୩ ସପ୍ତାହ ବନ୍ଦ ରହିବ ସାପ୍ତାହିକ ହାଟ

ଝାରସୁଗୁଡ଼ା ଅଫିସ,୨।୪: ପଡୋଶୀ ଛତିଶଗଡ଼ ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଛତିଶଗଡ଼ ରାଜ୍ୟର ରାୟଗଡ଼ ଜିଲାକୁ ଲାଗି ରହିଛି ଝାରସୁଗୁଡ଼ା ଜିଲା। ଉଭୟ ରାଜ୍ୟ ସୀମାନ୍ତରେ ଲୋକଙ୍କ ଯାତାୟାତ ରହିଥିବା ବେଳେ କରୋନା ସଂକ୍ରମଣ ଆଶଙ୍କା ରଖି ଜିଲା ପ୍ରଶାସନ ପକ୍ଷରୁ କୋଭିଡ କଟକଣାକୁ କଡାକଡି କରାଯାଇଛି। ଏଭଳିସ୍ଥିତିରେ ଝାରସୁଗୁଡ଼ା ଜିଲାରେ ସମସ୍ତ ସାପ୍ତାହିକ ହାଟ ୩ ସପ୍ତାହ ପାଇଁ ବନ୍ଦ ରହିବ। ଏନେଇ ଜିଲାପାଳ ସରୋଜ କୁମାର ସାମଲ ଟୁଇଟ କରି ଶୁକ୍ରବାର ସୂଚନା ଦେଇଛନ୍ତି। ସାପ୍ତାହିକ ହାଟ ଓ ନିୟମିତ ହାଟକୁ ପୃଥକ ଭାବେ ଅନ୍ୟତ୍ର ବସାଇବା ପାଇଁ ବ୍ୟବସ୍ଥା କରାଯାଇଛି । ହାଟ, ବଜାରରେ ମାସ୍କ ପରିଧାନ ଏବଂ ସାମାଜିକ ଦୂରତା ରକ୍ଷା ଆଦି ଉପରେ ଗୁରୁତ୍ୱ ଦିଆଯାଇଛି। ଶୁକ୍ରବାର ସୁଦ୍ଧା ଜିଲାରେ ୮୦୨୬ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିମଧ୍ୟରୁ ୨୬ ଜଣଙ୍କ ମତ୍ୟୁ ଘଟିଥିବା ବେଳେ ୭୯୩୯ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ୬୧ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri