ନଳକୂପ, ଜଳଯୋଗାଣ ପ୍ରକଳ୍ପ ଅଚଳ

କୃଷ୍ଣପ୍ରସାଦ,୯।୪(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ରାମଲଙ୍କା ପଞ୍ଚାୟତରେ ପାନୀୟ ଜଳ ଯୋଗାଣ ପ୍ରକଳ୍ପ କେବଳ କାଗଜକଲମରେ ଚାଲିଥିବା କୁମାରପୁର ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସୂଚନା ମୁତାବକ, ଚିଲିକା ଉପାନ୍ତ ଅଞ୍ଚଳ କୁମାରପୁର ଗାଁରେ ମଧୁର ଜଳ ସାତସପନ ହୋଇଛି। ଚିଲିକା କୂଳରେ କୁମାରପୁର ଗାଁର ୩ ହଜାରରୁ ଊର୍ଦ୍ଧ୍ୱ ଲୋକ ବସବାସ କରୁଛନ୍ତି। ଚିଲିକା କୂଳ ଯୋଗୁ କୂଅ, ନଳକୂପ ଖୋଲିଲେ କେବଳ ଲୁଣି ପାଣି ବାହାରୁଛି। ଏଠାରେ ପ୍ରଶାସନ ପକ୍ଷରୁ ଖୋଳାଯାଇଥିବା ନଳକୂପ ଦୀର୍ଘଦିନ ଧରି ଅଚଳ ହୋଇପଡ଼ିଛି। ବାରମ୍ବାର ଦାବି ପରେ ଗ୍ରାମ୍ୟ ପରିମଳ ଓ ଜଳ ଯୋଗାଣ ବିଭାଗ ପକ୍ଷରୁ କୁମାରପୁରରେ ପାନୀୟଜଳ ଯୋଗାଣ ପାଇଁ ପାଇପ୍‌ ବିଛାଯାଇଥିଲା। ପରେ ଷ୍ଟାଣ୍ଡପୋଷ୍ଟ ବସିଲା। ଏଥିରୁ ପାଣି ମଧ୍ୟ ବାହାରିଲା। ଫଳରେ ଜଳକଷ୍ଟ ଦୂର ହେଲା ଭାବି ଲୋକେ ଖୁସି ହେଲେ। ମାତ୍ର ୧ମାସ ପରେ ଧୀରେ ଧୀରେ ପାଣି ବାହାରିବା ବନ୍ଦ ହୋଇଗଲା। ପ୍ରାୟ ୧ ବର୍ଷ ଧରି ପାଇପ୍‌ ପାଣି ସ୍ବପ୍ନ ପାଲଟିଛି। ଗାଁକୁ ଆଉ ପାଣି ଯୋଗାଣ ହେଉନାହିଁ। ଓ୍ବାର୍ଡମେମ୍ବରଙ୍କଠାରୁ ବିଡିଓଙ୍କ ପର୍ଯ୍ୟନ୍ତ ଜଣାଇଥିଲେ ମଧ୍ୟ ନିରାଶ ହେବାକୁ ପଡ଼ିଲା। ତେଣୁ ଗାଁରେ ଥିବା ଏକ କୂଅରୁ ଅପରିଷ୍କାର ପାଣି ପିଉଛୁ ବୋଲି ଗ୍ରାମ ସଭାପତି ମୋଚିରାମ ବେହେରା କହିଛନ୍ତି। ଦୁଃଖୀ ବେହେରା, ପଦ୍ମାବତୀ ବେହେରା, ମଙ୍ଗୁଳି ଦାସ, ଜମୁ ବେହେରା, ଜାନକୀ ଦାସ, ଅର୍ଜୁନ ବେହେରା ଏବଂ ରାଜେଶ ବେହେରା କହିଛନ୍ତି, ଆମେ କ’ଣ ସରକାରଙ୍କ ସାବତ ସନ୍ତାନ କି? ଆମ କ୍ଷେତ୍ରରେ କାହିଁକି ଏଭଳି ପାତରଅନ୍ତର କରାଯାଉଛି। ସେହିପରି ରମାମଣି ବେହେରା, ରୀନା ଦାସ, ଆରତି ବେହେରା ଓ ଗାନ୍ଧୀ ବେହେରା କହିଛନ୍ତି, ଆମ ଗାଁକୁ ପିଇବା ପାଣିର ବ୍ୟବସ୍ଥା କରା ନ ଗଲେ ଆମେ ଗରା, ବାଲ୍‌ଟିି ନେଇ ରାଜରାସ୍ତାରେ ବସିବୁ। ଅନ୍ୟପକ୍ଷରେ ପାଣି ସମସ୍ୟାର ସମାଧାନ ଖୁବଶୀଘ୍ର କରାଯିବ ବୋଲି ରାମଲଙ୍କା ସରପଞ୍ଚ ଗୋବିନ୍ଦ ଚନ୍ଦ୍ର ପ୍ରଧାନ କହିଛନ୍ତି। ଏ ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ବିପିନ ମଙ୍ଗରାଜ କହିଛନ୍ତି, କୁମାରପୁର ଗାଁରେ ପାଣିପାଇପ ଭାଙ୍ଗିପଡ଼ିଛି। ଅର୍ଥ ଅଭାବରୁ ମରାମତି ହୋଇପାରୁନାହିଁ। ତେବେ ଏ ଦିଗରେ ଶୀଘ୍ର ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ…

ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ

ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

‘ଅଦୃଶ୍ୟ ସହ ବିପଜ୍ଜନକ’: ଆଇନଗତ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା(AI)ର ବ୍ୟବହାର ବିରୁଦ୍ଧରେ ଚେତାବନୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୭: ନ୍ୟାୟିକ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା (AI) ବ୍ୟବହାର ସମ୍ପର୍କରେ ସୁପ୍ରିମକୋର୍ଟ ଗମ୍ଭୀର ଚିନ୍ତା ପ୍ରକାଶ କରିଛନ୍ତି। ନ୍ୟାୟାଳୟ ଜାତୀୟ କମ୍ପାନୀ ଆଇନ ଟ୍ରିବ୍ୟୁନାଲ (NCLT) ଏବଂ…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri