ବଢୁଛି ମହାନଦୀ ଜଳସ୍ତର,ତଳିଆ ଅଞ୍ଚଳ ଜଳମଗ୍ନ

ବୌଦ୍ଧ,୩ା୮(ଅଜିତ କୁମାର ବାରିକ): ବୌଦ୍ଧ ଜିଲାରେ ଲଗାଣ ବର୍ଷା ଯୋଗୁ ଏକ ପ୍ରକାର ବନ୍ୟା ପରିସ୍ଥିତି ଦେଖାଦେଇଛି। ମହାନଦୀ ଜଳସ୍ତର ବଢିବା ସହିତ ବିଭିନ୍ନ ନଦୀ ଫୁଲିବାରେ ଲାଗିଛି। ଜିଲାର ତଳିଆ ଅଞ୍ଚଳ ଜଳମଗ୍ନ ହୋଇପଡିଛି। ଅନେକ ଲୋକଙ୍କ ଘରେ ପାଣି ପଶିଯାଇଛି। ବୌଦ୍ଧ ଜିଲାରେ ମହାନଦୀରେ ବିପଦ ସଙ୍କେତ ୮୭.୮୦ ଥିବା ବେଳେ ବୁଧବାର ରାତିରେ ୮୭.୮୦ ଜଳସ୍ତର ରହିଥିବା ଜଣାପଡିଛି। ପୁରା ଜଗନ୍ନାଥ ସଡକ ବୌଦ୍ଧ ଠାରୁ ମାରଡା ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ପାଣି ବୋହୁଥିବାରୁ ଯୋଗାଯୋଗ ବିଛିନ୍ନ ହୋଇପଡିଛି। ଜଗନ୍ନାଥ ସଡକର କୃଷ୍ପମୋହନପୁର. ତେନୁଲିପଦର, ଧଳପୁର, ସୁରଣ୍ଡି, ଭେଜିଗୋଡା, କୋଡାସିଙ୍ଗା ଓ ମାରଡା ଠାରେ ପାଣି ପ୍ରବାହିତ ହେବା ଯୋଗୁ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡିଛି। ମହାନଦୀ କୂଳ ପାଣିଘରା ଗ୍ରାମର ଖଣ୍ଡିସାହି, ତେନ୍ତୁଲିପଦର, ଝରାସାହି, ମାରଡା, ଭେଜିଗୋରା, ସୁରୁଣ୍ଡି, ଧଳପୁର, ଖଣ୍ଡିଧଳପୁର ଉଆଁଳ, ତିରଡ, କୁମାରୀ ଗ୍ରାମ ମୁଣ୍ଡରେ ପାଣି ରହିଥିବା ଦେଖିବାକୁ ମିଳିଛି। ରାମଜାଙ୍ଗି ନାଳରେ ପାଣି ତୁଡା ମାରିବା ଯୋଗୁ କେନ୍ଦ୍ରୀୟ ବିଦ୍ୟାଳୟ ଭିତରକୁ ବର୍ଷା ପାଣି ପ୍ରବେଶ କରିଛି। ଜିଲାର ଶହ ଶହ ଏକର ଚାଷ ଜମିରେ ବର୍ଷା ପାଣି ଜମି ବ୍ୟାପକ କ୍ଷତି ଘଟାଇଛି। ଏପରି କି ମତ୍ସ୍ୟବିଭାଗ କାର୍ଯ୍ୟାଳୟ ଭିତରେ ଥିବା ପୋଖରୀଗୁଡିକରେ ପାଣି ଭର୍ତ୍ତି ହୋଇଯିବାରୁ ପୋଖରୀରେ ଥିବା ମାଛ ଓ ଜାଆଁଳ ଭାସିଯାଇ ପାଖରେ ଥିବା ମହାନଦୀକୁ ପଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିଓକେ ହତ୍ୟାକାଣ୍ଡକୁ ନେଇ ବ୍ରିଟେନ୍‌ରେ ବିକ୍ଷୋଭ

ଲଣ୍ଡନ,୧୦ା୬: ପାକ୍‌ ଅଧିକୃତ କଶ୍ମୀର (ପିଓକେ)ର ଏକ ଅନ୍ତ୍ୟେଷ୍ଟିକ୍ର୍ରିୟା ବେଳେ ପୋଲିସ ଗୁଳିରେ ଅନୂ୍ୟନ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏହାକୁ ନିନ୍ଦାକରି ବ୍ରିଟେନରେ ବିକ୍ଷୋଭ କରାଯାଇଛି।…

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri