ଲକ୍‌ଡାଉନ୍‌ ପାଇଁ ଅଟକିଥିଲା ତେଲୁଗୁ ହିରୋ ନିତିନଙ୍କ ବିବାହ: ହୋଇପାରେ ଜୁଲାଇ ଶେଷ ସୁଦ୍ଧା

ଟଲିଉଡ ତାରକା ନିତିନ୍‌ ଏବଂ ଶାଲିନିଙ୍କ ବିବାହ ଖବର କିଛି ଦିନ ଧରି ଚର୍ଚ୍ଚାରେ ରହିଆସୁଛି। ଫେବୃୟାରୀରେ ଦୁହିଁଙ୍କ ନିର୍ବନ୍ଧ ହୋଇଥିବା ବେଳେ ଏପ୍ରିଲରେ ବିବାହ ହୋଇଥାନ୍ତା। ମାତ୍ର କରୋନା ଲାଗି ଲକ୍‌ଡାଉନ୍‌ ହୋଥିବାରୁ ବିବାହ ହୋଇପାରି ନ ଥିଲା। ତେବେ ଜୁଲାଇ ଶେଷରେ ଦୁହେଁ ଖୁବ୍‌ଶୀଘ୍ର ବିବାହ କରିପାରନ୍ତି ବୋଲି ଖବର ରହିଛି।
ନିତିନ ଏବଂ ଶାଲିନୀ ୨୬ ଜୁଲାଇରେ ହାଇଦ୍ରାବାଦରେ ବିବାହ କରିବେ। ଉଭୟଙ୍କ ପରିବାର ମିଶି ଏହି ତାରିଖ ଏକାଠି କରିଛନ୍ତି। ସମସ୍ତ କୋଭିଡ-୧୯ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଏହି ବିବାହ ଅନୁଷ୍ଠିତ ହେବ। ସାମାଜିକ ଦୂରତା ଓ କମ୍‌ ଅତିଥିଙ୍କୁ ବିବାହରେ ନିମନ୍ତ୍ରଣ କରାଯିବ।
ଚଳିତ ବର୍ଷ ଫେବୃଆରୀରେ ନିତିନଙ୍କର ଦୀର୍ଘ ଦିନର ପ୍ରେମିକା ଶାଲିନି ରେଡ୍ଡୀଙ୍କ ସହ ନିର୍ବନ୍ଧ ହୋଇଥିଲା । ଉଭୟଙ୍କ ନିର୍ବନ୍ଧ ଫଟୋ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଦୁହେଁ ପରସ୍ପର ସହିତ ବହୁତ ଖୁସି ଥିଲା ପରି ଦେଖାଯାଉଥିଲେ। ଶାଲିନି ବ୍ରିଟେନର ଏକ ବିଶ୍ୱବିଦ୍ୟାଳୟରୁ ବିଜନେସ ମ୍ୟାନେଜମେଣ୍ଟ ଅଧ୍ୟୟନ କରିଥିଲେ। ଦୁହେଁ ଆଠ ବର୍ଷ ଧରି ପରସ୍ପରକୁ ଜାଣିଛନ୍ତି ।
ନିତିନ ତାଙ୍କ କ୍ୟାରିୟରରେ ଏପର୍ଯ୍ୟନ୍ତ ପ୍ରାୟ ୫୦ ଟି ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ସେ ୨୦୦୨ ମସିହାରୁ ତାଙ୍କ ଚଳଚ୍ଚିତ୍ର କ୍ୟାରିଅର୍‌ ଆରମ୍ଭ କରିଥିଲେ। ‘ଶ୍ରୀନିବାସା କଲ୍ୟାଣମ’ ଏବଂ ‘ଚଲ ମୋହନ ରଙ୍ଗା’ ଭଳି ଚଳଚ୍ଚିତ୍ରରେ ନିତିନ ତାଙ୍କର ଚମତ୍କାର ଅଭିନୟ ପାଇଁ ବେଶ ଜଣାଶୁଣା।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri