Posted inଖେଳ

ଦକ୍ଷିଣ ଆଫ୍ରିକାକୁ ହରାଇଲା ଓ୍ବେଷ୍ଟଇଣ୍ଡିଜ

ସେଣ୍ଟ୍‌ ଜର୍ଜ, ୨୮ା୬(ଏପି)-ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ ୮ଉଇକେଟରେ ବିଜୟ ହାସଲ କରିଛି। ଭ୍ରମଣକାରୀ ଦଳ ଦ୍ୱାରା ଧାର୍ଯ୍ୟ ୧୬୧ରନର ବିଜୟ ଲକ୍ଷ୍ୟକୁ ଘରୋଇ ଦଳ ୧୫ ଓଭରରେ ମାତ୍ର ୨ ଉଇକେଟ ବିନିମୟରେ ହାସଲ କରିନେଇଥିଲା। ଦଳ ପକ୍ଷରୁ ଏଭିନ୍‌ ଲିଓ୍ବିସ୍‌ ମାତ୍ର ୨୨ ବଲ୍‌ରେ ଅର୍ଦ୍ଧଶତକ ହାସଲ ସହ ୭୧ (୩୫ବଲ୍‌) ରନ କରି ଦଳକୁ ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଲିଓ୍ବିସ୍‌ ପ୍ରଥମ ଉଇକେଟରେ ଆନ୍ଦ୍ରେ ଫ୍ଲେଚରଙ୍କ ସହ ୮୫ ରନ ଏବଂ କ୍ରିସ୍‌ ଗେଲ୍‌ଙ୍କ ସହ ଦ୍ୱିତୀୟ ଉଇକେଟରେ ୩୯ରନ ଯୋଗ କରି ଦଳର ବିଜୟପଥକୁ ସୁଗମ କରିଥିଲେ। ସେ ୧୨ତମ ଓଭରରେ ଆଉଟ୍‌ ହେବା ବେଳକୁ ଓ୍ବେଷ୍ଟଇଣ୍ଡିଜ ସ୍କୋର ୧୨୪/୨ ରହିଥିଲା। ତୃତୀୟ ଉଇକେଟରେ ଗେଲ୍‌ ଓ ଆନ୍ଦ୍ରେ ରସେଲ ଅପରାଜିତ ୩୭ରନ ଯୋଗ କରି ଦଳକୁ ବିଜୟୀ କରାଇଥିଲେ। ଓ୍ବେଷ୍ଟଇଣ୍ଡିଜ ଦକ୍ଷିଣ ଆଫ୍ରିକା ଦ୍ୱାରା ଧାର୍ଯ୍ୟ ବିଜୟ ଲକ୍ଷ୍ୟକୁ ମାତ୍ର ୧୫ ଓଭରରେ ଅତିକ୍ରମ କରିଯାଇଥିଲା। ଗେଲ୍‌ ୩୪ରନ (୨୪ବଲ୍‌) ଓ ରସେଲ ୨୩ (୧୨ ବଲ୍‌)ରନ କରି ଅପରାଜିତ ରହିଥିଲେ। ଓ୍ବେଷ୍ଟଇଣ୍ଡିଜ ସ୍କୋରରେ ୧୫ଟି ଛକା ମଧ୍ୟରୁ କେବଳ ଲିଓ୍ବିସ୍‌ଙ୍କର ୭ ଛକା ରହିଥିଲା। ଟସ୍‌ରେ ହାରି ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ନିର୍ଦ୍ଧାରିତ ଓଭରରେ ୬ ଉଇକେଟ ବିନିମୟରେ ୧୬୦ରନ କରିବାରେ ସମର୍ଥ ହୋଇଥିଲା। ଦଳପକ୍ଷରୁ ଟପ୍‌ ସ୍କୋର ରସି ଭାନ୍‌ ଡର୍‌ ଡସେନ ୫୬ରନ କରି ଅପରାଜିତ ରହିଥିବାବେଳେ କ୍ୱିଣ୍ଟନ ଡି’କକ୍‌ ୩୭ ରନ କରିଥିଲେ। ଓ୍ବେଷ୍ଟଇଣ୍ଡିଜ ପକ୍ଷରୁ ଫାବିଆନ ଆଲେନ୍‌ ଓ ଡ୍ବେନ ବ୍ରାଭୋ ଦୁଇଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri