ୱାଟର ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ପ୍ରସ୍ତାବ ଫାଇଲ ତଳେ ଚାପି ହୋଇଛି: ବର୍ଷାଦିନେ ଜଳବନ୍ଦୀ ସହରବାସୀ

କେନ୍ଦ୍ରାପଡ଼ା ଅଫିସ,୨୫ା୪: କେନ୍ଦ୍ରାପଡ଼ା ପୌର ପରିଷଦ ନିର୍ବାଚନ ଦୀର୍ଘ ୬ ବର୍ଷ ପରେ ଶେଷ ହୋଇଛି। ଏହି ପରିଷଦ ପାଇଁ ପୌରାଞ୍ଚଳ ଡ୍ରେନେଜ୍‌ ସିଷ୍ଟମର ପୁନରୁଦ୍ଧାର ଏକ ସମସ୍ୟା ଭାବେ ଉଭା ହୋଇଛି। ପୌରପାଳିକା ପକ୍ଷରୁ ଡ୍ରେନ୍‌ ସଫେଇକୁ ଗୁରୁତ୍ୱ ଦିଆଯାଉଛି। ହେଲେ ରାଜ୍ୟ ସରକାରଙ୍କ ସହର ଉନ୍ନୟନ ବିଭାଗ ପକ୍ଷରୁ ୨ଟି ଡ୍ରେନେଜ୍‌, ୱାଟର ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ପ୍ରସ୍ତାବ ଫାଇଲ ତଳେ ଚାପି ହୋଇ ରହିଛି। ଆଗାମୀ ବର୍ଷାଋତୁ ପୂର୍ବରୁ ଏହି ପ୍ରକଳ୍ପ ଶେଷ ନ ହେଲେ ସହରର ଅର୍ଦ୍ଧାଧିକ ସ୍ଥାନ ଜଳବନ୍ଦୀ ହେବା ଆଶଙ୍କା ଦେଖାଦେଇଛି। ତୁରନ୍ତ ଏହି ଦୁଇ ପ୍ରକଳ୍ପ କାର୍ଯ୍ୟକାରୀ ପାଇଁ ସହରବାସୀ ମତ ଦେଇଛନ୍ତି। ୨୦୧୭ରେ ରାଜ୍ୟ ସ୍ବରେଜ ବୋର୍ଡ ଓ ଟିଟିଆଇ କନ୍‌ସୁଲେଟିଂ ଇଞ୍ଜିନିୟର୍ସ ସଂସ୍ଥା ପକ୍ଷରୁ ସହରର ଜଳ ନିଷ୍କାସନ ସହ ଏକ ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ ହୋଇଥିଲା। ଏହି ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟ ଇନ୍ଦୁପୁର ଅଞ୍ଚଳରେ ପ୍ରତିଷ୍ଠା ହେବାକୁ ଥିଲା। ସେହିପରି ନଗର ଉନ୍ନୟନ ବିଭାଗ ପକ୍ଷରୁ ଡ୍ରେନେଜ ବିଭାଗ ସହାୟତାରେ ୧୯ କୋଟି ୪୭ ଲକ୍ଷ ଟଙ୍କାର ଦ୍ୱିତୀୟ ପ୍ରକଳ୍ପ ପାଇଁ ଡିପିଆର ପ୍ରସ୍ତୁତ ହୋଇଛି। ତେବେ ଏହି ଦୁଇ ପ୍ରକଳ୍ପ କାର୍ଯ୍ୟକାରିତାରେ ବହୁ ବିଳମ୍ବ ହେଲାଣି।
ଏ ସମ୍ପର୍କରେ ପୂର୍ବତନ କାଉନ୍‌ସିଲର ହିରଣ୍ୟ କୁମାର ପଣ୍ଡା କୁହନ୍ତି, ପ୍ରଥମ ଡ୍ରେନେଜ ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟ ନିର୍ମାଣ ପାଇଁ ତତ୍କାଳୀନ ପୌର ପରିଷଦ ଉଦ୍ୟମ କରିଥିଲା। ଯୋଜନା ଅନୁଯାୟୀ, ସହରର ଡ୍ରେନ ଓ ବର୍ଷାଜଳକୁ ଗୋବରୀ ନଦୀ ଏବଂ କେନାଲକୁ ନ ଛାଡ଼ି ଏକ ସ୍ବତନ୍ତ୍ର ଡ୍ରେନ ମାଧ୍ୟମରେ ସହର ବାହାରେ ଏକ ଓ୍ବାଟର ଟ୍ରିଟମେଣ୍ଟ ପ୍ଲାଣ୍ଟ ପ୍ରସ୍ତାବ ଗୃହୀତ ହୋଇଥିଲା। ଏହି ପ୍ଲାଣ୍ଟରେ ମଇଳା ପାଣିକୁ ବିଶୋଧନ କରାଯାଇ ଗୋବରୀ ନଦୀ ଓ କେନାଲକୁ ଛଡାଯିବ ବୋଲି ସ୍ଥିର ହୋଇଥିଲା। ଫଳରେ ସହର ମଧ୍ୟଦେଇ ଯାଇଥିବା ନଦୀ ଓ କେନାଲ ପ୍ରଦୂଷଣ ମୁକ୍ତ ରହିବ। ଫକୀରାବାଦର ମୀର ଅବୁ ଓବେଦା କହିଛନ୍ତି, ସାମାନ୍ୟ ବର୍ଷାରେ ସହରର ବିଭିନ୍ନ ଡ୍ରେନ ଉଛୁଳି ପଡୁଛି। ଫଳରେ ପାଣି ସହ ଡ୍ରେନରେ ଥିବା ଅଳିଆ ଆବର୍ଜନା ବାହାରକୁ ଆସି ସମସ୍ୟା ସୃଷ୍ଟି କରୁଛି। ଏହି ସମସ୍ୟା ଦୀର୍ଘଦିନ ଧରି ରହିଥିବା ସତ୍ତ୍ୱେ ଏହାର ସମାଧାନ ପାଇଁ ପ୍ରଶାସନିକ ତତ୍ପରତା ନାହିଁ। ବର୍ଷାଋତୁ ପୂର୍ବରୁ ଏହାର ସମାଧାନ ହେଲେ ସହରବାସୀ ଉପକୃତ ହେବେ ବୋଲି ସେ ପ୍ରକାଶ କରିଛନ୍ତି। ୨୧ ନଂ. ୱାର୍ଡର ସାମାଜିକ କର୍ମୀ ଉମେଶ ଚନ୍ଦ୍ର ପାଢ଼ୀ କହିଛନ୍ତି, ବର୍ଷା ହେଲେ ସ୍ଥାନୀୟ ସହରବାସୀଙ୍କ ବିପତ୍ତି ବଢୁଛି। ୨୧ ନଂ. ୱାର୍ଡ ସହ ୧୨ ଓ ୧୩ ନଂ. ରେ ବର୍ଷାଜଳ ଭରି ରହୁଛି। ସହର ମଧ୍ୟରେ ଥିବା ଜଳପଥ ଓ ଡ୍ରେନ୍‌ଗୁଡିକ ଜବରଦଖଲକାରୀଙ୍କ କବଳକୁ ଚାଲିଯାଇଛି। ଫଳରେ ବର୍ଷାଜଳ ସମଗ୍ର ସହର ମଧ୍ୟରେ ସହଜ ଜୀବନଯାତ୍ରାରେ ବାଧା ସୃଷ୍ଟି କରୁଛି। ଜଳପଥ ଉପରେ ଗୃହ ନିର୍ମାଣ ପାଇଁ ଅନୁମତି ପ୍ରଦାନ ବନ୍ଦ ହେବା ସହ ଜବରଦଖଲକାରୀଙ୍କ ଉଚ୍ଛେଦ ଜରୁରୀ ହୋଇପଡିଛି। ଏ ସମ୍ପର୍କରେ ପୌରାଧ୍ୟକ୍ଷା ସରିତା ସାହୁଙ୍କୁ ପଚାରିବାରେ ଜଳ ନିଷ୍କାସନ ସମସ୍ୟା ସମ୍ପର୍କରେ ନିକଟରେ ସମୀକ୍ଷା ହୋଇଥିଲା। ଏଥିସହ ସହରବାସୀଙ୍କ ପାଇଁ ସୁସ୍ଥ ପରିବେଶ ଓ ଡ୍ରେନେଜ୍‌ ସିଷ୍ଟମର ଉନ୍ନତୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ସେହିପରି ୱାଟର ଟ୍ରିଟ୍‌ମେଣ୍ଟ ପ୍ଲାଣ୍ଟ ପ୍ରସ୍ତାବ କାର୍ଯ୍ୟକାରୀ ପାଇଁ ଉଦ୍ୟମ ଚାଲିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri