Posted inଖେଳ

ଦକ୍ଷିଣ ଆଫ୍ରିକାକୁ ହରାଇଲା ଓ୍ବେଷ୍ଟଇଣ୍ଡିଜ

ସେଣ୍ଟ୍‌ ଜର୍ଜ, ୨୮ା୬(ଏପି)-ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ ୮ଉଇକେଟରେ ବିଜୟ ହାସଲ କରିଛି। ଭ୍ରମଣକାରୀ ଦଳ ଦ୍ୱାରା ଧାର୍ଯ୍ୟ ୧୬୧ରନର ବିଜୟ ଲକ୍ଷ୍ୟକୁ ଘରୋଇ ଦଳ ୧୫ ଓଭରରେ ମାତ୍ର ୨ ଉଇକେଟ ବିନିମୟରେ ହାସଲ କରିନେଇଥିଲା। ଦଳ ପକ୍ଷରୁ ଏଭିନ୍‌ ଲିଓ୍ବିସ୍‌ ମାତ୍ର ୨୨ ବଲ୍‌ରେ ଅର୍ଦ୍ଧଶତକ ହାସଲ ସହ ୭୧ (୩୫ବଲ୍‌) ରନ କରି ଦଳକୁ ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଲିଓ୍ବିସ୍‌ ପ୍ରଥମ ଉଇକେଟରେ ଆନ୍ଦ୍ରେ ଫ୍ଲେଚରଙ୍କ ସହ ୮୫ ରନ ଏବଂ କ୍ରିସ୍‌ ଗେଲ୍‌ଙ୍କ ସହ ଦ୍ୱିତୀୟ ଉଇକେଟରେ ୩୯ରନ ଯୋଗ କରି ଦଳର ବିଜୟପଥକୁ ସୁଗମ କରିଥିଲେ। ସେ ୧୨ତମ ଓଭରରେ ଆଉଟ୍‌ ହେବା ବେଳକୁ ଓ୍ବେଷ୍ଟଇଣ୍ଡିଜ ସ୍କୋର ୧୨୪/୨ ରହିଥିଲା। ତୃତୀୟ ଉଇକେଟରେ ଗେଲ୍‌ ଓ ଆନ୍ଦ୍ରେ ରସେଲ ଅପରାଜିତ ୩୭ରନ ଯୋଗ କରି ଦଳକୁ ବିଜୟୀ କରାଇଥିଲେ। ଓ୍ବେଷ୍ଟଇଣ୍ଡିଜ ଦକ୍ଷିଣ ଆଫ୍ରିକା ଦ୍ୱାରା ଧାର୍ଯ୍ୟ ବିଜୟ ଲକ୍ଷ୍ୟକୁ ମାତ୍ର ୧୫ ଓଭରରେ ଅତିକ୍ରମ କରିଯାଇଥିଲା। ଗେଲ୍‌ ୩୪ରନ (୨୪ବଲ୍‌) ଓ ରସେଲ ୨୩ (୧୨ ବଲ୍‌)ରନ କରି ଅପରାଜିତ ରହିଥିଲେ। ଓ୍ବେଷ୍ଟଇଣ୍ଡିଜ ସ୍କୋରରେ ୧୫ଟି ଛକା ମଧ୍ୟରୁ କେବଳ ଲିଓ୍ବିସ୍‌ଙ୍କର ୭ ଛକା ରହିଥିଲା। ଟସ୍‌ରେ ହାରି ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ନିର୍ଦ୍ଧାରିତ ଓଭରରେ ୬ ଉଇକେଟ ବିନିମୟରେ ୧୬୦ରନ କରିବାରେ ସମର୍ଥ ହୋଇଥିଲା। ଦଳପକ୍ଷରୁ ଟପ୍‌ ସ୍କୋର ରସି ଭାନ୍‌ ଡର୍‌ ଡସେନ ୫୬ରନ କରି ଅପରାଜିତ ରହିଥିବାବେଳେ କ୍ୱିଣ୍ଟନ ଡି’କକ୍‌ ୩୭ ରନ କରିଥିଲେ। ଓ୍ବେଷ୍ଟଇଣ୍ଡିଜ ପକ୍ଷରୁ ଫାବିଆନ ଆଲେନ୍‌ ଓ ଡ୍ବେନ ବ୍ରାଭୋ ଦୁଇଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଥିଲେ ବୈଭବ, ହେଲେ…

ନୂଆଦିଲ୍ଲୀ,୩୧।୮: ଦୁଲୀପ ଟ୍ରଫି ସେମିଫାଇନାଲରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ପୁଣିଥରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ଇଷ୍ଟ ଜୋନ ପକ୍ଷରୁ ସେଣ୍ଟ୍ରାଲ ଜୋନ ବିପକ୍ଷରେ…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

୧୫ ବର୍ଷରେ ବୈଭବ ସୂର୍ଯ୍ୟବଂଶୀଙ୍କ ୭ଟି ବଡ଼ ରେକର୍ଡ: ଭାଙ୍ଗିବା ପ୍ରାୟ ଅସମ୍ଭବ! ବଡ଼ ବଡ଼ କ୍ରିକେଟର ଫଡିବେ ଫିକା

ନୂଆଦିଲ୍ଲୀ,୩୧।୮: ବୟସ ମାତ୍ର ୧୫ ବର୍ଷ। କିନ୍ତୁ କ୍ରିକେଟ ମଇଦାନରେ ରେକର୍ଡ ପରେ ରେକର୍ଡ କରି ଚର୍ଚ୍ଚାରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ। ଅତ୍ୟନ୍ତ କମ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri