Posted inଜାତୀୟ

ମେ ପୂର୍ବରୁ ହୋଇପାରେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ

କୋଲକୋତା,୧୪।୧: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ସରକାରଙ୍କ କାର୍ଯ୍ୟକାଳ ମେ ୩୦ରେ ଶେଷ ହେବାକୁ ଯାଉଛି। ଏ ନେଇ ସମସ୍ତ ରାଜନୈତିକ ଦଳ ଖୁବ ଜୋରରେ ପ୍ରସ୍ତୁତି ଜାରି ରଖିଛନ୍ତି। କିନ୍ତୁ ଛାତ୍ରୀଛାତ୍ରଙ୍କ ବୋର୍ଡ ପରୀକ୍ଷା ପାଇଁ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ମେ ପୂର୍ବରୁ ହୋଇପାରେ ବୋଲି ନିର୍ବାଚନ କମିଶନଙ୍କ ସୂତ୍ରରୁ ସୂଚନା ମିଳିଛି। ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଆରୋରା, ସୁଶୀଲ ଚନ୍ଦ୍ର ଏବଂ ରାଜୀବ କୁମାର ଆସନ୍ତା ସପ୍ତାହରେ ଆସାମ ଏବଂ ପଶ୍ଚିମବଙ୍ଗ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଚଳିତ ବର୍ଷ ଶେଷ ହେବାକୁ ଥିବା ୨ଟି ବିଧାନସଭା ର୍ନିବାଚନ ପାଇଁ ପ୍ରସ୍ତୁତିର ଆକଳନ କରିବେ। ଡେପୁଟି ନିର୍ବାଚନ କମିଶନର ସୁଦୀପ ଜୈନ ଦ୍ୱତୀୟ ଥର ପଶ୍ଚିମବଙ୍ଗ ଗସ୍ତରେ ଆସି ଏକ ବୈଠକରେ ପ୍ରଶାସନିକ ଅଧିକାରୀଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ନିର୍ବାଚନ ପୂର୍ବରୁ ଉତ୍ତର ୨୪ପ୍ରାଙ୍ଗଣରେ ଦେଖାଯାଇଥିବା ହିଂସା ଉପରେ ସେ ଆଲୋଚନା କରିଥିଲେ। ମତଦାନ ସମୟରେ କୌଣସି ଆଇନ ଶୃଙ୍ଖଳା ପରିସ୍ଥିତି ଦେଖାଦେଲେ ନୋଟିସ ଜାରି କରା ନ ଯାଇ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ଆଇନ ଉଲ୍ଳଂଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅଧିକାରୀଙ୍କୁ କହିଛନ୍ତି। ମୁକ୍ତ ଏବଂ ନିରପେକ୍ଷ ର୍ନିବାଚନ ସୁନିଶ୍ଚିତ କରିବା ପାଇଁ ଆଇନ ଏବଂ ଶୃଙ୍ଖଳାକୁ କଡାକଡି ଭାବେ ବଜାୟ ରଖିବାକୁ ନିର୍ବାଚନ ଆୟୋଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। କାର୍ଯ୍ୟରେ ଅବହେଳା କଲେ ଅଧିକାରୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବୈଠକରେ ଉପସ୍ଥିତ ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ର ଜୁଲୁମ୍ ଆଗରେ ନଇଁବନି ଆଦିବାସୀଙ୍କ ଜଳ-ଜଙ୍ଗଲ-ଜମିର ଲଢ଼େଇ; କୁର୍କୁଟି ମୌଜାରୁ ସରକାରଙ୍କୁ ସିଧା ଚ୍ୟାଲେଞ୍ଜ

ଥୁଆମୂଳ ରାମପୁର, ୦୫/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣପୁର ଗ୍ରାମପଞ୍ଚାୟତର ପୁଲିଙ୍ଗପଦର ଗ୍ରାମରୁ ବିଶ୍ୱ ପରିବେଶ ଦିବସ ଅବସରରେ ‘ଖଣ୍ଡୁଆଳମାଳି ସ୍ଥାୟୀ…

ରବିରେ ଉଠିଲା ଖରିଫ ଧାନ: ଇଚ୍ଛାମୃତ୍ୟୁ ଆବେଦନ କରିଥିଲେ ଚାଷୀ

ବରଗଡ଼,୫।୬(ପ୍ରେମାନନ୍ଦ ଖମାରୀ)- ଗତ ଖରିଫ ଋତୁରେ ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡ଼ି ବରଗଡ଼ ଜିଲା ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଅନେକ ଚାଷୀ ଧାନ ବିକ୍ରି…

ଭଞ୍ଜନଗରରେ କଂଗ୍ରେସ ପ୍ରଭାରୀ: ଜିଲା ସଂଗଠନ ସୁଦୃଢ଼ ଉପରେ…

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଓଡ଼ିଶା କଂଗ୍ରେସ ପ୍ରଭାରୀ ଜେ.ଟି. କୁସୁମ କୁମାର ଶୁକ୍ରବାର ଅପରାହ୍ନରେ ଭଞ୍ଜନଗର ଗସ୍ତରେ ଆସି ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଗଞ୍ଜାମ…

୪୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା,୫ା୬(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ମୋହନା ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ…

କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ଏବଂ ଅଧ୍ୟକ୍ଷ ଚିନ୍ତାମଣି ଏବଂ ଚାଷୀ କେ. ଶ୍ୟାମ ସୁନ୍ଦରଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର): ପ୍ରକୃତି ସଂରକ୍ଷଣ ଓ ପରିବେଶ ସୁରକ୍ଷା କ୍ଷେତ୍ରରେ ଦିଗପହଣ୍ଡି ବ୍ଳକର କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ସମ୍ମାନରେ ସମ୍ମାନୀତ କରାଯିବା ସହ ପୁରସ୍କାର…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…

ଭାରତକୁ ବଡ଼ ସଫଳତା: ଆଣ୍ଡାମାନ ସମୁଦ୍ର ଗର୍ଭରୁ ମିଳିଲା ପ୍ରାକୃତିକ ଗ୍ୟାସର ବିପୁଳ ଭଣ୍ଡାର!

ନୂଆଦିଲ୍ଲୀ,୫।୬: ଭାରତର ଶକ୍ତି ସୁରକ୍ଷା ଏବଂ ଦେଶ ଭିତରେ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦେଶର ପ୍ରମୁଖ ସରକାରୀ ତୈଳ କମ୍ପାନୀ…

ଜିଲାପାଳଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଆତ୍ମହତ୍ୟା: ଜମି ବିକ୍ରି ଅନୁମତି ପାଇଁ ନିରାଶ ପରେ…

କେନ୍ଦ୍ରାପଡ଼ା, ୫ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଉପର ତାଲା ଶିଡି ରେଲିଂରେ ବେକରେ ଗାମୁଛା ବାନ୍ଧି ଶୁକ୍ରବାର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri