Posted inଜାତୀୟ

‘ଏହି ଦୁଃଖ ସମୟରେ ପୂରା ଦେଶ ପ୍ରଧାନମନ୍ତ୍ରୀଙ୍କ ସହ ଅଛି’

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍‌ ଦୁନିଆକୁ ଅଲବିଦା କହିଛନ୍ତି। ସେ ଶୁକ୍ରବାର ଭୋର ୩.୩୦ରେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ହୀରାବେନଙ୍କ ଦେହାନ୍ତ ପରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ଅନେକ ମନ୍ତ୍ରୀ ସମବେଦନା ଜଣାଇଛନ୍ତି।
କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ମାନିତ ମାତାଜୀ ହୀରା ବା’ଙ୍କ ଦେହାନ୍ତ ଖବର ଅତ୍ୟନ୍ତ ଦୁଃଖଦାୟକ। ମା’ହେଉଛନ୍ତି ଜଣେ ବ୍ୟକ୍ତି ଜୀବନର ପ୍ରଥମ ବନ୍ଧୁ ଏବଂ ଶିକ୍ଷକ। ତାଙ୍କୁ ହରାଇବାର ଯନ୍ତ୍ରଣା ନିଃସନ୍ଦେହରେ ଦୁନିଆର ସବୁଠାରୁ ବଡ ଯନ୍ତ୍ରଣା।
ଶାହା ଅନ୍ୟ ଏକ ଟୁଇଟ୍‌ରେ ଲେଖିଛନ୍ତି, ପରିବାର ପ୍ରତିପୋଷଣ ପାଇଁ ହୀରା ବା’ ସମ୍ମୁଖୀନ ହୋଇଥିବା ସଂଘର୍ଷ ସମସ୍ତଙ୍କ ପାଇଁ ଆଦର୍ଶ। ତାଙ୍କର ବଳିଦାନ ଜୀବନ ଆମ ସ୍ମୃତିରେ ସର୍ବଦା ରହିବ। ଏହି ଦୁଃଖ ସମୟରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ତାଙ୍କ ପରିବାର ସହିତ ସମଗ୍ର ଦେଶ ଛିଡା ହୋଇଛି। କୋଟି କୋଟି ଲୋକଙ୍କ ପ୍ରାର୍ଥନା ଆପଣଙ୍କ ସହିତ ଅଛି।

କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଟୁଇଟ୍‌ କରି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରା ବା’ଙ୍କ ଦେହାନ୍ତରେ ମୁଁ ଗଭୀର ଯନ୍ତ୍ରଣା ଅନୁଭବ କରୁଛି। ଜଣେ ମାତାର ମୃତ୍ୟୁ ନିଜ ଜୀବନରେ ଏପରି ଶୂନ୍ୟତା ଆଣିଥାଏ, ଯାହା ପୂରଣ କରିବା ଅସମ୍ଭବ।
ସୂଚନାଯୋଗ୍ୟ,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ ୧୦୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ହଠାତ୍‌ ନିଶ୍ୱାସ ନେବାରେ ଅସୁବିଧା ଏବଂ କଫ ସମସ୍ୟା ଦେଖାଦେବା ପରେ ତାଙ୍କୁ ଶୀଘ୍ର ଅହମ୍ମଦାବାଦସ୍ଥିତ ୟୁଏନ୍‌ ମେହେଟ୍ଟା ହସ୍ପିଟାଲର କାର୍ଡିଓଲୋଜି ଏବଂ ରିସର୍ଚ୍ଚ ସେଣ୍ଟରରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ପରଲୋକ ଘଟିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri