Posted inଜାତୀୟ

ଦଣ୍ଡାଦେଶ ବିରୋଧରେ ଅପିଲ୍‌ କରିପାରିବେ ପଶ୍ଚିମବଙ୍ଗ ସରକାର

କୋଲକାତା,୨୨।୧: ଆର୍‌.ଜି. କର ମେଡିକାଲ କଲେଜ ଓ ହସ୍ପିଟାଲର ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ମାମଲାରେ ଦୋଷୀସାବ୍ୟସ୍ତ ସଞ୍ଜୟ ରାୟଙ୍କୁ ସିଆଲଦାର ଅତିରିକ୍ତ ଜିଲା ଓ ଦୌରା ଜଜ୍‌ କୋର୍ଟ ଆଜୀବନ ଜେଲ ଦଣ୍ଡାଦେଶ ଦେଇଥିବାବେଳେ ଏହାର ବିରୋଧରେ ପଶ୍ଚିମବଙ୍ଗ ସରକାର ଅପିଲ୍‌ କରିପାରିବେ। କୋଲ୍‌କାତା ହାଇକୋର୍ଟ ମଙ୍ଗଳବାର ଏଥିପାଇଁ ଅନୁମତି ଦେଇଛନ୍ତି। ସଞ୍ଜୟଙ୍କୁ ମୃତ୍ୟୁଦଣ୍ଡ ପାଇଁ ନିବେଦନ କରି ପିଟିଶନ ଦାଏର କରିବାକୁ ଆଡଭୋକେଟ୍‌ ଜେନେରାଲ କିଶୋର ଦତ୍ତ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏଥିପାଇଁ ସେ ହାଇକୋର୍ଟଙ୍କ ଅନୁମତି ଚାହିଁଥିଲେ।
ସଞ୍ଜୟଙ୍କୁ ମୃତ୍ୟୁଦଣ୍ଡ ଦେବା ପାଇଁ ସିବିଆଇ ପକ୍ଷରୁ ଦାବି ହୋଇଥିବାବେଳେ ମାମଲା ବିରଳରୁ ବିରଳତମ ବର୍ଗରେ ଆସୁନାହିଁ ବୋଲି ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ଅନିର୍ବାଣ ଦାସ କହିବା ସହ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଥିଲେ। ଏଥିସହିତ ୫୦ ହଜାର ଟଙ୍କା ଜରିମାନା ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ମୃତା ଡାକ୍ତରଙ୍କ ପରିବାରକୁ ୧୭ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ନିମନ୍ତେ ବିଚାରପତି ପଶ୍ଚିମବଙ୍ଗ ସରକାରଙ୍କୁ କହିଥିଲେ। ଦଣ୍ଡାଦେଶକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅସନ୍ତୋଷ ବ୍ୟକ୍ତ କରିଥିଲେ। କୋଲକାତା ପୋଲିସଠାରୁ ଏହି ମାମଲାକୁ ଛଡ଼ାଇ ନିଆଯାଇ ସିବିଆଇକୁ ତଦନ୍ତ ଦାୟିତ୍ୱ ଦିଆଯାଇଥିଲା। ପୋଲିସ ତଦନ୍ତ କରିଥିଲେ, ଅପରାଧୀଙ୍କୁ ନିଶ୍ଚୟ ଫାଶୀଦଣ୍ଡ ମିଳିଥାନ୍ତା ବୋଲି ମମତା କହିଥିଲେ। ସିଆଲଦା କୋର୍ଟଙ୍କ ରାୟକୁ ରାଜ୍ୟ ସରକାର କୋଲକାତା ହାଇକୋର୍ଟରେ ଚ୍ୟାଲେଞ୍ଜ କରିବେ ବୋଲି ସେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?