Posted inଖେଳ

ସମଗ୍ର ଦେଶ ତାଙ୍କୁ ମିସ୍‌ କରୁଛି, କୋହଲିଙ୍କୁ ନେଇ ଏମିତି କହିଲେ ବୀରେନ୍ଦ୍ର ସେହ୍ବାଗ

ରାଜକୋଟ,୧୫।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ରାଜକୋଟରେ ଖେଳାଯାଉଛି। ରାଜକୋଟ ଟେଷ୍ଟରେ ଭାରତୀୟ ଦଳ ବିରାଟ କୋହଲିଙ୍କ ବିନା ପୁଣି ଥରେ ପଡ଼ିଆକୁ ଓହ୍ଲାଇଛି। ଇଂଲଣ୍ଡ ବିପକ୍ଷ ସମ୍ପୂର୍ଣ୍ଣ ସିରିଜରେ କୋହଲି ଟିମ ଇଣ୍ଡିଆର ଅଂଶ ନାହାନ୍ତି। ବିରାଟ କୋହଲିଙ୍କ ବିଷୟରେ ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ କହିଛନ୍ତି ଯେ ସମଗ୍ର ଦେଶ ତାଙ୍କୁ ମିସ୍‌ କରୁଛି।
କୋହଲି ବ୍ୟକ୍ତିଗତ କାରଣରୁ ଟିମ ଇଣ୍ଡିଆରୁ ବାହାରେ ଅଛନ୍ତି। ଏହାପୂର୍ବରୁ କୋହଲି କେବଳ ଇଂଲଣ୍ଡ ବିପକ୍ଷ ପ୍ରଥମ ଦୁଇଟି ଟେଷ୍ଟରୁ ତାଙ୍କ ନାମ ପ୍ରତ୍ୟାହାର କରି ନେଇଥିଲେ। ସିରିଜର ପାଞ୍ଚଟି ମ୍ୟାଚ ପାଇଁ ଟିମ ଇଣ୍ଡିଆକୁ ଦୁଇ ଭାଗରେ ଘୋଷଣା କରାଯାଇଥିଲା। ପ୍ରଥମ ଦୁଇଟି ଟେଷ୍ଟ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଥିଲା। ଏଥିରେ ବିରାଟ କୋହଲିଙ୍କ ନାମ ସାମିଲ କରାଯାଇଥିଲା।
କିନ୍ତୁ ପରେ ବିସିସିଆଇ ଏକ ଅପଡେଟ ଦେଇ କହିଥିଲା ଯେ, ବ୍ୟକ୍ତିଗତ କାରଣରୁ କୋହଲି ପ୍ରଥମ ଦୁଇଟି ମ୍ୟାଚରୁ ତାଙ୍କ ନାମ ପ୍ରତ୍ୟାହାର କରି ନେଇଛନ୍ତି। ତା’ପରେ ପ୍ରଶଂସକମାନେ ଆଶା କରିବା ଆରମ୍ଭ କଲେ ଯେ ସିରିଜର ଶେଷ ତିନୋଟି ଟେଷ୍ଟରେ ସେମାନେ କୋହଲିଙ୍କୁ ଧଳା ଜର୍ସିରେ ଖେଳୁଥିବାର ଦେଖି ପାରିବେ, କିନ୍ତୁ ତାହା ମଧ୍ୟ ହୋଇପାରିଲା ନାହିଁ। ଶେଷ ତିନୋଟି ଟେଷ୍ଟ ପାଇଁ ଟିମ ଇଣ୍ଡିଆ ଘୋଷଣା କରାଯାଇଥିଲା, ସେଥିରେ ମଧ୍ୟ ତାଙ୍କ ନାଁ ନ ଥିଲା।
ବର୍ତ୍ତମାନ ବୀରେନ୍ଦ୍ର ସେହ୍ବାଗ ବିରାଟ କୋହଲିଙ୍କ ବିଷୟରେ କହିଛନ୍ତି, ସମଗ୍ର ଦେଶ ତାଙ୍କୁ ମିସ୍‌ କରୁଛି। ମୁଁ ଆଶା କରୁଛି ଯେ ସେ ଯେଉଁଠାରେ ଅଛନ୍ତି, ସେ ଏବଂ ତାଙ୍କ ପରିବାର ଖୁସି ଥାନ୍ତୁ। ଆଶା କରୁଛି ସେ ଶୀଘ୍ର କ୍ରିକେଟ ପଡ଼ିଆକୁ ଫେରିବେ। ବିରାଟ ଜଣେ ମହାନ କ୍ରିକେଟର।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri