ଭାରତକୁ ଦୁଗ୍ଧ ଉତ୍ପାଦନରେ ସ୍ବାବଲମ୍ବୀ କରିଥିଲା ଶ୍ୱେତ ବିପ୍ଲବ

ସାରା ଦେଶରେ ନଭେମ୍ବର ୨୬ ତାରିଖକୁ ଜାତୀୟ ଦୁଗ୍ଧ ଦିବସ ଭାବେ ପାଳନ କରାଯାଏ। ଭାରତରେ ଶ୍ୱେତ ଆନ୍ଦୋଳନର ଜନକ ଡ. ଭର୍ଗିଜ କ୍ୟୁରିୟନଙ୍କ ଜନ୍ମ ଦିବସକୁ ଜାତୀୟ ଦୁଗ୍ଧ ଦିବସ ରୂପେ ପାଳନ କରାଯାଉଛି।
ଶ୍ବେତ ଆନ୍ଦୋଳନର ପ୍ରଣେତା ଭର୍ଗିଜ ୧୯୨୧ରେ କେରଳର କୋଝିକୋଡରେ ଏକ ଖ୍ରୀଷ୍ଟିୟାନ ପରିବାରରେ ଜନ୍ମ ଗ୍ରହଣ କରିଥିଲେ। ୧୯୪୦ରେ କେରଳର ଲୋଏଲା କଲେଜରେ ସ୍ନାତକ ସମାପ୍ତ ପରେ ଚେତ୍ରେ ଇଞ୍ଜିନିୟରିଂ କଲେଜରୁ ଡିଗ୍ରୀ କରିଥିଲେ। ୧୯୪୮ରେ ଆମେରିକାର ମିସିଗାନ ବିଶ୍ବବିଦ୍ୟାଳୟରେ ସେ ମେକାନିକାଲ ଇଞ୍ଜିନିୟରିଂରେ ମାଷ୍ଟର ଡିଗ୍ରୀ ହାସଲ କରିଥିଲେ। ତନ୍ମଧ୍ୟରେ ଡେରି ଇଞ୍ଜିନିୟରିଂ ମଧ୍ୟ ଏକ ସ୍ବତନ୍ତ୍ର ପାଠ୍ୟକ୍ରମ ରହିଥିଲା।
ଦୁଗ୍ଧ ଉତ୍ପାଦନରେ ଆତ୍ମର୍ନିଭରଶୀଳ କରିବା ତଥା କୃଷକଙ୍କ ଅବସ୍ଥାରେ ସୁଧାର ପାଇଁ ସେ ତ୍ରିଭୁବନ ବାଇ ପଟେଲଙ୍କ ସହ ମିଶି ଗୁଜୁରାଟର ଖେଡା ଜିଲାରେ ସରକାରୀ ସମବାୟ ସମିତିର ଶୁଭାରମ୍ଭ କରିଥିଲେ ଭର୍ଗିଜ। ମଇଁଷି ଦୁଗ୍ଧରେ ମିଲ୍କ ପାଉଡର୍‌ ତିଆରି କରିବାରେ ବିଶ୍ବରେ ଭର୍ଗିଜ ଥିଲେ ପ୍ରଥମ। ପରେ ସେ ଗୁଜୁରାଟର ଆନନ୍ଦରେ ଅମୁଲର ମୂଳଦୁଆ ପଡିଥିଲା।
ଆନ୍ଦୋଳନର ଜନକ ଭର୍ଗିଜଙ୍କ ଦୁଗ୍ଧ ଉତ୍ପାଦନରେ ଆତ୍ମର୍ନିଭରଶୀଳତା ଲାଗି ‘ଅପରେଶନ ଫ୍ଲଡ’ କାର୍ଯ୍ୟକ୍ରମ ହାତକୁ ନେଲେ। ଏହା ଭାରତରେ ଥିବା ଦୁଗ୍ଧ ଉତ୍ପାଦନ ଓ ଦୁଗ୍ଧଜାତ ସାମଗ୍ରୀ ପ୍ରସ୍ତୁତି କ୍ଷେତ୍ରରେ ଏକ ବେପ୍ଲବିକ ପରିବର୍ତ୍ତନ ଆଣିଥିଲା। ଏହି ଅତୁଳନୀୟ ଯୋଗଦାନ ପାଇଁ ତାଙ୍କୁ ରମନ ମେଗସେସେ ପୁରସ୍କାର, ପଦ୍ମ ବିଭୂଷଣ ଉପାଧି ତଥା ବିଶ୍ୱ ଖାଦ୍ୟ ପୁରସ୍କାରରେ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଅର ବର୍ବରକାଣ୍ଡ: ବାପାଙ୍କୁ ବାଡେଇ ବାହାରୁ ତାଲାଦେଇ ଘର ଭାଙ୍ଗିଲେ ପୁଅ

ଖଇରା,୨୪।୩(ଉତ୍କଳ ବନ୍ଧୁ ପଣ୍ଡା ): ବାଲେଶ୍ବର ଜିଲା ଖଇରା ଥାନା ଝିଙ୍କିରିଆ ପଞ୍ଚାୟତ ଅଧୀନ ମୁସ୍ତଫାବାଦ ଗ୍ରାମରେ ପୁଅର ଆକ୍ରମଣରେ ବାପା ଲହୁଲୁହାଣ ହେବା ପରେ ବାପାର…

ଟ୍ରମ୍ପଙ୍କ ଓ୍ବାର ବ୍ରେକ ଘୋଷଣା ପରେ ଆସିଲା ଇରାନର ବୟାନ, ଜାଣନ୍ତୁ ଯୁଦ୍ଧ ବନ୍ଦ ହେଲା କି ନାହିଁ

ତେହରାନ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ପ୍ରମୁଖ ବିବୃତ୍ତି ଜାରି କରି ଘୋଷଣା କରିଛନ୍ତି ଯେ ଆମେରିକା ଆଗାମୀ ପାଞ୍ଚ ଦିନ ପାଇଁ…

ଡବଲ ମର୍ଡର : ସ୍ତ୍ରୀ ସହ ପ୍ରେମିକଙ୍କୁ ଗୁଳି କରିଦେଲେ ସ୍ବାମୀ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ ଥରିଉଠିବ ଛାତି

ଗାଜିଆବାଦ,୨୪।୩: ଗାଜିଆବାଦର ଟ୍ରୋନିକା ସିଟି ପୋଲିସ ଷ୍ଟେଶନ ଅଞ୍ଚଳରେ ଏକ ଡବଲ ମର୍ଡର ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ପ୍ରେମିକଙ୍କୁ…

ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ଖୁବଶୀଘ୍ର ଖୋଲିବ…ଶୁଣିଲେ ସବୁ ଦେଶ ହୋଇଯିବେ ଖୁସି

ଓ୍ବାଶିଂଟନ୍‌,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆଲୋଚନା ସଫଳ ହେଲେ ହର୍ମୁଜ ପ୍ରଣାଳୀ (ଯାହା ଯୁଦ୍ଧ ଏବଂ ସଂଘର୍ଷ ଯୋଗୁ ପ୍ରାୟ…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ଖାମେନେଇଙ୍କ ମୃତ୍ୟୁର ୪୮ ଘଣ୍ଟା ପୂର୍ବରୁ ଟ୍ରମ୍ପଙ୍କୁ ଫୋନ କରିଥିଲେ ନେତାନ୍ୟାହୁ, କହିଥିଲେ ବଡ଼ ଗୁମର କଥା, ଜାଣନ୍ତୁ…

ଓ୍ବାଶିଂଟନ,୨୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ଆରମ୍ଭ ହେବାର ୪୮ ଘଣ୍ଟା ପୂର୍ବରୁ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri