ଧଳା କୁମ୍ଭୀର ଶାବକର ନାମ ଦିଆଗଲା ଶ୍ୱେତା

ରାଜନଗର, ୭ା୧(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନର ଡାଙ୍ଗମାଳଠାରେ ଥିବା ବଉଳା କୁମ୍ଭୀର ଗବେଷଣା ଓ ସଂରକ୍ଷଣ କେନ୍ଦ୍ରରେ ୩ ବର୍ଷର ଶାବକ ଧଳା କୁମ୍ଭୀର ପର୍ଯ୍ୟଟକଙ୍କ ମନ ମୋହୁଛି। ଗୁରୁବାର ଶାବକ ଧଳା କୁମ୍ଭୀରର ନାମକରଣ କରାଯାଇ ଶ୍ୱେତା ରଖାଯାଇଛି। ଭିତରକନିକାର ଆବଦ୍ଧ ପୋଖରୀରେ ଗୋରୀ ଓ ମଲ୍ଲୀ ଧଳା କୁମ୍ଭୀର ସହ ଶାବକ ଶ୍ୱେତା ରହୁଛି। ସାରା ପୃଥିବୀରେ ଧଳା କୁମ୍ଭୀରଙ୍କ ସଂଖ୍ୟା ନଗଣ୍ୟ ଥିବା ବେଳେ ଭିତରକନିକାରେ ଧଳା କୁମ୍ଭୀରଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଗତବର୍ଷ କୁମ୍ଭୀର ଗଣନା ସମୟରେ ଭିତରକନିକାର ନଦୀ ନାଳରେ ୧୬ଟି ଧଳା କୁମ୍ଭୀର ଚିହ୍ନଟ କରାଯାଇଥିଲା। ପ୍ରାକୃତିକ ପରିବେଶରେ ଏତେ ସଂଖ୍ୟକ ଧଳା କୁମ୍ଭୀର ପ୍ରାଣୀ ବିଜ୍ଞାନୀ ଓ ପରିବେଶବିତ୍‌ଙ୍କ ମଧ୍ୟରେ ଖୁସିର ଲହରି ଖେଳାଇ ଦେଇଥିଲା। ପ୍ରଜନନ କେନ୍ଦ୍ରରେ ଜନ୍ମ ସମୟରେ ୩ ବର୍ଷ ତଳେ ଧଳା କୁମ୍ଭୀର ଛୁଆ ଦେଖିବାକୁ ମିଳିଥିଲା। ମାତ୍ର ଛୋଟ ଛୁଆ ହୋଇଥିବାରୁ ତାହାର ରଙ୍ଗ ସ୍ପଷ୍ଟ ଭାବେ ଜଣାପଡୁ ନ ଥିଲା। ଏବେ ପ୍ରଜନନ କେନ୍ଦ୍ରରେ ଧଳା କୁମ୍ଭୀର ଛୁଆ ପାଣିରେ ପହଁରିବା ଓ ଖରା ପୋଇଁବାର ଦୃଶ୍ୟ ଦେଖିବାକୁ ମିଳିଛି। କୁମ୍ଭୀର ଗଣନା ପାଇଁ ଗଣନାକାରୀଙ୍କୁ ପ୍ରଶିକ୍ଷଣ ଦେବାକୁ ଆସିଥିବା କୁମ୍ଭୀର ବିଶାରଦ ଡ. ସୁଧାକର କର ଡାଙ୍ଗମାଳ ଆସିଥିଲେ। ଏହି ଅବସରରେ ଏହି ୩ ବର୍ଷିୟା ଧଳା କୁମ୍ଭୀରର ନାମକରଣ କରିଥିଲେ। ୧୯୭୫ ମସିହାରେ ପ୍ରଥମକରି ବିଶ୍ୱରେ ସ୍ଥାପିତ କୃତ୍ରିମ କୁମ୍ଭୀର ପ୍ରଜନନ କେନ୍ଦ୍ରରୁ ଅଷ୍ଟ୍ରେଲିଆର ବିଶିଷ୍ଟ ପ୍ରାଣୀ ବୈଜ୍ଞାନିକ ଗୋରୀକୁ ଆବିଷ୍କାର କରିଥିଲେ। ୨୦୦୩ରେ ଅନ୍ୟ ଏକ ଧଳା କୁମ୍ଭୀର ମଲ୍ଲୀ ଏବଂ ଏବେ ଧଳା କୁମ୍ଭୀର ଶାବକର ନାମ ଶ୍ୱେତା ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri