ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୁଲ୍ୟା ନଦୀରେ ପ୍ରଳୟଙ୍କରୀ ବନ୍ୟା ଆସି କୂଳ ଲଂଘନ ସହ ବନ୍ଧ ଭାଙ୍ଗିଯିବା ଫଳରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହି ବନ୍ୟା ବିପର୍ଯ୍ୟୟର ବାସ୍ତବ ସ୍ଥିତି ଅନୁଧ୍ୟାନ କରିବାକୁ ଜଳସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଶୋଭା ଶର୍ମା ଶନିବାର ପୁରୁଷୋତ୍ତମପୁର ଗସ୍ତ କରି ଋଷିକୂଲ୍ୟା ନଦୀବନ୍ଧ ଓ ହିରାଧରବାଟି କେନାଲ ପରିଦର୍ଶନ କରି ବନ୍ୟା ଯୋଗୁ ସୃଷ୍ଟି ହୋଇଥିବା କ୍ଷୟକ୍ଷତି ଏବଂ ଜଳପ୍ରବାହର ସ୍ଥିତି ଅନୁଧ୍ୟାନ କରିଥିଲେ। ଏହି ସମୟରେ ବିଭାଗୀୟ ଯନ୍ତ୍ରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ତାଙ୍କୁ ସ୍ଥିତି ସମ୍ପର୍କରେ ଅବଗତ କରାଇଥିଲେ।