Posted inଖେଳ

ଅନ୍ତିମ ଟି୨୦ ଜିତିଲା ଓ୍ବେଷ୍ଟଇଣ୍ଡିଜ

ଗ୍ରସ୍‌ଆଇଲେଟ୍‌ (ସେଣ୍ଟ ଲୁସିଆ), ୧୮ା୭ (ଏପି)-ଅଷ୍ଟ୍ରେଲିଆ ବିପକ୍ଷ ୫ମ ତଥା ଅନ୍ତିମ ଅନ୍ତର୍ଜାତୀୟ ଟି୨୦ରେ ଓ୍ବେଷ୍ଟଇଣ୍ଡିଜ ୧୬ ରନରେ ବିଜୟ ହାସଲ କରିଛି। ଏଥିସହ ଦଳ ୫ ମ୍ୟାଚ ବିଶିଷ୍ଟ ସିରିଜ ୪-୧ରେ ବିଜୟ ହାସଲ କରିଛି। ଦଳକୁ ଜିତାଇବାରେ ଏର୍ଭିନ ଲୁଇସ୍‌ ପ୍ରମୁଖ ଭୂମିକା ଗ୍ରହଣ କରି ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ହେଡେନ ଓ୍ବାଲ୍ସ ପ୍ଲେୟର ଅଫ୍‌ ଦି ସିରିଜ ହୋଇଥିଲେ। ଓ୍ବେଷ୍ଟଇଣ୍ଡିଜର କାମଚଳା ଅଧିନାୟକ ନିକୋଲାସ ପୁରାନ ସିରିଜରେ ପ୍ରଥମଥର ଟସ୍‌ ଜିତି ବ୍ୟାଟିଂ ନେଇଥିଲେ। ଦଳ ନିର୍ଦ୍ଧାରିତ ଓଭରରେ ୮ ଉଇକେଟ ବିନିମୟରେ ୧୯୯ରନ କରିଥିଲା। ଟପ୍‌ ସ୍କୋର ଲୁଇସ୍‌ ୩୪ ବଲରୁ ୯ ଛକା ସମେତ ୭୯ରନ କରିଥିଲେ। ପୁରାନ ୩୧ ରନ କରିଥିଲେ। ଅଷ୍ଟ୍ରେଲିଆ ତରଫରୁ ଆଣ୍ଡ୍ର୍ୟୁ ଟାଇ ୩ ଏବଂ ଆଡାମ ଜାମ୍ପା ଓ ମିଚେଲ ମାର୍ଶ ୨ଟି ଲେଖାଏ ଉଇକେଟ ନେଇଥିଲେ। ଜବାବରେ ଅଷ୍ଟ୍ରେଲିଆ ନିର୍ଦ୍ଧାରିତ ଓଭରରେ ୯ ଉଇକେଟ ବିନିମୟରେ ୧୮୩ ରନ କରିଥିଲା ଏବଂ ବିଜୟଠାରୁ ୧୬ରନ ପଛରେ ରହିଯାଇଥିଲା। ଦଳର ଟପ୍‌ ସ୍କୋର ଆରୋନ ଫିଞ୍ଚ୍‌ ୩୪, ମିଚେଲ ମାର୍ଶ ୩୦ ଏବଂ ଉଇକେଟକିପର ମାଥ୍ୟୁ ଓ୍ବେଡ୍‌ ୨୬ରନ କରିଥିଲେ। ଘରୋଇ ଦଳ ପକ୍ଷରୁ ଶେଲଡନ କଟ୍ରେଲ ଓ ଆନ୍ଦ୍ରେ ରସେଲ ୩ଟି ଲେଖାଏ ଉଇକେଟ ନେଇଥିଲେ।
ସଂକ୍ଷିପ୍ତ ସ୍କୋର
ଓ୍ବେଷ୍ଟଇଣ୍ଡିଜ: ୨୦ ଓଭରରେ ୧୯୯/୮ (ଲୁଇସ୍‌-୭୯, ପୁରାନ-୩୧; ଆଣ୍ଡ୍ର୍ୟୁ ଟାଇ-୩/୩୭, ମିଚେଲ ମାର୍ଶ-୨/୧୨, ଜାମ୍ପା-୨/୩୦)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ଟି-୨୦ର ନୂଆ ‘ରେକର୍ଡ କିଙ୍ଗ୍‌’ ହେବେ ବୈଭବ ସୂର୍ଯ୍ୟବଂଶୀ! ଖେଳାଳିଙ୍କ ବିସ୍ଫୋରକ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ, ୬।୮: ଜୋସ ବଟଲର ଟି-୨୦ କ୍ରିକେଟ ଇତିହାସର ସବୁଠାରୁ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ୱେଲ୍ସ ଫାୟାର ବିପକ୍ଷ ମ୍ୟାଚରେ ମାଞ୍ଚେଷ୍ଟର ସୁପର ଜାୟାଣ୍ଟସ…

ବୈଭବଙ୍କ ଅବସ୍ଥା ଏଭଳି ହେବ, କରାଇଲେ ସତର୍କ; ଦିଗ୍ଗଜଙ୍କ ବୟାନକୁ ନେଇ କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଅନ୍ତର୍ଜାତୀୟ କ୍ରିକେଟରେ ହଇଚଇ ସୃଷ୍ଟି କରିଛନ୍ତି। ଏହା ସହିତ ସେ ଭାରତୀୟ ପୁରୁଷ ଦଳର ସବୁଠାରୁ କମ…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

ବିଶ୍ୱକପ ପୂର୍ବରୁ ଅଜିତ ଅଗରକରଙ୍କୁ ଯଦି ବାଦ ଦିଆଯାଏ, ତେବେ ଟିମ ଇଣ୍ଡିଆର ନୂଆ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ୩ ନାମକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୮: ଭାରତୀୟ କ୍ରିକେଟରେ ପରିବର୍ତ୍ତନର ସମୟ ଆସିଯାଇଛି ବୋଲି ମନେ ହେଉଛି। ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କୁ ତାଙ୍କ ପଦବୀରୁ ହଟାଯାଇପାରେ। ବିସିସିଆଇ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri