ଓମିକ୍ରନକୁ ନେଇ ଏପରି ଚେତାବନୀ ଦେଲା ଡବ୍ଲୁଏଚ୍‌ଓ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯ା୧୨: ସାରା ବିଶ୍ୱରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିନ୍ତା ବଢ଼ାଉଛି। ଦିନକୁ ଦିନ ଏହି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହାର ପ୍ରଭାବ ମଧ୍ୟ ଭାରତ ଉପରେ ପଡ଼ିଛି। ବର୍ତ୍ତମାନ ସୁଦ୍ଧା ଭାରତରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୭୮୨ରେ ପହଞ୍ଚିଛି। ତେବେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ବୁଧବାର ଡବ୍ଲ୍ୟୁଏଚ୍‌ଓ ବିଶ୍ୱବାସୀକୁ ଚେତାବନୀ ଦେଇଛି।

ଡବ୍ଲ୍ୟୁଏଚ୍‌ଓ କହିଛି, ଅନେକ ଦେଶରେ ଓମିକ୍ରନ ଖୁବ୍‌ ତୀବ୍ର ବେଗରେ ବୃଦ୍ଧି ପାଉଛି। କରୋନାର ଡେଲ୍‌ଟା ଭାରିଆଣ୍ଟଠାରୁ ଓମିକ୍ରନ ଅଧିକ ମାରାତ୍ମକ। ଏହା ବହୁ ଶୀଘ୍ର ବ୍ୟାପିଥାଏ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଅର୍ଥାତ୍‌ ଡବ୍ଲ୍ୟୁଏଚ୍‌ଓ କହିଛି। ବ୍ରିଟେନ ଏବଂ ଆମେରିକା ଭଳି ଦେଶରେ ଏହି ଭାଇରସ ବ୍ୟାପିବାରେ ଲାଗିଛି। ଏଥିପାଇଁ ସାମାଜିକ ଦୂରତା ଏବଂ ମାସ୍କ ବ୍ୟବହାର ଜରୁରୀ ବୋଲି ଡବ୍ଲ୍ୟୁଏଚ୍‌ଓ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri