ଶୁଆକଣରେ ଜଳ ଜୀବନ ମିଶନ ଦିଗହରା

ନାଉଗଁା, ୮ା୨(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ନାଉଗଁା ବ୍ଲକ ଅନ୍ତର୍ଗତ କୋରୁଅ ପଞ୍ଚାୟତ ଶୁଆକଣ ଗଁାର ଚତୁଃପାର୍ଶ୍ୱକୁ ଦେବୀ ନଦୀ ଘେରି ରହିଛି। ଏହି ଗଁାଟି ସମୁଦ୍ର କୂଳବର୍ତ୍ତୀ ଅଞ୍ଚଳ ହୋଇଥିବା ବେଳେ ପାନୀୟ ଜଳର ସମସ୍ୟା ଲାଗି ରହିଛି। ସମୁଦ୍ର ତଟବର୍ତ୍ତୀ ଗ୍ରାମ ହୋଇଥିବାରୁ ଏହି ସ୍ଥାନରେ ଲୁଣିଆ ପାଣି ମିଳିଥାଏ। ଯାହାକୁ କି ସାଧାରଣ ଭାବେ ପିଇବା ସମ୍ଭବ ନୁହେଁ। ତେଣୁ ଗ୍ରାମର ପାନୀୟ ଜଳ ସମସ୍ୟାକୁ ଦୃଷ୍ଟିରେ ରଖି ସରକାରଙ୍କ ଜଳ ଜୀବନ ମିଶନ ଆନୁକୂଲ୍ୟରେ ଘର ଘରକୁ ପାନୀୟ ଜଳ ଯୋଜନାରେ ଏହି ଗଁାଟିକୁ ସାମିଲ କରାଯାଇଛି। ଏହାର ଲକ୍ଷ୍ୟ, ଉଦ୍ଦେଶ୍ୟ ହେଉଛି ସ୍ବଚ୍ଛ ଓ ବିଶୁଦ୍ଧ ପାନୀୟ ଜଳ ସମସ୍ତ ପରିବାର ନିକଟରେ ପହଞ୍ଚାଇବା। ସେଥିପାଇଁ ସରକାରଙ୍କ ପକ୍ଷରୁ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଉଛି। ଏହି ପ୍ରକଳ୍ପଟି ସରକାରଙ୍କ ଗ୍ରାମ୍ୟ ଜଳ ପରିମଳ ବିଭାଗ ପକ୍ଷରୁ ନିର୍ମାଣ କରାଯାଉଛି। ଏହାର ତଦାରଖ ଦାୟିତ୍ୱ ବିଭାଗ ଅଧୀନରେ ରହିଛି। କିନ୍ତୁ ନିର୍ମାଣ କାର୍ଯ୍ୟ ନିମ୍ନମାନର ହେଉଥିବା ସ୍ଥାନୀୟ ଜନସାଧାରଣ ଗଣମାଧ୍ୟମରେ ଅଭିଯୋଗ କରିଛନ୍ତି। ଗଁାର ଭାଗେନ୍ଦ୍ର ମାଣିଆ, ଦୈତାରୀ ଦାସ, ଦିଲୀପ ଦାସ, ନଗେନ୍ଦ୍ର ଦାସଙ୍କ ଅଭିଯୋଗ ମୁତାବକ ଠିକାଦାର ମନଇଚ୍ଛା କାମ କରୁଥିବା ବେଳେ କୌଣସି ବିଭାଗୀୟ ଅଧିକାରୀ ଉପସ୍ଥିତ ରହୁନାହାନ୍ତି। ଫଳରେ ଭାଗ, ମାପ ଠିକ୍‌ ଭାବେ ଦିଆଯାଉ ନ ଥିବାରୁ କାର୍ଯ୍ୟର ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ସେହିପରି ନିୟମାନୁସାରେ, କାର୍ଯ୍ୟ ଆରମ୍ଭ ପୂର୍ବରୁ ଜନସାଧାରଣଙ୍କ ଅବଗତି ନିମନ୍ତେ ସୂଚନା ଫଳକ ଲଗାଯିବା କଥା। ପାନୀୟ ଜଳ ପରିମଳ ବିଭାଗ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ସୂଚନା ଫଳକ ୮.୬ ଫୁଟର ହୋଇଥିବା ବେଳେ ଏଥିରେ ସମସ୍ତ ତଥ୍ୟ ପ୍ରଦର୍ଶିତ କରାଯିବ। କିନ୍ତୁ କାର୍ଯ୍ୟ ଆରମ୍ଭ ହୋଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ସୂଚନା ଫଳକ ଲଗାଯାଉନାହିଁ। ଯାହାକି ସାଧାରଣ ଲୋକଙ୍କୁ ସମସ୍ତ ତଥ୍ୟ ଗୋପନ ରଖାଯାଉଛି। ସରକାରୀ ନିର୍ମାଣ ନିୟମ ଅନୁସାରେ କାର୍ଯ୍ୟରେ ପୋଡା ଇଟାକୁ ବାଦ ଦିଆଯାଇ ସିମେଣ୍ଟ ଇଟା ବ୍ୟବହୃତ କରାଯିବ। କିନ୍ତୁ ଉକ୍ତ ପାନୀୟ ଜଳ ପ୍ରକଳ୍ପରେ ପୋଡା ଇଟାକୁ ବ୍ୟବହାର କରାଯାଉଛି। ସରକାରୀ ଭାବେ ଉକ୍ତ ଇଟାକୁ କାମରେ ଲଗାଇବାକୁ ଧାର୍ଯ୍ୟ କରାଯାଇନାହିଁ। ଯାହାକି ପାନୀୟ ଜଳ ପ୍ରକଳ୍ପର ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତେଣୁ ପ୍ରକଳ୍ପଟିକୁ ଠିକ୍‌ ଭାବେ ନିର୍ମାଣ କରିବାକୁ ଗ୍ରାମବାସୀଙ୍କ ପକ୍ଷରୁ ପ୍ରଶାସନ ନିକଟରେ ଦାବି କରାଯାଇଛି। ଏ ସମ୍ପର୍କରେ ବିଭାଗର ଯନ୍ତ୍ରୀ ରଶ୍ମି ରଞ୍ଜନ ଦାସଙ୍କୁ ପଚାରିବାରେ ସୂଚନା ଫଳକ ଲଗାଯିବା ପାଇଁ ଠିକାଦାରଙ୍କୁ କୁହାଯିବ। ନିମ୍ନମାନର କାର୍ଯ୍ୟ ବିଷୟରେ ପଚାରିବାରୁ କାମ ବର୍ତ୍ତମାନ ଆରମ୍ଭ ହୋଇଛି। ଠିକ୍‌ ଭାବେ କାମ କରାଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri