Posted inଜାତୀୟ

ଦଣ୍ଡାଦେଶ ବିରୋଧରେ ଅପିଲ୍‌ କରିପାରିବେ ପଶ୍ଚିମବଙ୍ଗ ସରକାର

କୋଲକାତା,୨୨।୧: ଆର୍‌.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲର ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀସାବ୍ୟସ୍ତ ସଞ୍ଜୟ ରାୟଙ୍କୁ ସିଆଲଦାର ଅତିରିକ୍ତ ଜିଲା ଓ ଦୌରା ଜଜ୍‌ କୋର୍ଟ ଆଜୀବନ ଜେଲ ଦଣ୍ଡାଦେଶ ଦେଇଥିବାବେଳେ ଏହାର ବିରୋଧରେ ପଶ୍ଚିମବଙ୍ଗ ସରକାର ଅପିଲ୍‌ କରିପାରିବେ। କୋଲ୍‌କାତା ହାଇକୋର୍ଟ ମଙ୍ଗଳବାର ଏଥିପାଇଁ ଅନୁମତି ଦେଇଛନ୍ତି। ସଞ୍ଜୟଙ୍କୁ ମୃତ୍ୟୁଦଣ୍ଡ ପାଇଁ ନିବେଦନ କରି ପିଟିଶନ ଦାଏର କରିବାକୁ ଆଡଭୋକେଟ୍‌ ଜେନେରାଲ କିଶୋର ଦତ୍ତ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏଥିପାଇଁ ସେ ହାଇକୋର୍ଟଙ୍କ ଅନୁମତି ଚାହିଁଥିଲେ।
ସଞ୍ଜୟଙ୍କୁ ମୃତ୍ୟୁଦଣ୍ଡ ଦେବା ପାଇଁ ସିବିଆଇ ପକ୍ଷରୁ ଦାବି ହୋଇଥିବାବେଳେ ମାମଲା ବିରଳରୁ ବିରଳତମ ବର୍ଗରେ ଆସୁନାହିଁ ବୋଲି ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ଅନିର୍ବାଣ ଦାସ କହିବା ସହ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଥିଲେ। ଏଥିସହିତ ୫୦ ହଜାର ଟଙ୍କା ଜରିମାନା ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ମୃତା ଡାକ୍ତରଙ୍କ ପରିବାରକୁ ୧୭ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ନିମନ୍ତେ ବିଚାରପତି ପଶ୍ଚିମବଙ୍ଗ ସରକାରଙ୍କୁ କହିଥିଲେ। ଦଣ୍ଡାଦେଶକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅସନ୍ତୋଷ ବ୍ୟକ୍ତ କରିଥିଲେ। କୋଲକାତା ପୋଲିସଠାରୁ ଏହି ମାମଲାକୁ ଛଡ଼ାଇ ନିଆଯାଇ ସିବିଆଇକୁ ତଦନ୍ତ ଦାୟିତ୍ୱ ଦିଆଯାଇଥିଲା। ପୋଲିସ ତଦନ୍ତ କରିଥିଲେ, ଅପରାଧୀଙ୍କୁ ନିଶ୍ଚୟ ଫାଶୀଦଣ୍ଡ ମିଳିଥାନ୍ତା ବୋଲି ମମତା କହିଥିଲେ। ସିଆଲଦା କୋର୍ଟଙ୍କ ରାୟକୁ ରାଜ୍ୟ ସରକାର କୋଲକାତା ହାଇକୋର୍ଟରେ ଚ୍ୟାଲେଞ୍ଜ କରିବେ ବୋଲି ସେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri