୩ ସପ୍ତାହ ବନ୍ଦ ରହିବ ସାପ୍ତାହିକ ହାଟ

ଝାରସୁଗୁଡ଼ା ଅଫିସ,୨।୪: ପଡୋଶୀ ଛତିଶଗଡ଼ ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଛତିଶଗଡ଼ ରାଜ୍ୟର ରାୟଗଡ଼ ଜିଲାକୁ ଲାଗି ରହିଛି ଝାରସୁଗୁଡ଼ା ଜିଲା। ଉଭୟ ରାଜ୍ୟ ସୀମାନ୍ତରେ ଲୋକଙ୍କ ଯାତାୟାତ ରହିଥିବା ବେଳେ କରୋନା ସଂକ୍ରମଣ ଆଶଙ୍କା ରଖି ଜିଲା ପ୍ରଶାସନ ପକ୍ଷରୁ କୋଭିଡ କଟକଣାକୁ କଡାକଡି କରାଯାଇଛି। ଏଭଳିସ୍ଥିତିରେ ଝାରସୁଗୁଡ଼ା ଜିଲାରେ ସମସ୍ତ ସାପ୍ତାହିକ ହାଟ ୩ ସପ୍ତାହ ପାଇଁ ବନ୍ଦ ରହିବ। ଏନେଇ ଜିଲାପାଳ ସରୋଜ କୁମାର ସାମଲ ଟୁଇଟ କରି ଶୁକ୍ରବାର ସୂଚନା ଦେଇଛନ୍ତି। ସାପ୍ତାହିକ ହାଟ ଓ ନିୟମିତ ହାଟକୁ ପୃଥକ ଭାବେ ଅନ୍ୟତ୍ର ବସାଇବା ପାଇଁ ବ୍ୟବସ୍ଥା କରାଯାଇଛି । ହାଟ, ବଜାରରେ ମାସ୍କ ପରିଧାନ ଏବଂ ସାମାଜିକ ଦୂରତା ରକ୍ଷା ଆଦି ଉପରେ ଗୁରୁତ୍ୱ ଦିଆଯାଇଛି। ଶୁକ୍ରବାର ସୁଦ୍ଧା ଜିଲାରେ ୮୦୨୬ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରୁ ୨୬ ଜଣଙ୍କ ମତ୍ୟୁ ଘଟିଥିବା ବେଳେ ୭୯୩୯ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ୬୧ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri