ଲୁଣା ନଦୀର ଜଳସ୍ତର କମୁଛି

କେନ୍ଦ୍ରାପଡ଼ା,୨୨ା୩ (ଜଗନ୍ନାଥ ଧଳ): ଗତ ଡିସେମ୍ବର ମାସରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣା ନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳର ପିଇବା ପାଣି ସମସ୍ୟା ଉଭା ହେବା ସହିତ ଅବବାହିକାରେ ଥିବା ଚାଷ ଜମି ପଡ଼ିଆ ପଡିବା ଆଶଙ୍କା ଦେଖାଦେଇଛି। ଲୁଣା ନଦୀରୁ ବେଆଇନ ଭାବେ ବାଲି ଉଠା ଯାଉଥିବାରୁ ନଦୀପଥର ପରିବର୍ତ୍ତନ ହେବ ବୋଲି ସ୍ଥାନୀୟ ଅଞ୍ଚଳରେ ଉଦ୍‌ବେଗ ପ୍ରକାଶ ପାଇଛି। ଜିଲାରେ ପ୍ରବାହିତ ନଦୀଗୁଡିକର ସଂଯୋଗୀକରଣ ପରେ ଏହି ସମସ୍ୟାର ସମାଧାନ ହୋଇ ପାରିବ ବୋଲି ବୁଦ୍ଧିଜୀବୀମାନଙ୍କ ମତ ପ୍ରକାଶ ପାଇଛି।
ଏ ସଂକ୍ରାନ୍ତରେ କେନ୍ଦ୍ରାପଡ଼ା ସହରସ୍ଥ ଖଡିଅଙ୍ଗର କ୍ଷୀତିଶ କୁମାର ସିଂହ କହିଛନ୍ତି, ସହରକୁ ପାଣି ଯୋଗାଣ ପାଇଁ ପିଏଚ୍‌ଡି ଓ ଜଳ ସମ୍ପଦ ବିଭାଗର ସମନ୍ବୟରେ ଲୁଣା ନଦୀର କଳପଡ଼ାଠାରୁ ପାଣି ଉଠାଯାଉଛି। ତେବେ ଜାନୁଆରୀରୁ ନଦୀର ପମ୍ପ ହାଉସ ପାଖ ଶୁଖିଲା ପଡିଛି। ଏଥିପାଇଁ ୭୦୦ ମିଟର ଦୂରରୁ ଏକ ୧୫୦ ମିଟରର ନାଳି ଖୋଳା ଯାଇ ପମ୍ପ ହାଉସ ନିକଟକୁ ପାଣି ଅଣା ଯାଉଥିଲା। ଏହି ନାଳି ଏବେ ଶୁଖିଲା ଅବସ୍ଥାକୁ ଆସିଗଲାଣି। ଏପରିସ୍ଥିତି ରହିଲେ ଆସନ୍ତା ୧୫ ଦିନ ମଧ୍ୟରେ ସହରକୁ ଜଳ ଯୋଗାଣ ବନ୍ଦ ହୋଇଯିବ। ବୁଦ୍ଧିଜୀବୀ ସନ୍ତୋଷ କୁମାର ପଣ୍ଡା କହିଛନ୍ତି, ପଡାଗୟାସପୁର, ଗୟାସପୁର, ଥାଉରୀ, ଚଢ଼େଇଗୁଆଁ, ରାଜଗଡ, ଅଙ୍ଗୁଳାଇ ଆଦି ସ୍ଥାନରେ ଲୁଣାନଦୀର ଚେକ୍‌ଡ୍ୟାମ ହୋଇଛି। ପାନୀୟ ଜଳ ଯୋଗାଣ ସହ ଚାଷ କାର୍ଯ୍ୟ ପାଇଁ ଜଳ ଯୋଗାଣ ହେବା କଥା। ତେବେ ଖରା ଆରମ୍ଭରୁ ଲୁଣା ନଦୀ ଜଳସ୍ତର ହ୍ରାସ ପାଇଥିବାରୁ ପ୍ରାୟ ୧୦ ହଜାର ହେକ୍ଟର ଜମି ପଡ଼ିଆ ପଡିବ ବୋଲି ଆକଳନ କରାଯାଉଛି। ଏସମ୍ପର୍କରେ ପୂର୍ବତନ ଜିଲା ପରିଷଦ ସଭ୍ୟ ଗଣେଶ ଚନ୍ଦ୍ର ସାମଲ କୁହନ୍ତି, ଲୁଣା ନଦୀ କେନ୍ଦ୍ରାପଡ଼ା ମଧ୍ୟ ଦେଇ ପ୍ରବାହିତ ହେଉଛି। ନଦୀର ଲମ୍ବ ୭୩ କି.ମି. ହୋଇଥିବା ବେଳେ ବ୍ରିଟିଶ ଶାସନ ସମୟରେ ଏହି ବାଟ ଦେଇ ନୌବାଣିଜ୍ୟ ହେଉଥିଲା। ତେବେ ଏହାର ରକ୍ଷଣାବେକ୍ଷଣ ଅଭାବ, ବେଆଇନ ବାଲି ଓ ମାଟି ଉଠାଣ, ଜବରଦଖଲ ହେତୁ ଏବେ ନଦୀର ଗତିପଥ ପରିବର୍ତ୍ତନ ହୋଇଛି। ଏହି ଜିଲାର ଅଧିବାସୀ ଚାଷ ଉପରେ ନିର୍ଭରଶୀଳ ହୋଇଥିବା ବେଳେ ୧୫,୮୫୦ ହେକ୍ଟର ଚାଷ ଜମିରେ ଉଦ୍‌ବୃତ ଜଳର ନିଷ୍କାସନ ପାଇଁ କୌଣସି ବ୍ୟବସ୍ଥା ନାହିଁ। ସେହିପରି ଜିଲାର ୩୨,୩୫୦ ହେକ୍ଟର ଚାଷ ଜମି ଲୁଣା। ଏଥିସହ ବର୍ଷାଦିନେ ୩୪,୯୫୨ ହେକ୍ଟର ଜମିରେ ବନ୍ୟା ଜଳ ମାଡିଯାଉଛି। ଜିଲାର ୮୪,୯୧୦ ହେକ୍ଟର ଜମିକୁ ମରୁଡ଼ି ଅଞ୍ଚଳ ଘୋଷଣା କରାଯାଇଛି। ନଦୀ ଓ ମୁଖ୍ୟ କେନାଲଗୁଡିକର ଜଳ ପରିଚାଳନା ପାଇଁ ଜିଲା ପରିଷଦରେ ବାରମ୍ବାର ଦାବି ସତ୍ତ୍ୱେ କୌଣସି ସୁଫଳ ମିଳିଲା ନାହିଁ। ସାମାଜିକ କର୍ମୀ ପ୍ରତାପ କୁମାର ତ୍ରିପାଠୀ କହିଛନ୍ତି, ଲୁଣା ନଦୀର ଜଳସେଚନ ଫଳରେ ଜିଲାରେ ଧାନ ସହ ରବି ଫସଲ ଓ ନଳିତା, ବାଦାମ, ଆଖୁ ପରି ଅର୍ଥକାରୀ ଫସଲ, ପନିପରିବା ଚାଷ ହେଉଥିଲା। ତେବେ ଗତ କିଛି ବର୍ଷ ଧରି ଏହି ନଦୀର ଜଳସ୍ତର କମିବାରେ ଲାଗିଛି। ମହାନଦୀର ଉପରମୁଣ୍ଡରେ ଛତିଶଗଡ଼ ସରକାରଙ୍କ ବନ୍ଧ ନିର୍ମାଣ ଫଳରେ ଏପରି ସ୍ଥିତି ଉପୁଜିଛି। କୃଷକ ନେତା ବିଧୁଭୂଷଣ ମହାପାତ୍ର କହିଛନ୍ତି, ଜିଲାରେ ୭ ନଦୀ ପ୍ରବାହିତ ହେଉଛି। ଏହି ନଦୀଗୁଡିକୁ ସଂଯୋଗୀକରଣ କରାଯାଇ ବିଭିନ୍ନ ସ୍ଥାନରେ ବ୍ୟାରେଜ ନିର୍ମାଣ କରାଗଲେ ଜିଲାର ଚାଷ ଜମିକୁ ଜଳସେଚନ ବ୍ୟବସ୍ଥା ହୋଇପାରନ୍ତା। ଏନେଇ ପ୍ରଶାସକ ଓ ସ୍ଥାନୀୟ ରାଜନେତା କୌଣସି ପଦକ୍ଷେପ ନେଉନାହାନ୍ତି। ଆଗାମୀ ଦିନରେ ଚାଷ ସହ ପାନୀୟ ଜଳ ଜିଲା ପାଇଁ ସମସ୍ୟା ସୃଷ୍ଟି କରିବ ବୋଲି ମତବ୍ୟକ୍ତ କରି ସେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଜଳସମ୍ପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ଇଂ.ଉମେଶ ଚନ୍ଦ୍ର ସେଠୀ କହିଛନ୍ତି, ଲୁଣା ନଦୀର ଉନ୍ନତିକରଣ ପାଇଁ ବିଭିନ୍ନ ଯୋଜନା ଚାଲୁ ରହିଛି। ଏହାକୁ ତ୍ୱରାନ୍ବିତ ପାଇଁ ଆର୍ଥିକ ଅନୁଦାନ ଆସିଛି। ଖୁବଶୀଘ୍ର ଜିଲାବାସୀ ଏହାର ସୁଫଳ ପାଇବେ ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri