ସିଝୁଛି ସାରା ଓଡ଼ିଶା: ସକାଳ ୮ ସୁଦ୍ଧା ତାପମାତ୍ରା ୩୪ ପାର୍‌

ଭୁବନେଶ୍ୱର,୧୬।୪(ଅସମାପିକା ସାହୁ): ଦିନକୁ ଦିନ ବଢ଼ିବାରେ ଲାଗିଛି ତାପମାତ୍ରା। ଗରମ ସହ ଗୁଳୁଗୁଳିରେ ଲୋକେ ଛଟପଟ ହେଉଥିବାବେଳେ ସିଝୁଛି ସାରା ଓଡ଼ିଶା। ସକାଳ ୮ଟା ପରେ ଘରକୁ ବାହାରିବା କଷ୍ଟକର ହୋଇପଡିଛି। ମଙ୍ଗଳବାର ସକାଳ ୮ରୁ ତାପମାତ୍ରା ୩୪ ଡିଗ୍ରୀରେ ପହଞ୍ଚିଲାଣି। ମାଲକାନଗିରିରୁ ମୟୂରଭଞ୍ଜ, ଜଗତ୍‌ସିଂହପୁରରୁ ବରଗଡ଼ ଯାଏ ଜୀବନଯାତ୍ରା ପ୍ରଭାବିତ। ରାଜଧାନୀର ତାପମାତ୍ରା ୩୨.୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ପାରାଦୀପ ୩୦.୮ ଡିଗ୍ରୀ, ପୁରୀ ୩୨.୪ ଡିଗ୍ରୀ, କେନ୍ଦୁଝର ୩୧.୨ ଡିଗ୍ରୀ, ବାଲେଶ୍ୱର ୩୪.୪ ଡିଗ୍ରୀ, ଚାନ୍ଦବାଲି ୩୨.୬ ଡିଗ୍ରୀ, ଝାରସୁଗୁଡା ୩୧.୪ ଡିଗ୍ରୀ, ହୀରାକୁଦ ୩୧ଡିଗ୍ରୀ, ସମ୍ବଲପୁର ୩୦.୪ ଡିଗ୍ରୀ, ରାଉରକେଲା ୩୦ ଡିଗ୍ରୀ ଓ ଗୋପାଳପୁରରେ ୩୧.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।
ଏବେ ପୁଣି ପାରଦ ୪୦ ଡିଗ୍ରୀ ଡେଇଁଥିବାବେଳେ ୧୭ରୁ ୨୦ ସ୍ଥିତି ଅସମ୍ଭାଳ ହୋଇପଡିବ ବୋଲି ସତର୍କ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏପରି ସ୍ଥିତିରେ ଅସହ୍ୟ ଗ୍ରୀଷ୍ମପ୍ରବାହରୁ ଜନଜୀବନ ସହ ପଶୁପକ୍ଷୀଙ୍କ ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ ହୋଇପଡିଛି। ପାଣିପାଗ କେନ୍ଦ୍ରର ରିପୋର୍ଟ ଅନୁସାରେ, ସୋମବାର ରାଜ୍ୟର ୧୮ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ୪୧.୪ ଡିଗ୍ରୀ ସହ ବାରିପଦା ସବୁଠାରୁ ଉତ୍ତପ୍ତ ସହର ପାଲଟିଥିବାବେଳେ ଏହା ତଳକୁ ଭୁବନେଶ୍ୱର, ଚାନ୍ଦବାଲି ଏବଂ ନୂଆପଡ଼ାରେ ତାପମାତ୍ରା ଦ୍ୱିତୀୟ ସର୍ବାଧିକ ୪୧.୨ ଡିଗ୍ରୀ ରହିଥିଲା।
ରାଜ୍ୟକୁ ବର୍ତ୍ତମାନ ବାୟୁମଣ୍ଡଳର ନିମ୍ନଭାଗରେ ପଶ୍ଚିମ ତଥା ଉତ୍ତରପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବେଶ କରିବା ସହିତ ସୂର୍ଯ୍ୟ କିରଣର ତୀବ୍ରତା ବୃଦ୍ଧି ପାଉଛି। ଫଳରେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ ଯାଏ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୧୭ରୁ ୨୦ ତାରିଖ ମଧ୍ୟରେ କିଛି ଜିଲାରେ ତାପମାତ୍ରା ୪୩ରୁ ୪୫ ଡିଗ୍ରୀ ଛୁଇଁବ। ଏହି ପାଣିପାଗ ସ୍ଥିତିକୁ ଲକ୍ଷ୍ୟ କରି ଆଗାମୀ ୫ ଦିନ ଯାଏ ଗ୍ରୀଷ୍ମପ୍ରବାହ ପାଇଁ ଚେତାବନୀ ଜାରି କରିଛି ପାଣିପାଗ କେନ୍ଦ୍ର। ବିଶେଷକରି ବଲାଙ୍ଗୀର, ଟିଟିଲାଗଡ଼, ବୌଦ୍ଧରେ ସବୁଠୁ ଅଧିକ ତାପମାତ୍ରା ଅନୁଭୂତ ହେବ। ସବୁଠି ଗ୍ରୀଷ୍ମ ପ୍ରବାହ ବଢ଼ିବା ଫଳରେ ଏହା ଶରୀର ପାଇଁ ଘାତକ ହେବ। ଖରା ସମୟରେ ନିର୍ବାଚନ ପ୍ରଚାର ଓ ରାଲିଠୁ ଦୂରେଇ ରହିବାକୁ ଆଲର୍ଟ ଜାରି କରାଯାଇଛି। ସାଧାରଣ ଲୋକ, ଗର୍ଭବତୀ, ବୟସ୍କ ବ୍ୟକ୍ତି, ଛୋଟପିଲା, ରୋଗାକ୍ରାନ୍ତ ଲୋକ ଖରାର ପିକ୍‌ ସମୟ(ପୂର୍ବାହ୍ନ ୧୧ରୁ ଅପରାହ୍ନ ୩ଟା) ଯାଏ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ଚାଷୀମାନେ ପନିପରିବା ସହ ଗୃହପାଳିତ ପଶୁମାନଙ୍କୁ ଥଣ୍ଡା ସ୍ଥାନରେ ରଖିବା ଆବଶ୍ୟକ। ଏହାସହ ପିକ୍‌ ସମୟରେ ଘରୁ ବାହାରିବାବେଳେ ଛତା ଜୋତା ଓ ପାଣି ବୋତଲ ପରି ଆବଶ୍ୟକ ସାମଗ୍ରୀ ସାଥିରେ ନେବାକୁ କୁହାଯାଇଛି। ସେହିପରି ଚାଷୀମାନଙ୍କୁ ଗଛରେ ପର୍ଯ୍ୟାପ୍ତ ପାଣି ଦେବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri