ହୀରାକୁଦ ଡ୍ୟାମ୍‌ରେ ଜଳଧାରଣା କ୍ଷମତା ପୂର୍ଣ୍ଣ

ସମ୍ବଲପୁର,୩୦ା୯ (ଶୁଭାଶିଷ ପାଢ଼ୀ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରେ ଜଳଧାରଣା କ୍ଷମତା ଶୁକ୍ରବାର ପୂର୍ଣ୍ଣ ହୋଇଛି। ସର୍ବାଧିକ ୬୩୦ ଫୁଟ୍‌ ଜଳସ୍ତର କ୍ଷମତା ପୂରା ହୋଇଛି। ପ୍ରତିବର୍ଷ ସେପ୍ଟେମ୍ବର ଶେଷ ବେଳକୁ ଡ୍ୟାମ୍‌ରେ ଜଳସ୍ତର ଏଭଳି ରହିଥାଏ। ଶୁକ୍ରବାରଠାରୁ ପଶ୍ଚିମ ଓଡ଼ିଶା ଓ ହୀରାକୁଦ ଉପରମୁଣ୍ଡରେ ବର୍ଷା ଆରମ୍ଭ ହୋଇଛି। ପାଣିପାଗ ବିଭାଗ ମଧ୍ୟ ଏ ନେଇ ସତର୍କ ସୂଚନା ଦେଇଛି। ଏବେ ଡ୍ୟାମ୍‌ର ୭ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଛି। ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୫୫ ହଜାର କ୍ୟୁସେକ ଜଳ ପ୍ରବେଶ କରୁଛି। ସମାନ ପରିମାଣ ଜଳ ଚାଷ, ଶିଳ୍ପ, ବିଦ୍ୟୁତ୍‌ ଉତ୍ପାଦନ ଓ ଗେଟ୍‌ ଦେଇ ନିଷ୍କାସନ କରାଯାଉଛି। ବର୍ଷା ପରିମାଣ ବୃଦ୍ଧି ପାଇବା ସମ୍ଭାବନା ରହିଛି। ତେଣୁ ଜଳସ୍ତର ହ୍ରାସ କରିବା ପାଇଁ ଗେଟ୍‌ ଖୋଲିବା ସଂଖ୍ୟା ବୃଦ୍ଧି କରାଯାଇ ପାରେ ବୋଲି ହୀରାକୁଦ ଡ୍ୟାମ୍‌ ମୁଖ୍ୟଯନ୍ତ୍ରୀ ଆନନ୍ଦ ଚନ୍ଦ୍ର ସାହୁ କହିଛନ୍ତି।
ସେ ଆହୁରି କହିଛନ୍ତି, ପ୍ରତିବର୍ଷ ଡ୍ୟାମ୍‌ର ଜଳସ୍ତର ୬୩୦ଫୁଟ୍‌ ରଖାଯାଇଥାଏ। ଭୟ କରିବାର କିଛି ନାହିଁ। ବର୍ଷା ସମୟରେ ବନ୍ୟାଜଳ ସଂରକ୍ଷିତ କରାଯାଇଥାଏ। ତାହା ବର୍ଷତମାମ ଚାଷ, ବିଦ୍ୟୁତ୍‌ ଉତ୍ପାଦନ, ଶିଳ୍ପ, କଳକାରଖାନାରେ ଖର୍ଚ୍ଚ ହୋଇଥାଏ। ଅଣମୌସୁମୀ ପାଇଁ ଜଳଭଣ୍ଡାରକୁ ପୂରା କରାଯାଇଥାଏ। ଏବେ ପ୍ରବେଶ କରୁଥିବା ପରିମାଣ ଅନୁସାରେ ଜଳ ନିଷ୍କାସନ କରାଯାଉଛି। ଶନିବାରଠାରୁ ବର୍ଷା ହେବ ବୋଲି ସୂଚନା ଦିଆଯାଇଛି। ତେଣୁ ଗେଟ୍‌ ସଂଖ୍ୟା ଖୋଲି ଡ୍ୟାମ୍‌କୁ ଖାଲି କରାଯିବ। ଆକ୍ଟୋବର ଶେଷସୁଦ୍ଧା ପୁଣି ଜଳସ୍ତର ୬୩୦ଫୁଟ୍‌ ରଖାଯିବ। ଅରେଞ୍ଜ ଜୋନ ଘୋଷଣା ହୋଇଥିବାରୁ ୭୦ ସେମିରୁ ୨୦୦ ସେମି ପର୍ଯ୍ୟନ୍ତ ବର୍ଷା ହେବାର ଆଶଙ୍କା ରହିଛି। ତେଣୁ ଜଳଭଣ୍ଡାର ପକ୍ଷରୁ ପ୍ରସ୍ତୁତି କରାଯାଉଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri