Posted inଖେଳ

୪୬ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଦେଲେ ୱେଷ୍ଟଇଣ୍ଡିଜ ବୋଲର୍‌

ନୂଆଦିଲ୍ଲୀ,୨।୧୨: ୱେଷ୍ଟଇଣ୍ଡିଜ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଶେଷ ମ୍ୟାଚ ଜାମାଇକର କିଙ୍ଗଷ୍ଟନ୍‌ରେ ଖେଳାଯାଉଛି। ଏହି ମ୍ୟାଚରେ ୱେଷ୍ଟଇଣ୍ଡିଜ ଦ୍ରୁତ ବୋଲର ଜାଡେନ ସିଲ୍ସ ଚମତ୍କାର ପ୍ରଦର୍ଶନ କରି ୪୬ ବର୍ଷର ରେକର୍ଡ ଭାଙ୍ଗିଛନ୍ତି। ଗତ ୪୬ ବର୍ଷ ମଧ୍ୟରେ ଟେଷ୍ଟ କ୍ରିକେଟ ଇତିହାସରେ ସବୁଠାରୁ ଇକୋନୋମିକାଲ୍‌ ସ୍ପେଲ୍‌ ପକାଇଛନ୍ତି। ସିଲ୍ସଙ୍କ ତୀକ୍ଷ୍ଣ ବୋଲିଂ ସାମ୍ନାରେ ବାଂଲାଦେଶୀ ବ୍ୟାଟ୍ସମ୍ୟାନ୍‌ମାନେ ୨୦୦ ରନ ମାର୍କ ମଧ୍ୟ ଅତିକ୍ରମ କରିପାରି ନ ଥିଲେ।

ଏହି ମ୍ୟାଚରେ ବାଂଲାଦେଶ ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଏହି ସମୟରେ ୱେଷ୍ଟଇଣ୍ଡିଜର ଜାଡେନ ସିଲ ମାତ୍ର ୫ ରନ ଖର୍ଚ୍ଚ କରି ୧୫.୫ ଓଭରରେ ୪ ଉଇକେଟ ନେଇଥିଲେ। ଜାଡେନ ଇନିଂସରେ ସର୍ବାଧିକ ଉଇକେଟ ନେଇଥିଲେ। ଏହି ଅବଧିରେ, ସେ ୦.୩୧ ଆଭ୍‌ରେଜ୍‌ରେ ରନ ଖର୍ଚ୍ଚ କରିଥିଲେ। ୧୫.୫ ଓଭରର ସ୍ପେଲ୍‌ ବୋଲିଂ କରି ଜାଡେନ ୧୦ ଓଭର ମେଡେନ୍‌ ବୋଲିଂ କରିଥିଲେ। ୧୯୭୮ ପରଠାରୁ ଟେଷ୍ଟ କ୍ରିକେଟରେ ଏହା ସବୁଠାରୁ ଇକୋନୋମିକାଲ୍‌ ସ୍ପେଲ୍‌ ଥିଲା।

୨୦୧୫ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଟେଷ୍ଟରେ ଭାରତୀୟ ଦଳର ତାରକା ଦ୍ରୁତ ବୋଲର ଉମେଶ ଯାଦବ ୨୧ ଓଭରରେ ମାତ୍ର ୯ ରନ ଦେଇ ୩ ଉଇକେଟ ନେଇଥିଲେ। ୦.୪୨ ଆଭ୍‌ରେଜ୍‌ରେ ଉମେଶ ତାଙ୍କ ସ୍ପେଲ୍‌ରେ ରନ ଖର୍ଚ୍ଚ କରିଥିଲେ। ବର୍ତ୍ତମାନ ସିଲ ଉମେଶଙ୍କ ରେକର୍ଡ ଭାଙ୍ଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନର ନୈତିକ ମୂଲ୍ୟବୋଧ

କଥାରେ ଅଛି-‘ଥିଲେ ଥାଉ ପଛେ ଗୁଣ ହଜାର, ଚରିତ୍ର ନଥିଲେ ସବୁ ଅସାର।’ ସୁତରାଂ ଆମ ଜୀବନରେ ନୈତିକ ମୂଲ୍ୟବୋଧର ଏକ ମୁଖ୍ୟ ଆଧାର ହେଉଛି –…

ଆମେରିକା-ଇରାନ ଡିଲ୍‌ରେ ଏହି ଦେଶ ସାମିଲ, ଜାଣିଲେ ହୋଇଯିବେ ତାଜୁବ

ଓ୍ବାଶିଂଟନ୍‌,୨୪।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବିବାଦର ମଧ୍ୟସ୍ଥତା ପାଇଁ ପ୍ରୟାସ ଜୋର ଧରିଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ…

ପେଟ୍ରୋଡଲାର ସାମ୍ରାଜ୍ୟ

ପୃଥିବୀର କୌଣସି ଏକ ପେଟ୍ରୋଲ୍‌ ପମ୍ପରେ ଗାଡ଼ିରେ ଇନ୍ଧନ ଭରିବା ଦୃଶ୍ୟ ସାଧାରଣ ହୋଇପାରେ, କିନ୍ତୁ ଏହା ପ୍ରଚ୍ଛଦପଟରେ ଏକ ବିଶାଳ ଆର୍ଥିକ ବ୍ୟବସ୍ଥା କାମ କରୁଥାଏ,…

ଦୁବାଇରେ ଧରାପଡ଼ିଲେ ଭାରତର ମୋଷ୍ଟ ୱାଣ୍ଟେଡ ଡ୍ରଗ୍ସ ମାଫିଆ! ଖୁବଶୀଘ୍ର ଆସିବେ ଭାରତ

ନୂଆଦିଲ୍ଲୀ,୨୪।୩: ଭାରତର ଡ୍ରଗ ମାଫିଆଙ୍କ ଜଣେ ପ୍ରମୁଖ ବ୍ୟକ୍ତି ଜସବିନ୍ଦର ଓରଫ ‘ଜାଜ’କୁ ଦୁବାଇରେ ଗିରଫ କରାଯାଇଛି। ଭାରତୀୟ ଏଜେନ୍ସିଗୁଡ଼ିକର ନିର୍ଦ୍ଦେଶରେ ଇଣ୍ଟରପୋଲ ସହାୟତାରେ ଏହି ଅପରେଶନ…

ଆମେରିକା ଅପଦସ୍ଥ

ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜକୁ ୪୮ ଘଣ୍ଟା ମଧ୍ୟରେ ସମ୍ପୂର୍ଣ୍ଣ ଖୋଲା ନ କଲେ ଇରାନକୁ ଭୟାବହ ସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଇସ୍ରାଏଲ ଉପରେ ମିଶାଇଲ୍ ଆଟାକ୍ କଲା ଇରାନ, ତେହରାନ୍‌ ଆମେରିକା ସହ ଆଲୋଚନା ପାଇଁ ମନାକରିବାରୁ ପୁଣି ବଢ଼ିଲା ତେଲ ଦର

ତେହରାନ୍‌,୨୪।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଆଲୋଚନା ଆରମ୍ଭ କରିବା ପାଇଁ ପ୍ରୟାସ ତୀବ୍ର ହୋଇଛି । ତଥାପି, ପରିସ୍ଥିତି ସ୍ୱାଭାବିକ…

ଇରାନ-ଆମେରିକା ଯୁଦ୍ଧରେ ପାକିସ୍ତାନର ମଧ୍ୟସ୍ଥତାକୁ ନେଇ ଖପ୍ପା ହେଲାଣି କଂଗ୍ରେସ

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଏଡାଇବା ପାଇଁ ଇରାନ ଏବଂ ଆମେରିକା ଆଲୋଚନାରେ ସାମିଲ ହେବାକୁ ରାଜି ହୋଇଛନ୍ତି। ଆମେରିକାର ରାଷ୍ଟ୍ରପତି ଦାବି କରିଛନ୍ତି ଯେ ତିନୋଟି ଦେଶ ଏହି…

ବାଲେଶ୍ଵର ଅରଡ ବଜାରରେ ଗୁଳିକାଣ୍ଡ, ଦୁଇ ଯୁବକ…

ବାଲେଶ୍ଵର,୨୪।୩( ବାଞ୍ଛାନିଧି ଦେ): ଅଶାନ୍ତ ହୋଇପଡିଛି ବାଲେଶ୍ଵର ସହର । ସହଦେଵଖୁଣ୍ଟା ଥାନା ଅନ୍ତର୍ଗତ ଅରଡ ବଜାର ଅଞ୍ଚଳରେ ପୁଣିଥରେ ଗୁଳିକାଣ୍ଡ ହୋଇଛି। ସୋମବାର ମଧ୍ୟରାତିରେ ଫୁଟିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri