Posted inଖେଳ

ଇତିହାସ ରଚିଲା ଓ୍ବେଷ୍ଟଇଣ୍ଡିଜ୍‌

ଢାକା,୭।୨: ୱେଷ୍ଟଇଣ୍ଡିଜ କ୍ରିକେଟ୍‌ ଦଳ ଇତିହାସ ସୃଷ୍ଟି କରିଛି। ପ୍ରଥମ ଟେଷ୍ଟ ମ୍ୟାଚରେ ଆୟୋଜକ ବାଂଲାଦେଶ ପକ୍ଷରୁ ଦିଆଯାଇଥିବା ୩୯୫ ରନ୍‌ର ଲକ୍ଷ୍ୟ ହାସଲ କରି ସେ ଐତିହାସିକ ବିଜୟ ରେକର୍ଡ କରିଛନ୍ତି। ଟେଷ୍ଟ ଇତିହାସରେ ଏହା ପଞ୍ଚମ ଥର ହୋଇଛି, ଯେତେବେଳେ ଏକ ଦଳ ୩୯୫ କିମ୍ବା ତା’ଠାରୁ ଅଧିକ ଲକ୍ଷ୍ୟ ହାସଲ କରିଛି। ୱେଷ୍ଟଇଣ୍ଡିଜ ବିଜୟର ହିରୋ ଥିଲେ କାଇଲ ମେୟର୍ସ। ସେ ୨୧୦ ରନର ଅପରାଜିତ ଇନିଂସ ଖେଳିଥିଲେ। ଏହା ହେଉଛି କାଇଲ ମେୟର୍ସଙ୍କ ପ୍ରଥମ ଟେଷ୍ଟ ମ୍ୟାଚ। ସେ ପ୍ରଥମ ଟେଷ୍ଟ ମ୍ୟାଚରେ ଦ୍ୱିଶତକ ହାସଲ କରିଛନ୍ତି। ପ୍ରଥମ ଟେଷ୍ଟ ମ୍ୟାଚ ଫେବୃଆରୀ ୩ରୁ ଚିଟାଗଙ୍ଗ ଆୟୋଜକ ବାଂଲାଦେଶ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିଲା। ପ୍ରଥମ ଇନିଂସରେ ବାଂଲାଦେଶ ୪୩୦ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ୱେଷ୍ଟଇଣ୍ଡିଜ ଦଳ ୨୫୯ ରନରେ ଅଲଆଉଟ୍‌ ହୋଇଥିଲା। ଏହିପରି ଭାବରେ ବାଂଲାଦେଶ ପ୍ରଥମ ଇନିଂସରେ ୧୭୧ ରନର ଏକ ବଡ଼ ଅଗ୍ରଣୀ ହାସଲ କଲା। ପରେ ଦ୍ୱିତୀୟ ଇନିଂଶରେ ବାଂଲାଦେଶ ୮ ଉଇକେଟ ହରାଇ ୨୨୩ ରନ ସ୍କୋର କରି ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଫଳରେ ୱେଷ୍ଟଇଣ୍ଡିଜକୁ ୧୩୦ ଓଭରରେ ୩୯୫ ରନର ବିଜୟ ଲକ୍ଷ୍ୟ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri