କାମରେ ଆସୁନି ଜଳ ଯୋଗାଣ ପ୍ରକଳ୍ପ

ଧାମନଗର, ୧୮।୪: ପ୍ରତ୍ୟେକ ଘରକୁ ପାନୀୟଜଳ ଯୋଗାଇ ଦେବା ଲାଗି ଭଦ୍ରକ ଜିଲା ଧାମନଗର ବ୍ଲକରେ ଗ୍ରାମୀଣ ଜଳ ଯୋଗାଣ ବିଭାଗ ପକ୍ଷରୁ ପ୍ରକଳ୍ପ ନିର୍ମାଣ କରାଯାଉଛି। କେନ୍ଦ୍ର ସରକାରଙ୍କ ସ୍ବଜଳ ଧାରା ଏବଂ ରାଜ୍ୟ ସରକାରଙ୍କ ବସୁଧା ଯୋଜନାରେ ଗ୍ରାମାଞ୍ଚଳରେ ଘରକୁ ଘର ପାଇପ୍‌ ଏବଂ ନଳକୂପ ଦ୍ୱାରା ପାନୀୟଜଳ ଯୋଗାଣ ନିମନ୍ତେ କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ହେଲେ ଯନ୍ତ୍ରୀ ଓ ଠିକାଦାରଙ୍କ ସଲାସୁତୁରାରେ ବ୍ୟାପକ ଅର୍ଥ ହରିଲୁଟ ହେଉଥିବା ବେଳେ ଏଠାରେ ଏହି ଯୋଜନାର ସଫଳ ରୂପାୟନ ହୋଇପାରୁ ନାହିଁ। ବ୍ଲକର ୩୧ ପଞ୍ଚାୟତରେ ନିର୍ମିତ ପାଣିଟାଙ୍କିର ୯୦ ପ୍ରତିଶତ ଟାଙ୍କିରୁ ପାଣି ଟୋପାଏ ବାହାରୁ ନାହିଁ। ଏପରିକି କେତେକ ପଞ୍ଚାୟତରେ ନିର୍ମାଣ ହୋଇଥିବା ଟାଙ୍କି ଧୀରେ ଧୀରେ ଅଚଳ ହୋଇଗଲାଣି। କେତେକ ଟାଙ୍କିକୁ ଡ୍ୟାମେଜ ଘୋଷଣା କରାଯାଇ ସେହି ଟାଙ୍କି ନିକଟରେ ନୂତନ ଟାଙ୍କି ମଧ୍ୟ ନିର୍ମାଣ କରାଯାଉଛି। ନିର୍ମାଣ କାର୍ଯ୍ୟ ଚାଲୁଥିବା ବେଳେ ବିଭାଗୀୟ ଅଧିକାରୀ ଅନୁପସ୍ଥିତ ରହୁଥିବାରୁ ନିମ୍ନମାନର କାମ ହେଉଥିବା ଅଭିଯୋଗ ହେଉଛି। ଅନ୍ୟପଟେ ଡ୍ୟାମେଜ ଘୋଷିତ ପାଣି ଟାଙ୍କିର ମରାମତି ଓ ରଙ୍ଗ ମାରି ଲକ୍ଷାଧିକ ଟଙ୍କା ହଡ଼ପ କରାଯାଉଛି।
ହେବ ନିର୍ମାଣ ହୋଇ ପଡ଼ିଥିବା ପାଣି ଟାଙ୍କି ବ୍ୟବହାର ହୋଇ ନ ଥିବାବେଳେ ସେଥିରୁ ବିଭିନ୍ନ ଗ୍ରାମକୁ ସଂଯୋଗୀକରଣ କରାଯାଇଥିବା ପାଣି ପାଇପ୍‌ ଓ ଟ୍ୟାପ୍‌ ଭାଙ୍ଗିରୁଜି ଯାଇଛି। ମରାମତି ଓ ରଙ୍ଗ କରାଯିବା ନେଇ ବ୍ୟୟ ଅଟକଳ ପାଇଁ କୌଣସି ସୂଚନା ଫଳକ ମଧ୍ୟ ରହୁନାହିଁ। ଫଳରେ ଏହି ଯୋଜନାରେ ଦୁର୍ନୀତି ନେଇ ସାଧାରଣରେ ଅଭିଯୋଗ ହେଉଛି। ବିଭାଗୀୟ ଅଧିକାରୀ ଏଥିପ୍ରତି ଦୃଷ୍ଟି ଦେଇ ନିମ୍ନମାନର କାର୍ଯ୍ୟ ନେଇ ତଦନ୍ତ କରିବା ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି। ଏ ସମ୍ପର୍କରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ଶିବ ବୁଦୁଲା କହିଛନ୍ତି, ପ୍ରକଳ୍ପ ନିର୍ମାଣ କାର୍ଯ୍ୟ କେବେ ସରିବ ସେ ଜାଣିନାହାନ୍ତି। ତେବେ ଦୁଇଟି ପଞ୍ଚାୟତରେ କଁା ଭଁା ସ୍ଥାନରେ ପାଣି ଯୋଗାଣ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri