ପୂରା ପରିବାର ଚାଲିଗଲେ: କାଲି ମା-ଦୁଇ ଝିଅଙ୍କର ମିଳିଥିଲା ମୃତଦେହ, ଆଜି କୂଅରୁ ମିଳିଲା ବାପାଙ୍କ ମୃତଦେହ

ଝାରସୁଗୁଡ଼ା ଅଫିସ,୨୩ା୯: ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅନ୍ତର୍ଗତ ଗଙ୍ଗାନଗର ଫାଟକପଡ଼ାରେ ବୁଧବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଥିଲା। ଏଥିରେ ଗୋଟିଏ ପରିବାରର ମା, ୨ ଝିଅଙ୍କୁ ହତ୍ୟା କରାଯାଇଥିଲା। ତଣ୍ଟିଚିପି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହି ମୃତକଙ୍କ ମଧ୍ୟରେ ନାରାୟଣ ପୋଦାରଙ୍କ ସ୍ତ୍ରୀ ସୋନି ପୋଦାର(୩୦), ବଡ ଝିଅ ରାଧିକା(୫) ଓ ସାନ ଝିଅ ମୁସ୍କାନ(୩)ବୋଲି ଜଣାପଡ଼ିଥିଲା। ମୃତକଙ୍କ ସ୍ବାମୀ ନାରାୟଣ ଫେରାରଥିବା କୁହାଯାଇଥିବାବେଳେ ଦିଅର କଳାକାହ୍ନୁଙ୍କୁ ପୋଲିସ ଅଟକ ରଖି ପଚରାଉଚରା ଚଳାଇଛି । ହତ୍ୟାକାଣ୍ଡକୁ ନେଇ ଫେରାର ସ୍ବାମୀ ନାରାୟଣଙ୍କ ଉପରେ ପୋଲିସର ସନ୍ଦେହ ହେଉଥିଲା । ହେଲେ ଫେରାର କୁହାଯାଉଥିବା ସ୍ବାମୀ ନାରାୟଣଙ୍କ ମୃତଦେହ ଘର ନିକଟ କୂଅ ଭିତରେ ଭାସୁଥିବାର ଗୁରୁବାର ସକାଳେ ଦେଖିବାକୁ ମିଳିଛି । ଖବର ପାଇ ବ୍ରଜରାଜନଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସ୍ବାମୀ ନାରାୟଣ କୂଅକୁ ଡେଇଁ ନିଜେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟାକରି କୂଅ ଭିତରକୁ ଫିଙ୍ଗି ଦେଇଛି । ଏନେଇ ପୋଲିସ ବିଭିନ୍ନ ଦିଗକୁ ଦୃଷ୍ଟିଦେଇ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?