୫ ଯୁବକ ଆମ ପରିବାରକୁ ବଦନାମ କରୁଛନ୍ତି, ସୁରକ୍ଷା ନ ଦେଲେ ସପରିବାର ଆତ୍ମହତ୍ୟା କରିବୁ କହିଲେ ସୌମ୍ୟାଶ୍ରୀଙ୍କ ଭାଇ

ଭୋଗରାଇ,୧୭ା୭(ପ୍ରଦୀପ ଦାସ): ଆମକୁ ସୁରକ୍ଷା ଦିଅ, ନଚେତ୍‌ ସପରିବାର ଆତ୍ମହତ୍ୟା କରିବୁ ବୋଲି ଭୋଗରାଇ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ମୃତା ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଭାଇ ସୌମ୍ୟରଞ୍ଜନ। ବୁଧବାର ରାତି ସାଢେ ୮ଟାରେ ସେ ଥାନାକୁ ଯାଇ ଏତଲା ଦେଇଛନ୍ତି। ସେ ଦର୍ଶାଇଛନ୍ତି ଯେ, ତାଙ୍କ ଭଉଣୀଙ୍କ ମୃତ୍ୟୁକୁ ନେଇ ୫ରୁ ଊର୍ଦ୍ଧ୍ୱ ଯୁବକ ତାଙ୍କ ପରିବାର ଓ ମୃତା ଭଉଣୀଙ୍କ ନାମରେ ସୋସିଆଲ ମିଡିଆରେ ନାନାଦି କୁତ୍ସାରଟନା କରି ତାଙ୍କ ପରିବାରକୁ ଅପମାନିତ ଓ ବଦନାମ କରିବାକୁ ହୀନ ରାଜନୀତି କରୁଛନ୍ତି। ଆମ ପରିବାର ଏମ୍‌ପିଙ୍କ ସହିତ ଅର୍ଥ ଡିଲ ହୋଇଛି ବୋଲି ସୋସିଆଲ ମିଡିଆରେ ପ୍ରଚାର କରି ସରକାରଙ୍କ ତଦନ୍ତକାରୀ ସଂସ୍ଥା ଓ ପ୍ରଶାସନକୁ ନିନ୍ଦିତ କରିବାର ଉଦ୍ଦେଶ୍ୟ ରହିଛି। ଏହାଦ୍ୱାରା ମୋ ଭଉଣୀର ପ୍ରକୃତ ଦୋଷୀଙ୍କୁ ଖସିଯିବାକୁ ଏମାନେ ଷଡଯନ୍ତ୍ର କରୁଛନ୍ତି। ଏଭଳି ସ୍ଥିତିରେ ଆମକୁ ନ୍ୟାୟ ଦେବା ଏମାନଙ୍କର ଉଦ୍ଦେଶ୍ୟ ନୁହେଁ ବରଂ ଆମ ପରିବାରକୁ ମାନସିକ ଭାରାକ୍ରାନ୍ତ କରି ଅପମାନିତ କରିବାର ପ୍ରୟାସ କରୁଥିବାରୁ ଆମକୁ ସୁରକ୍ଷା ଦିଆଯାଉ ବୋଲି ଅଭିଯୋଗରେ ଦର୍ଶଯାଇଛି। ଭୋଗରାଇ ପୋଲିସ ଏହି ଏତଲାର ପ୍ରାଥମିକ ତଦନ୍ତ ଆରମ୍ଭ କରିଛି। ଅପରପକ୍ଷରେ ମୃତା ଛାତ୍ରୀଙ୍କ ଭାଇ ଆଣିଥିବା ଅଭିଯୋଗରେ ଯୁବକମାନେ କେଉଁ ଅଞ୍ଚଳ ବା କେଉଁ ଗ୍ରାମର ଉଲ୍ଲେଖ କରି ନ ଥିବାରୁ ଏହାର ସତ୍ୟତାକୁ ନେଇ ପୋଲିସ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକାବେଳେ ତିନି ତିନି ଜଣଙ୍କୁ ଆକ୍ରମଣ କଲା ଭାଲୁ, ଜଣଙ୍କ ପରେ ଜଣଙ୍କୁ….

ଉଦଳା,୨୯।୩:(ସନ୍ତୋଷ କୁମାର ବାଛିନୀ): ସକାଳୁ ଶୌଚ ପାଇଁ  ଯାଇଥିଲେ, ହେଲେ ଅଚାନକ ଆକ୍ରମଣ କଲା ଭାଲୁ। ଭାଲୁ ଆକ୍ରମଣରେ ୩ ଗୁରୁତର ହୋଇଛନ୍ତି॥ କପ୍ତିପଦା ବନାଞ୍ଚଳ ତାଳଗଡି…

ସକାଳୁ ସକାଳୁ ଭଞ୍ଜନଗରରେ ଘଟିଛି ଏମିତି କିଛି ଅଘଟଣ: ଜଣଙ୍କୁ ହାଣିଲେ, ଆଉ ଜଣଙ୍କୁ…

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ କୋକଲବା ନିକଟରେ ଜଣେ ଯୁବକଙ୍କୁ ରବିବାର ପ୍ରତ୍ୟୁଷରେ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ…

ଓକିଲ ସଂଘ ନିର୍ବାଚନ: ସଭାପତି ହେଲେ ନିର୍ବାଚନ କେଶରୀ ଭୋଇ…

ଜି.ଉଦୟଗିରି,୨୯।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): ସ୍ଥାନୀୟ ଜେଏମଏଫସି କୋର୍ଟ ପରିସରରେ ଶନିବାର ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଛି। ଆଇନଜୀବୀ ରାମାରାଓ ନାୟକ…

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri