମ୍ପ ହାଉସ ପାଖ ଶୁଖିଲା ପଡିଛି। ଏଥିପାଇଁ ଅପରପାର୍ଶ୍ୱରୁ ଏକ ୧୫୦ ମିଟରର ନାଳି ଖୋଳା ଯାଇ ପମ୍ପ ହାଉସ ନିକଟକୁ ପାଣି ଅଣା ଯାଉଥିଲା ା ଏହି ନାଳି ଏବେ ଶୁଖିଲା ଅବସ୍ଥାକୁ ଆସିଗଲାଣି ଏପରି ସ୍ଥିତି ରହିଲେ ଆସନ୍ତା ୧୫ ଦିନ ମଧ୍ୟରେ ସହରକୁ ଜଳ ଯୋଗାଣ ବନ୍ଦ ହୋଇଯିବ ା ବୁଦ୍ଧିଜୀବୀ ସନ୍ତୋଷ କୁମାର ପଣ୍ଡା କୁହନ୍ତ, ପଡାଗୟାସପୁର, ଗୟାସପୁର, ଥାଉରୀ, ଚଢ଼େଇଗୁଅଁା, ରାଜଗଡ, ଅଙ୍ଗୁଳାଇ ଆଦି ସ୍ଥାନରେ ଲୁଣାନଦୀର ଚେକ୍‌ଡ୍ୟାମ୍‌ ହୋଇଛି ା ପାନୀୟ ଜଳ ଯୋଗାଣ ସହ ଚାଷ କାର୍ଯ୍ୟ ପାଇଁ ଜଳ ଯୋଗାଣ ହେବା କଥା ା ତେବେ ଖରା ଆରମ୍ଭରୁ ଲୁଣା ନଦୀ ଜଳସ୍ତର ହ୍ରାସ ପାଇଥିବାରୁ ପ୍ରାୟ ୧୦ ହଜାର ହେକ୍ଟର ଜମି ପଡ଼ିଆ ପଡିବ ବୋଲି ଆକଳନ କରାଯାଉଛି ା ଏ ସମ୍ପର୍କରେ ପୂର୍ବତନ ଜିଲା ପରିଷଦ ସଭ୍ୟ ଗଣେଶ ଚନ୍ଦ୍ର ସାମଲ କୁହନ୍ତି, ଲୁଣା ନଦୀ କେନ୍ଦ୍ରାପଡ଼ା ମଧ୍ୟ ଦେଇ ପ୍ରବାହିତ ହେଉଛି ା ନଦୀର ଲମ୍ବ ୭୩ କିଲୋମିଟର ହୋଇଥିବା ବେଳେ ବ୍ରିଟିଶ ଶାସନ ସମୟରେ ଏହି ବାଟ ଦେଇ ନୌବାଣିଜ୍ୟ ହେଉଥିଲା ା ତେବେ ଏହାର ରକ୍ଷଣାବେକ୍ଷଣ ଅଭାବ, ବେଆଇନ ବାଲି ଓ ମାଟି ଉଠାଣ, ଜବରଦଖଲ ହେତୁ ଏବେ ନଦୀର ଗତିପଥ ପରିବର୍ତ୍ତନ ହୋଇଛି ା ଏହି ଜିଲାର ଅଧିବାସୀ ଚାଷ ଉପରେ ନିର୍ଭରଶୀଳ ହୋଇଥିବା ବେଳେ ୧୫,୮୫୦ ହେକ୍ଟର ଚାଷ ଜମିରେ ଉଦ୍‌ବୃତ୍ତ ଜଳର ନିଷ୍କାସନ ପାଇଁ କୌଣସି ବ୍ୟବସ୍ଥା ନାହିଁ ା ସେହିପରି ଜିଲାର ୩୨,୩୫୦ ହେକ୍ଟର ଚାଷ ଜମି ଲୁଣା ା ଏଥିସହ ବର୍ଷାଦିନେ ୩୪,୯୫୨ କ୍ଟେର ଜମିରେ ବନ୍ୟା ଜଳ ମାଡିଯାଉଛି। ଜିଲାର ୮୪,୯୧୦ ହେକ୍ଟର ଜମିକୁ ମରୁଡ଼ି ଅଞ୍ଚଳ ଘୋଷଣା କରାଯାଇଛି ା ନଦୀ ଓ ମୁଖ୍ୟ କେନାଲଗୁଡ଼ିକର ଜଳ ପରିଚାଳନା ପାଇଁ ଜିଲା ପରିଷଦରେ ବାରମ୍ବାର ଦାବି ସତ୍ତ୍ୱେ କୌଣସି ସୁଫଳ ମିଳିଲା ନାହିଁ ା ସାମାଜିକ କର୍ମୀ ପ୍ରତାପ କୁମାର ତ୍ରିପାଠୀ କହିଛନ୍ତି, ଲୁଣା ନଦୀର ଜଳସେଚନ ଫଳରେ ଜିଲାରେ ଧାନ ସହ ରବି ଫସଲ ଓ ନଳିତା, ବାଦାମ ଆଖୁ ପରି ଅର୍ଥକାରୀ ଫସଲ, ପନିପରିବା ଚାଷ ହେଉଥିଲା। ତେବେ ଗତ କିଛି ବର୍ଷ ଧରି ଏହି ନଦୀର ଜଳସ୍ତର କମିବାରେ ଲାଗିଛି ା ମହାନଦୀର ଉପରମୁଣ୍ଡରେ ଛତିଶଗଡ଼ ସରକାରଙ୍କ ବନ୍ଧ ନିର୍ମାଣ ଫଳରେ ଏପରି ସ୍ଥିତି ଉପୁଜିଛି ବୋଲି ସେ ମତ ଦେଇଛନ୍ତି ା କୃଷକ ନେତା ବିଧୁଭୂଷଣ ମହାପାତ୍ର କହିଛନ୍ତି, ଜିଲାରେ ୭ ନଦୀ ପ୍ରବାହିତ ହେଉଛି ା ଏହି ନଦୀଗୁଡିକୁ ସଂଯୋଗୀକରଣ କରାଯାଇ ବିଭିନ୍ନ ସ୍ଥାନରେ ବ୍ୟାରେଜ ନିର୍ମାଣ କରାଗଲେ ଜିଲାର ଚାଷ ଜମିକୁ ଜଳସେଚନ ବ୍ୟବସ୍ଥା ହୋଇପାରନ୍ତା ା ଏନେଇ ପ୍ରଶାସକ ଓ ସ୍ଥାନୀୟ ରାଜନେତା କୌଣସି ପଦକ୍ଷେପ ନେଉନାହାନ୍ତି ା ଆଗାମୀ ଦିନରେ ଚାଷ ସହ ପାନୀୟ ଜଳ ଜିଲା ପାଇଁ ସମସ୍ୟା ସୃଷ୍ଟି କରିବ ବୋଲି ସେ ଉଦ୍‌ବେଗ ପ୍ରକାଶ କରିଛନ୍ତି ା ଜଳସମ୍ପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ଇଂ.ଉମେଶ ଚନ୍ଦ୍ର ସେଠୀ କହିଛନ୍ତି, ଲୁଣା ନଦୀର ଉନ୍ନତିକରଣ ପାଇଁ ବିଭିନ୍ନ ଯୋଜନା ଚାଲୁ ରହିଛି ା ଏହି ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ଆର୍ଥିକ ଅନୁଦାନ ଆସିଛି। ଖୁବ୍‌ଶୀଘ୍ର ଜିଲାବାସୀ ଏହାର ସୁଫଳ ପାଇବେ ବୋଲି ସେ ମତ ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri