ଦୁଆର ମୁହଁରେ ପହଞ୍ଚିଲା ପାଣି

କେନ୍ଦୁଝର,୮ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ସମସ୍ତ ଗାଁ ଏବଂ ସହରରେ ଲୋକଙ୍କ ଦୁଆରମୁହଁରେ ପାଇପ୍‌ ଯୋଗେ ବିଶୁଦ୍ଧ ପାନୀୟ ଜଳ ପହଞ୍ଚାଇବା ଉପରେ ସରକାର ବିଶେଷ ଗୁରୁତ୍ୱ ଦେଉଛନ୍ତି। କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ ଏଥିପାଇଁ ପାନୀୟ ଜଳ ଯୋଗାଣ ପ୍ରକଳ୍ପ କରାଯାଉଛି। କେନ୍ଦୁଝର ଭଳି ଖଣି ପ୍ରଭାବିତ ଜିଲାର ବିଭିନ୍ନ ସ୍ଥାନରେ ଭୂତଳ ଜଳରେ ଖଣିଜ ଅଂଶ ରହିଥିବାରୁ ତାହା ପିଇବା ଉପଯୋଗୀ ହୋଇ ନ ଥାଏ। ତେଣୁ ଲୋକଙ୍କୁ ସ୍ବଚ୍ଛ ପାନୀୟ ଜଳ ଯୋଗାଇଦେବା ଲାଗି ଜିଲାର ଉଭୟ ଗାଁ ଓ ସହରାଞ୍ଚଳରେ ମୁଖ୍ୟତଃ ଓମ୍ବାଡସି ପାଣ୍ଠିରୁ ଆର୍ଥିକ ସହାୟତାରେ ବିଭିନ୍ନ ସ୍ଥାନରେ ୧୦ଟି ପାନୀୟ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ କରାଯାଉଛି। ଜିଲାର ଗ୍ରାମାଞ୍ଚଳର ଜନସାଧାରଣଙ୍କ ସୁବିଧା ପାଇଁ ୫ଟି ବୃହତ ଗ୍ରାମ୍ୟ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ହାତକୁ ନିଆଯାଇଛି। ତା’ ଭିତରୁ ୪ଟି ପ୍ରକଳ୍ପ ଲାଗି ଓମ୍ବାଡସି ପୂର୍ଣ୍ଣ ସହାୟତା ଦେଉଛି। ଅନ୍ୟ ଗୋଟିଏ ପ୍ରକଳ୍ପ ପାଇଁ ଓମ୍ବାଡସି ସହ ଡିଏମ୍‌ଏଫ୍‌ ପାଣ୍ଠିରୁ ଅର୍ଥ ବିନିଯୋଗ କରାଯାଉଛି ବୋଲି ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ପ୍ରଶାସନ ସୂଚନା ଦେଇଛି। ଆଗରୁ ପିଇବା ପାଣି ପାଇବା ଲାଗି ଆମକୁ ବହୁତ ଅସୁବିଧା ହେଉଥିଲା। ଏଥିପାଇଁ ଅନେକ ସମୟରେ ଧାଡ଼ିରେ ଛିଡ଼ା ହେବାକୁ ପଡ଼ିଥିଲା କିନ୍ତୁ ଏବେ ଘର ପାଖରେ ପାଇପ୍‌ ଯୋଗେ ସୁବିଧାରେ ପାଣି ମିଳୁଛି। ଏଥିରେ ମୁଁ ରୋଷେଇବାସ କରିବା ସହିତ ଅନ୍ୟ ଘରୋଇ କାମରେ ପାଣିକୁ ବ୍ୟବହାର କରିପାରୁଛି। ମୋର ସମୟ ମଧ୍ୟ ବଞ୍ଚୁଥିବାରୁ ଏବେ ମୁଁ ଅନ୍ୟ କାମ କରିପାରୁଛି, କୁହନ୍ତି ହାଟଡିହି ବ୍ଲକ ବାଙ୍ଗୋର ପଞ୍ଚାୟତର ଜଣେ ଗୃହିଣୀ ଜ୍ୟୋତ୍ସ୍ନାରାଣୀ ଧଳ।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡିରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ପାଳି କରି ଜଗୁଛନ୍ତି ଚାଷୀ

କେସିଙ୍ଗା,୭ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ପ୍ରାଥମିକ କୃଷି ସମବାୟ ସମିତି ଅଧିନସ୍ଥ ଶିରୋଲ,ବାଲସି ଓ କାଣ୍ଡେଲ ଧାନ ମଣ୍ଡିରେ ୧୭୬ ଜଣ…

ହାତରେ କଟୁରି ଧରି ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ, ମଦ ନିଶାରେ ଚୁର ହୋଇ…

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କୁଣ୍ଡୁଳା ପଞ୍ଚାୟତ ଜୟପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ କଟୁରି ଧରି…

ହୀରାରୁ ଆରମ୍ଭ କରି ଔଷଧ ପର୍ଯ୍ୟନ୍ତ, କେଉଁ ଜିନିଷ ଉପରେ ଲାଗିବ ଜିରୋ ଟାରିଫ(Zero Tariff)? ପୀୟୁଷ ଗୋୟଲ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୨: ଶନିବାର (ଫେବୃଆରୀ ୭) ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମା ପରେ, କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ…

ଏହି ଗାଁରେ ଦୁଇ ମହଲା ଘର ତିଆରି କରିବାକୁ ଡରନ୍ତି ଗ୍ରାମବାସୀ, କାରଣ ଜାଣିଲେ…

ଭାରତରେ ଅନେକ ଗାଁ ରହିଛି। ଗାଁରେ ଅନେକ ଆଶ୍ଚର୍ଯ୍ୟଜନକ କାହାଣୀ ବି ଶୁଣିବାକୁ ମିଳେ। ପ୍ରତ୍ୟେକ ଗାଁର ନିଜସ୍ବ ପରମ୍ପରା ଏବଂ ସଂସ୍କୃତି ଅଛି। ଏପରି ଏକ…

ଏହି କଥା ଶୁଣି କାନ୍ଦିଲେ ଭୂମିକା

ବଲିଉଡ ଅଭିନେତ୍ରୀ ଭୂମିକା ଚାୱଲା ଜଣେ ଜଣାଶୁଣା ଅଭିନେତ୍ରୀ। ଯଦିଓ ଆଜିକାଲି ସେ ଫିଲ୍ମରେ କମ୍‌ ସକ୍ରିୟ ଅଛନ୍ତି, କିନ୍ତୁ ସେ ପ୍ରାୟତଃ ଚର୍ଚ୍ଚାରେ ଅଛନ୍ତି। ସେ…

କଂଗ୍ରେସ ଛାଡିବାରୁ ଚମକିଲା ଭାଗ୍ୟ! ୪୦ ବର୍ଷ ପରେ ଭାଜପାକୁ ମିଳିବ ମେୟର ପଦ, ଋତୁ ହେବେ BMC ମେୟର

ମୁମ୍ବାଇ,୭।୨: BMC ନିର୍ବାଚନରେ ବିଜୟ ପରେ, ମେୟର ନିର୍ବାଚନକୁ ନେଇ ସସପେନ୍ସ ଶେଷ ହୋଇଛି। ଭାଜପାର ଋତୁ ତାୱଡେ ମୁମ୍ବାଇର ମେୟର ହେବେ, ସେହିପରି ଶିବସେନାର ସଞ୍ଜୟ…

କମାଲ କଲେ ବୈଜ୍ଞାନିକ, ମାଟିରେ ନୁହେଁ ପବନରେ ଫଳିଲା ଆଳୁ

ନୂଆଦିଲ୍ଲୀ,୭।୨:  ଗ୍ୱାଲିୟରର ରାଜମାତା ବିଜୟା ରାଜେ ସିନ୍ଧିଆ କୃଷି ବିଶ୍ୱବିଦ୍ୟାଳୟରେ, କୃଷି ବୈଜ୍ଞାନିକମାନେ ଏରୋପୋନିକ୍ସ ପଦ୍ଧତି ବ୍ୟବହାର କରି ଆଳୁ ବିହନ ଚାଷ କରୁଛନ୍ତି । ଏହି ଗଛଗୁଡ଼ିକୁ…

ମାଲେସିଆ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି: ଯିବା ପୂର୍ବରୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦୁଇ ଦିନିଆ ମାଲେସିଆ ଗସ୍ତ ଗସ୍ତରେ ଯାଇଛନ୍ତି। ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ଭାରତ ଏବେ ପ୍ରତିରକ୍ଷା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri