ପୁରୀବାସୀଙ୍କ ପାଇଁ ଖୋଲିଲା ପଶ୍ଚିମଦ୍ୱାର

ପୁରୀ ଅଫିସ,୨୫ା୭(ଅଜିତ ମହାନ୍ତି):ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ବିଭିନ୍ନ ସଂଗଠନଠାରୁ ଆରମ୍ଭ କରି ରାଜନେତା, ପରିଚାଳନା କମିଟି ସଦସ୍ୟ, ସେବାୟତଙ୍କ ପକ୍ଷରୁ ଦାବି କରାଯିବା ପରେ ଶେଷରେ ମୁଣ୍ଡ ନୁଆଁଇଛି ପ୍ରଶାସନ। ପ୍ରାଥମିକତା ଦୃଷ୍ଟିରୁ ପୁରୀବାସୀଙ୍କ ପାଇଁ ଶ୍ରୀମନ୍ଦିର ପଶ୍ଚିମଦ୍ୱାର ସୋମବାରଠାରୁ ଖୋଲାଯାଇଛି। ଫଳରେ ପୁରୀବାସୀ ଏହି ନିଷ୍ପତ୍ତି ପ୍ରତି ସନ୍ତୋଷପ୍ରକାଶ କରିଥିବାବେଳେ ପ୍ରଥମ ଦିନରେ ଶୃଙ୍ଖଳିତ ଭାବେ ପରିଚୟପତ୍ର ଦେଖାଇ ବ୍ୟାରିକେଡ୍‌ ଦେଇ ସ୍ଥାନୀୟ ବାସିନ୍ଦା ଶ୍ରୀମନ୍ଦିରକୁ ପ୍ରବେଶ କରିଛନ୍ତି। ଅପରପକ୍ଷେ ପ୍ରଶାସନ ପଶ୍ଚିମଦ୍ୱାର ପୁରୀବାସୀଙ୍କ ପାଇଁ ଖୋଲି ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ଲାଗି ହେଉଥିବା ଦାବିକୁ ଦବେଇଦେବା ଏହା ଏକ ସୁଚିନ୍ତିତ ଯୋଜନା ବୋଲି ବିଭିନ୍ନ ମହଲରେ ଚର୍ଚ୍ଚା ହେଉଥିବା ବେଳେ ଭକ୍ତଙ୍କ ପାଇଁ ଚାରିଦ୍ୱାର ଖୋଲିବା ଆନ୍ଦୋଳନ ଜାରି ରହିବ ବୋଲି ବିଭିନ୍ନ ସଂଗଠନ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, କୋଭିଡ୍‌ ପରଠାରୁ ଭକ୍ତମାନଙ୍କୁ କେବଳ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବାକୁ ପ୍ରଶାସନ ପକ୍ଷରୁ ଅନୁମତି ଦିଆଯାଇଥିଲା। ଫଳରେ ଅନ୍ୟ ତିନିଦ୍ୱାର ଦେଇ ଭକ୍ତମାନେ ଯାଇପାରୁ ନଥିଲେ, ଯାହାକୁ ନେଇ ପୁରୀବାସୀଙ୍କଠାରୁ ଆରମ୍ଭ କରି ଭକ୍ତମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଥିଲେ। କୋଭିଡ୍‌ ସରିଯିବା ପରେ ମଧ୍ୟ ଉକ୍ତ କଟକଣାକୁ ପ୍ରଶାସନ ଉଠାଇ ନ ଥିଲେ। ଫଳରେ ଏହାକୁ ବିରୋଧ କରି ବିଭିନ୍ନ ଅନୁଷ୍ଠାନ, ଓକିଲ ସଂଘ, ରାଜନୈତିକ ଦଳ, ସେବାୟତ, ପରିଚାଳନା କମିଟି ସଦସ୍ୟ ପ୍ରମୁଖ ଚାରିଦ୍ୱାର ଖୋଲିବା ପାଇଁ ଦାବି ଜୋରଦାର କରିଥିଲେ। ଫଳରେ ଛତିଶା ନିଯୋଗ ବୈଠକ ବସି ଦ୍ୱାର ଖୋଲିବା ନେଇ ଏକ ସବ୍‌କମିଟି ଗଠନ କରାଯାଇଥିଲା। ମାତ୍ର ଉକ୍ତ ସବ୍‌କମିଟି ଗଠନକୁ ମଧ୍ୟ ଅନେକେ ବିରୋଧ କରିଥିଲେ। ଫଳରେ ରବିବାର ଏକ ବୈଠକ ବସି ପୁରୀବାସୀଙ୍କ ପାଇଁ ପଶ୍ଚିମଦ୍ୱାର ଖୋଲିବା ନେଇ ନିଷ୍ପତ୍ତି ହୋଇଥିଲା। ନିଷ୍ପତ୍ତି ଅନୁଯାୟୀ, ପୁରୀବାସୀ ସେମାନଙ୍କ ପରିଚୟପତ୍ର ଦେଖାଇ ସୋମବାରଠାରୁ ପଶ୍ଚିମଦ୍ୱାରରେ ପ୍ରବେଶ କରି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ପୋଲିସ ପ୍ରଶାସନ ମଧ୍ୟ ସଜାଗ ରହିଥିଲା। ଭକ୍ତମାନଙ୍କ ସୁବିଧା ପାଇଁ ପଶ୍ଚିମଦ୍ୱାର ନିକଟରେ ଥିବା ଶେଲଟର୍‌ ପାଭିଲିୟନରେ ଜୋତା ଓ ଅନ୍ୟ ଆସବାବପତ୍ର ରଖି ଧାଡ଼ିରେ ପ୍ରବେଶ କରିବା ପାଇଁ ବ୍ୟବସ୍ଥା କରାଯାଇଥିଲା। ଦୀର୍ଘଦିନ ପରେ ପୁରୀବାସୀ ପଶ୍ଚିମଦ୍ୱାର ଦେଇ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରି ବେଶ୍‌ ଖୁସିବ୍ୟକ୍ତ କରିଛନ୍ତି। ଅପରପକ୍ଷେ ପୁରୀରେ ଦୀର୍ଘଦିନ ଧରି ରହୁଥିବା ଭକ୍ତମାନଙ୍କୁ ପଶ୍ଚିମଦ୍ୱାର ଦେଇ ଶ୍ରୀମନ୍ଦିର ପରିସରକୁ ଯିବା ପାଇଁ ଛଡ଼ାଯାଇ ନ ଥିଲା, ଯାହାକୁ ନେଇ ଅନେକ ବ୍ୟକ୍ତିବିଶେଷ ଅସନ୍ତୋଷ ପ୍ରକାଶ କରିଥିଲେ। ବିଶେଷ କରି ବୟସ୍କମାନେ ଯାଇ ନ ପାରି ମନ ଦୁଃଖ କରି ଫେରିଥିବା ଦେଖିବାକୁ ମିଳିଥିଲା। ତେବେ ପ୍ରଶାସନ ପରିକ୍ରମା ମାର୍ଗ କାର୍ଯ୍ୟ ଚାଲିଥିବାର ଆଳ ଦେଖାଇ ବର୍ତ୍ତମାନ ଉତ୍ତର ଓ ଦକ୍ଷିଣ ଦ୍ୱାରରେ ପ୍ରବେଶ ବନ୍ଦ ରଖିବା ନେଇ ସୂଚନା ଦେଇଛି। ଭଗବାନଙ୍କ ଆଗରେ ସବୁ ଭକ୍ତ ସମାନ, ତେଣୁ ସମସ୍ତଙ୍କ ପାଇଁ ଚାରିଦ୍ୱାର ଖୋଲାଯାଉ ବୋଲି ଭକ୍ତ, ସେବାୟତ ଓ ବିଭିନ୍ନ ସଙ୍ଗଠନ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?