୫ ଯୁବକ ଆମ ପରିବାରକୁ ବଦନାମ କରୁଛନ୍ତି, ସୁରକ୍ଷା ନ ଦେଲେ ସପରିବାର ଆତ୍ମହତ୍ୟା କରିବୁ କହିଲେ ସୌମ୍ୟାଶ୍ରୀଙ୍କ ଭାଇ

ଭୋଗରାଇ,୧୭ା୭(ପ୍ରଦୀପ ଦାସ): ଆମକୁ ସୁରକ୍ଷା ଦିଅ, ନଚେତ୍‌ ସପରିବାର ଆତ୍ମହତ୍ୟା କରିବୁ ବୋଲି ଭୋଗରାଇ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ମୃତା ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଭାଇ ସୌମ୍ୟରଞ୍ଜନ। ବୁଧବାର ରାତି ସାଢେ ୮ଟାରେ ସେ ଥାନାକୁ ଯାଇ ଏତଲା ଦେଇଛନ୍ତି। ସେ ଦର୍ଶାଇଛନ୍ତି ଯେ, ତାଙ୍କ ଭଉଣୀଙ୍କ ମୃତ୍ୟୁକୁ ନେଇ ୫ରୁ ଊର୍ଦ୍ଧ୍ୱ ଯୁବକ ତାଙ୍କ ପରିବାର ଓ ମୃତା ଭଉଣୀଙ୍କ ନାମରେ ସୋସିଆଲ ମିଡିଆରେ ନାନାଦି କୁତ୍ସାରଟନା କରି ତାଙ୍କ ପରିବାରକୁ ଅପମାନିତ ଓ ବଦନାମ କରିବାକୁ ହୀନ ରାଜନୀତି କରୁଛନ୍ତି। ଆମ ପରିବାର ଏମ୍‌ପିଙ୍କ ସହିତ ଅର୍ଥ ଡିଲ ହୋଇଛି ବୋଲି ସୋସିଆଲ ମିଡିଆରେ ପ୍ରଚାର କରି ସରକାରଙ୍କ ତଦନ୍ତକାରୀ ସଂସ୍ଥା ଓ ପ୍ରଶାସନକୁ ନିନ୍ଦିତ କରିବାର ଉଦ୍ଦେଶ୍ୟ ରହିଛି। ଏହାଦ୍ୱାରା ମୋ ଭଉଣୀର ପ୍ରକୃତ ଦୋଷୀଙ୍କୁ ଖସିଯିବାକୁ ଏମାନେ ଷଡଯନ୍ତ୍ର କରୁଛନ୍ତି। ଏଭଳି ସ୍ଥିତିରେ ଆମକୁ ନ୍ୟାୟ ଦେବା ଏମାନଙ୍କର ଉଦ୍ଦେଶ୍ୟ ନୁହେଁ ବରଂ ଆମ ପରିବାରକୁ ମାନସିକ ଭାରାକ୍ରାନ୍ତ କରି ଅପମାନିତ କରିବାର ପ୍ରୟାସ କରୁଥିବାରୁ ଆମକୁ ସୁରକ୍ଷା ଦିଆଯାଉ ବୋଲି ଅଭିଯୋଗରେ ଦର୍ଶଯାଇଛି। ଭୋଗରାଇ ପୋଲିସ ଏହି ଏତଲାର ପ୍ରାଥମିକ ତଦନ୍ତ ଆରମ୍ଭ କରିଛି। ଅପରପକ୍ଷରେ ମୃତା ଛାତ୍ରୀଙ୍କ ଭାଇ ଆଣିଥିବା ଅଭିଯୋଗରେ ଯୁବକମାନେ କେଉଁ ଅଞ୍ଚଳ ବା କେଉଁ ଗ୍ରାମର ଉଲ୍ଲେଖ କରି ନ ଥିବାରୁ ଏହାର ସତ୍ୟତାକୁ ନେଇ ପୋଲିସ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ଉଠିଲେ ପାଣି ପାଇଁ ସଂଘର୍ଷ: ୩୦ ପରିବାରକୁ ଗୋଟିଏ ନଳକୂପ

ଦାରିଙ୍ଗବାଡି, ୫/୧୨ (ଅରୁଣ ସାହୁ): ଭୋର ଉଠିଲେ ପିଇବା ଓ ବ୍ୟବହାର କରିବାକୁ ପାଣି ପାଇଁ ସଂଘର୍ଷ କରିବାକୁ ପଡୁଛି। ଦିନେ କି ୨ ଦିନ...

୨୦୨୫-୨୬ ଆର୍ଥିକ ବର୍ଷର ଖରିବ ଧାନ କ୍ରୟ ଶୁଭାରମ୍ଭ

ଲୋଇସିଂହା,୫।୧୨(ସୁଶାନ୍ତ ବାରିକ) ବଲାଙ୍ଗୀର ଡିଏଲ ପିସି ବୈଠକରେ ହୋଇଥିବା ଧାର୍ଯ୍ୟ ତାରିଖ ଅନୁଯାୟୀ ଡିସେମ୍ବର ୫ ତାରିଖରୁ ଜିଲାର ଲୋଇସିଂହା ପାକ୍ସରୁ ଜିଲ୍ଲାସ୍ତରୀୟ ୨୦୨୫-୨୬ ଆର୍ଥିକ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବୈତରଣୀରେ ନିର୍ମାଣ ହେବ ବ୍ୟାରେଜ୍‌

ପାଟଣା,୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବାର...

ଗଞ୍ଜେଇ ହେରଫେର: ଫୁଲବାଣୀ ସଦର ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ,୫ା୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ସଦର ଥାନା ଅଧିକାରୀ ସତୀଶ ଚନ୍ଦ୍ର ନାୟକଙ୍କୁ ରାଜ୍ୟ ଗୃହ ବିଭାଗ ନିଲମ୍ବନ କରିଛି। ତାଙ୍କ ନାମରେ...

୧.୫ ବର୍ଷର ନିଜ ଝିଅକୁ ଗଛରେ ଝୁଲାଇ ହତ୍ୟା କଲା ପିଶାଚୀ ମା’

ପୁରୀ,୫।୧୨: ପାରିବାରିକ କଳହର ଏକ ଅତ୍ୟନ୍ତ ଦୁଃଖଦ ପରିଣାମରେ, ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳରେ ଜଣେ ମା’ ନିଜର ଦେଢ଼ ବର୍ଷର ଶିଶୁ କନ୍ୟାକୁ ହତ୍ୟା...

ଇଣ୍ଡିଗୋ ବିମାନ ବାତିଲ୍; ନିଜ ରିସେପ୍ସନ୍‌ରେ ଅନ୍‌ଲାଇନ୍ ସାମିଲ ହେଲେ ଓଡ଼ିଶାର ଏହି ଦମ୍ପତି

ଭୁବନେଶ୍ୱର,୫।୧୨: ବିମାନ ବାତିଲ୍ ଯୋଗୁଁ କର୍ଣ୍ଣାଟକର ହୁବଳିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଇଣ୍ଡିଗୋ ଏୟାରଲାଇନ୍ସର ବ୍ୟାପକ ବିମାନ ବାତିଲ୍ ହେତୁ ଜଣେ ନବ...

ଖେଳୁଖେଳୁ ପୋଖରୀରେ ପଡ଼ିଗଲା ଶିଶୁପୁତ୍ର, ଖୋଜାଖୋଜି କରିବାରୁ…

ତିହିଡ଼ି,୫ା୧୨(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା କାଁପଡ଼ା ପଞ୍ଚାୟତ ଅଧୀନ ଚିଲପଦା ଗ୍ରାମରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଏକ ପୋଖରୀରୁ ଆଜି...

ପରୀକ୍ଷାର ୩ ଘଣ୍ଟା ପୂର୍ବରୁ ଲିକ୍‌ ହୋଇଗଲା ANM ପ୍ରଶ୍ନପତ୍ର, ଆଉ ତା’ ପରେ…

କଟକ,୫ା୧୨: ପୂର୍ବରୁ ଅନେକ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବାବେଳେ ଆଜି ଅର୍ଥାତ୍‌ ଶୁକ୍ରବାର ANM ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇଯାଇଛି। ପରୀକ୍ଷାର ୩ଘଣ୍ଟା ପୂର୍ବରୁ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri