ଆଜି ସନ୍ଧ୍ୟାରୁ ବଦଳିବ ପାଗ: ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୩।୧୦: ବାତ୍ୟା ଦାନାର ପ୍ରଭାବରେ ଆଜି ସନ୍ଧା୍ୟା ପରଠୁ ଉପକୂଳବର୍ତ୍ତୀ ଜିଲାରେ ପ୍ରବଳ ବର୍ଷିବ। ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ୨୫ରେ ମଧ୍ୟ ବର୍ଷାର ପ୍ରଭାବ ରହିବ। ୨୬ରୁ ବର୍ଷାର ପରିମାଣ କମିବ।

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଦାନା’। ଗଭୀର ଅବପାତ ବାତ୍ୟାର ରୂପ ନେଇଥିବା ସୂଚନା ମିଳିଛି। ପାରାଦୀପ ରାଡାର ଇମେଜରେ ବାତ୍ୟାର ଚିତ୍ର ଦୃଶ୍ୟମାନ ହୋଇଛି। ଏହା ପାରାଦୀପରୁ ୫୬୦ କିମି ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଥିବା ବେଳେ ପଶ୍ଚିମବଙ୍ଗ ସାଗରଦ୍ବୀପରୁ ୬୩୦ କିମି ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି।  ଘଣ୍ଟାପ୍ରତି ଏବେ ୧୮ କିମି ବେଗରେ ଆଗକୁ ବଢୁଛି । ତେବେ ବାତ୍ୟା ନେଇ ଆଇଏମ୍‌ଡି ପକ୍ଷରୁ ବୁଲେଟିନ୍‌ ଜାରି ହୋଇନି। ଗୁରୁବାର ଏହା ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ପୁରୀ ଏବଂ ସାଗରଦ୍ବୀପ ମଧ୍ୟରେ ଉପକୂଳ ଅତିକ୍ରମ କରିବ। ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୩ କିମି ବେଗରେ ଗତି କରୁଛି। ୨୪ ରାତି କିମ୍ବା ୨୫ ସକାଳେ ଉପକୂଳ ଅତିକ୍ରମ କରିବ। ପବନର ବେଗ ୧୦୦ରୁ ୧୨୦ ମଧ୍ୟରେ ରହିବ।

ଗୁରୁବାର  ସକାଳେ ହେବ ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ।୨୪ ରାତି ଓ ୨୫ ସକାଳ ଭିତରେ ଉପକୂଳ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପୁରୀରୁ ପଶ୍ଚିମବଙ୍ଗ ସାଗର ଦ୍ବୀପ ଭିତରେ ଉପକୂଳ ପାର କରିବ ଭୀଷଣ ବାତ୍ୟା। ତେବେ ଉତ୍ତର ଓଡ଼ିଶାରେ ବାତ୍ୟା ବେଶୀ କୋପ ଦେଖାଇବ। ୭ଟି ଜିଲାରେ ଗୁରୁବାର  ଏବଂ ଶୁକ୍ରବାର ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି ହୋଇଛି। ବାତ୍ୟା ପ୍ରଭାବରେ ଓଡ଼ିଶା ଉପକୂଳରେ ପ୍ରବଳ ବେଗରେ ପବନ ବହିବ। ସେତେବେଳେ ପବନର ବେଗ ଘଣ୍ଟାପ୍ରତି ୧୦୦-୧୨୦ କିମି ରହିପାରେ।

ସେହିପରି ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ବରରେ ପବନର ବେଗ ଘଣ୍ଟାପ୍ରତି ୧୦୦-୧୧୦ କିଲୋମିଟର ରହିପାରେ। ମୟୂରଭଞ୍ଜ ୮୦-୯୦ ଓ ପୁରୀରେ ପବନରେ ବେଗ ରହିପାରେ ୬୦-୮୦ କିଲୋମିଟର।

ସେହିପରି କଟକ, ଯାଜପୁର, ଖୋର୍ଦ୍ଧା, ଢେଙ୍କାନାଳ, କେନ୍ଦୁଝର ଜିଲ୍ଲା ସମେତ ଭୁବନେଶ୍ବରରେ ପବନର ବେଗ ଘଣ୍ଟାପ୍ରତି ୬୦-୭୦ କିଲୋମିଟର ରହିବା ନେଇ ଆକଳନ କରାଯାଇଛି ।ସମୁଦ୍ର ଅଶାନ୍ତ ରହୁଥିବାରୁ ଗୋପାଳପୁର, ପାରାଦୀପ ଏବଂ ଧାମରା ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ବି ଜାରି ହୋଇଛି। ଆଜି ରାତି ସୁଦ୍ଧା ପ୍ରଭାବିତ ହେବାକୁ ଥିବା ଜିଲାଗୁଡ଼ିକରେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ।

 

 


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri