Posted inଜାତୀୟ

‘ଏହି ଦୁଃଖ ସମୟରେ ପୂରା ଦେଶ ପ୍ରଧାନମନ୍ତ୍ରୀଙ୍କ ସହ ଅଛି’

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍‌ ଦୁନିଆକୁ ଅଲବିଦା କହିଛନ୍ତି। ସେ ଶୁକ୍ରବାର ଭୋର ୩.୩୦ରେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ହୀରାବେନଙ୍କ ଦେହାନ୍ତ ପରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ଅନେକ ମନ୍ତ୍ରୀ ସମବେଦନା ଜଣାଇଛନ୍ତି।
କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ମାନିତ ମାତାଜୀ ହୀରା ବା’ଙ୍କ ଦେହାନ୍ତ ଖବର ଅତ୍ୟନ୍ତ ଦୁଃଖଦାୟକ। ମା’ହେଉଛନ୍ତି ଜଣେ ବ୍ୟକ୍ତି ଜୀବନର ପ୍ରଥମ ବନ୍ଧୁ ଏବଂ ଶିକ୍ଷକ। ତାଙ୍କୁ ହରାଇବାର ଯନ୍ତ୍ରଣା ନିଃସନ୍ଦେହରେ ଦୁନିଆର ସବୁଠାରୁ ବଡ ଯନ୍ତ୍ରଣା।
ଶାହା ଅନ୍ୟ ଏକ ଟୁଇଟ୍‌ରେ ଲେଖିଛନ୍ତି, ପରିବାର ପ୍ରତିପୋଷଣ ପାଇଁ ହୀରା ବା’ ସମ୍ମୁଖୀନ ହୋଇଥିବା ସଂଘର୍ଷ ସମସ୍ତଙ୍କ ପାଇଁ ଆଦର୍ଶ। ତାଙ୍କର ବଳିଦାନ ଜୀବନ ଆମ ସ୍ମୃତିରେ ସର୍ବଦା ରହିବ। ଏହି ଦୁଃଖ ସମୟରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ତାଙ୍କ ପରିବାର ସହିତ ସମଗ୍ର ଦେଶ ଛିଡା ହୋଇଛି। କୋଟି କୋଟି ଲୋକଙ୍କ ପ୍ରାର୍ଥନା ଆପଣଙ୍କ ସହିତ ଅଛି।

କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଟୁଇଟ୍‌ କରି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରା ବା’ଙ୍କ ଦେହାନ୍ତରେ ମୁଁ ଗଭୀର ଯନ୍ତ୍ରଣା ଅନୁଭବ କରୁଛି। ଜଣେ ମାତାର ମୃତ୍ୟୁ ନିଜ ଜୀବନରେ ଏପରି ଶୂନ୍ୟତା ଆଣିଥାଏ, ଯାହା ପୂରଣ କରିବା ଅସମ୍ଭବ।
ସୂଚନାଯୋଗ୍ୟ,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ ୧୦୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ହଠାତ୍‌ ନିଶ୍ୱାସ ନେବାରେ ଅସୁବିଧା ଏବଂ କଫ ସମସ୍ୟା ଦେଖାଦେବା ପରେ ତାଙ୍କୁ ଶୀଘ୍ର ଅହମ୍ମଦାବାଦସ୍ଥିତ ୟୁଏନ୍‌ ମେହେଟ୍ଟା ହସ୍ପିଟାଲର କାର୍ଡିଓଲୋଜି ଏବଂ ରିସର୍ଚ୍ଚ ସେଣ୍ଟରରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ପରଲୋକ ଘଟିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri