ଶ୍ରୀମନ୍ଦିର ସଂସ୍କାର ମାମଲା: ୧ରେ ଶୁଣାଣି

ନୂଆଦିଲ୍ଲୀ,୨୯।୪: ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ସଂସ୍କାର ସମ୍ପର୍କିତ ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ଆସନ୍ତା ୧ତାରିଖରେ ହେବ। ଆବେଦନକାରିଣୀ ମ୍ରିଣାଳିନୀ ପାଢ଼ୀଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣି ବିଚାରପତି ଏମ୍‌.ଆର୍‌.ଶାହ ଏବଂ ଜଷ୍ଟିସ ସି.ଟି. ରବିକୁମାରଙ୍କ ଖଣ୍ଡପୀଠରେ ହେବ। ପୂର୍ବରୁ ଏହି ମାମଲରେ ଉଭୟ ରାଜ୍ୟ ସରକାର ଏବଂ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ସେମାନଙ୍କ ସତ୍ୟପାଠ ଦାଖଲ କରିଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ୩୩ପୃଷ୍ଠା ସମ୍ବଳିତ ସତ୍ୟପାଠ ଦାଖଲ କରିଛି। ସତ୍ୟପାଠରେ ଜଣେ ପୂର୍ଣ୍ଣକାଳୀନ ଶ୍ରୀମନ୍ଦିର ପ୍ରଶାସକଙ୍କୁ ନିଯୁକ୍ତି କରିବାକୁ ଉଲ୍ଲେଖ ରହିଛି। ଏଥିସହ ଶ୍ରୀମନ୍ଦିର ଦୈନିକ ରୀତିନୀତି ଏବଂ ପୂଜାପର୍ବାଣି, ଗୁରୁକୁଳ ସେବାଶ୍ରମ ଆରମ୍ଭ ଏବଂ ଜଗନ୍ନାଥ ମହାପ୍ରଭୁଙ୍କ ଜମି ଓ ସମ୍ପତ୍ତିକୁ ତଦାରଖ କରିବା ପାଇଁ ଜଣେ ଆଇଏଏସ୍‌ ଅଧିକାରୀଙ୍କୁ ଦାୟିତ୍ୱ ଦେବାକୁ ସତ୍ୟପାଠରେ କୁହାଯାଇଛି। ଗତ ଶୁଣାଣିରେ ରାଜ୍ୟ ସରକାର ଶ୍ରୀମନ୍ଦିର ପାଇଁ ପୂର୍ଣ୍ଣକାଳୀନ ମୁଖ୍ୟ ପ୍ରଶାସକ ନିଯୁକ୍ତି ପ୍ରସଙ୍ଗରେ ସମୟ ମାଗିଥିଲେ। ଏପରି କି ମୁଖ୍ୟ ପ୍ରଶାସକ ନିଯୁକ୍ତି ସମୟ ସୀମାକୁ ୨୦୨୩ ଡିସେମ୍ବର ପର୍ଯ୍ୟନ୍ତ ଦେବାକୁ ଅନୁରୋଧ କରିଥିଲେ। ହେଲେ ରାଜ୍ୟ ସରକାରଙ୍କ ଉକ୍ତ ପ୍ରାର୍ଥନାକୁ ସର୍ବୋଚ୍ଚ ଅଦାଲତ ଖାରଜ କରିବା ସହ ପୂର୍ଣ୍ଣକାଳୀନ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ନିଯୁକ୍ତି କରାଯାଇ ନ ଥିବାରୁ ଅଦାଲତ ଅବମାନନା ପ୍ରୋସିଡିଂ ଆରମ୍ଭ କରିଥିଲେ। ଏଥିସହିତ ସେବାୟତ ପିଲାମାନଙ୍କ ଶିକ୍ଷା ଏବଂ କଲ୍ୟାଣ ପାଇଁ ଉଦ୍ଦିଷ୍ଟ ୫କୋଟି ଟଙ୍କାକୁ କିଭଳି ଖର୍ଚ୍ଚ କରାଯାଇଛି ତାହା ଜଣାଇବାକୁ କୋର୍ଟ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri