ଯୁବତୀଙ୍କ ପାଇଁ କ୍ୱାରାଣ୍ଟାଇନରେ ପୂରା ପରିବାର

ସମ୍ବଲପୁର,୫।୭(ବ୍ୟୁରୋ)-ସମ୍ବଲପୁର ସହରର ଅଇଁଠାପାଲି ଥାନା ଅଧୀନ ଏଲ୍‌ଆଇସି କଲୋନୀର ଜଣେ ଯୁବତୀଙ୍କ ପାଇଁ ତାଙ୍କ ପୂରା ପରିବାରକୁ ହୋମ୍‌ କ୍ୱାରାଣ୍ଟାଇନରେ ରହିବାକୁ ପଡ଼ିଛି। ସମ୍ପୃକ୍ତ ଯୁବତୀ ଜଣକ କରୋନା କଟକଣା ପାଳନ କରି ନ ଥିବା ଅଭିଯୋଗ ହୋଇଛି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଛି। ରବିବାର ଜିଲା ପ୍ରଶାସନର ଅଧିକାରୀ ପୋଲିସ ସହ ଉକ୍ତ ଘରେ ଚଢ଼ାଉ କରିଥିଲେ। ଯୁବତୀ ଜଣକ କୋଭିଡ୍‌-୧୯ ଗାଇଡ୍‌ ଲାଇନ୍‌ ଉଲ୍ଲଂଘନ କରିଥିବାରୁ ପୂରା ପରିବାରର ୫ ଜଣ ସଦସ୍ୟଙ୍କୁ ହୋମ କ୍ୱରାଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।
ମିଳିଥିବା ସୂଚନା ଅନୁସାରେ, ଯୁବତୀ ଜଣଙ୍କ ଜୁନ ୨୫ରେ ବାଙ୍ଗାଲୋରରୁ ଘରକୁ ଫେରିଥିଲେ। ହେଲେ ଏ ସମ୍ପର୍କରେ ପ୍ରଶାସନକୁ ଜଣାଇ ନ ଥିଲେ। ସେହିପରି କୋଭିଡ ନିୟମକୁ ନ ମାନି ସେ ସବୁଆଡେ ବୁଲାବୁଲି କରୁଥିଲେ। ଏହା ଜାଣିବା ପରେ ସ୍ଥାନୀୟ ଲୋକେ ପ୍ରାସାଶନ ଓ ପୋଲିସ ନିକଟରେ ଅଭିଯୋଗ କରିଥିଲେ। ଅନ୍ୟପକ୍ଷେ ଦୁଇ ଦିନ ତଳେ ତାଙ୍କ ଘରେ ଏକ ଉତ୍ସବ ଆୟୋଜନ କରାଯାଇଥିବା ସାଧାରଣରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri