ସିଝୁଛି ସାରା ଓଡ଼ିଶା: ସକାଳ ୮ ସୁଦ୍ଧା ତାପମାତ୍ରା ୩୪ ପାର୍‌

ଭୁବନେଶ୍ୱର,୧୬।୪(ଅସମାପିକା ସାହୁ): ଦିନକୁ ଦିନ ବଢ଼ିବାରେ ଲାଗିଛି ତାପମାତ୍ରା। ଗରମ ସହ ଗୁଳୁଗୁଳିରେ ଲୋକେ ଛଟପଟ ହେଉଥିବାବେଳେ ସିଝୁଛି ସାରା ଓଡ଼ିଶା। ସକାଳ ୮ଟା ପରେ ଘରକୁ ବାହାରିବା କଷ୍ଟକର ହୋଇପଡିଛି। ମଙ୍ଗଳବାର ସକାଳ ୮ରୁ ତାପମାତ୍ରା ୩୪ ଡିଗ୍ରୀରେ ପହଞ୍ଚିଲାଣି। ମାଲକାନଗିରିରୁ ମୟୂରଭଞ୍ଜ, ଜଗତ୍‌ସିଂହପୁରରୁ ବରଗଡ଼ ଯାଏ ଜୀବନଯାତ୍ରା ପ୍ରଭାବିତ। ରାଜଧାନୀର ତାପମାତ୍ରା ୩୨.୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ପାରାଦୀପ ୩୦.୮ ଡିଗ୍ରୀ, ପୁରୀ ୩୨.୪ ଡିଗ୍ରୀ, କେନ୍ଦୁଝର ୩୧.୨ ଡିଗ୍ରୀ, ବାଲେଶ୍ୱର ୩୪.୪ ଡିଗ୍ରୀ, ଚାନ୍ଦବାଲି ୩୨.୬ ଡିଗ୍ରୀ, ଝାରସୁଗୁଡା ୩୧.୪ ଡିଗ୍ରୀ, ହୀରାକୁଦ ୩୧ଡିଗ୍ରୀ, ସମ୍ବଲପୁର ୩୦.୪ ଡିଗ୍ରୀ, ରାଉରକେଲା ୩୦ ଡିଗ୍ରୀ ଓ ଗୋପାଳପୁରରେ ୩୧.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।
ଏବେ ପୁଣି ପାରଦ ୪୦ ଡିଗ୍ରୀ ଡେଇଁଥିବାବେଳେ ୧୭ରୁ ୨୦ ସ୍ଥିତି ଅସମ୍ଭାଳ ହୋଇପଡିବ ବୋଲି ସତର୍କ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏପରି ସ୍ଥିତିରେ ଅସହ୍ୟ ଗ୍ରୀଷ୍ମପ୍ରବାହରୁ ଜନଜୀବନ ସହ ପଶୁପକ୍ଷୀଙ୍କ ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ ହୋଇପଡିଛି। ପାଣିପାଗ କେନ୍ଦ୍ରର ରିପୋର୍ଟ ଅନୁସାରେ, ସୋମବାର ରାଜ୍ୟର ୧୮ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ୪୧.୪ ଡିଗ୍ରୀ ସହ ବାରିପଦା ସବୁଠାରୁ ଉତ୍ତପ୍ତ ସହର ପାଲଟିଥିବାବେଳେ ଏହା ତଳକୁ ଭୁବନେଶ୍ୱର, ଚାନ୍ଦବାଲି ଏବଂ ନୂଆପଡ଼ାରେ ତାପମାତ୍ରା ଦ୍ୱିତୀୟ ସର୍ବାଧିକ ୪୧.୨ ଡିଗ୍ରୀ ରହିଥିଲା।
ରାଜ୍ୟକୁ ବର୍ତ୍ତମାନ ବାୟୁମଣ୍ଡଳର ନିମ୍ନଭାଗରେ ପଶ୍ଚିମ ତଥା ଉତ୍ତରପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବେଶ କରିବା ସହିତ ସୂର୍ଯ୍ୟ କିରଣର ତୀବ୍ରତା ବୃଦ୍ଧି ପାଉଛି। ଫଳରେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ ଯାଏ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୧୭ରୁ ୨୦ ତାରିଖ ମଧ୍ୟରେ କିଛି ଜିଲାରେ ତାପମାତ୍ରା ୪୩ରୁ ୪୫ ଡିଗ୍ରୀ ଛୁଇଁବ। ଏହି ପାଣିପାଗ ସ୍ଥିତିକୁ ଲକ୍ଷ୍ୟ କରି ଆଗାମୀ ୫ ଦିନ ଯାଏ ଗ୍ରୀଷ୍ମପ୍ରବାହ ପାଇଁ ଚେତାବନୀ ଜାରି କରିଛି ପାଣିପାଗ କେନ୍ଦ୍ର। ବିଶେଷକରି ବଲାଙ୍ଗୀର, ଟିଟିଲାଗଡ଼, ବୌଦ୍ଧରେ ସବୁଠୁ ଅଧିକ ତାପମାତ୍ରା ଅନୁଭୂତ ହେବ। ସବୁଠି ଗ୍ରୀଷ୍ମ ପ୍ରବାହ ବଢ଼ିବା ଫଳରେ ଏହା ଶରୀର ପାଇଁ ଘାତକ ହେବ। ଖରା ସମୟରେ ନିର୍ବାଚନ ପ୍ରଚାର ଓ ରାଲିଠୁ ଦୂରେଇ ରହିବାକୁ ଆଲର୍ଟ ଜାରି କରାଯାଇଛି। ସାଧାରଣ ଲୋକ, ଗର୍ଭବତୀ, ବୟସ୍କ ବ୍ୟକ୍ତି, ଛୋଟପିଲା, ରୋଗାକ୍ରାନ୍ତ ଲୋକ ଖରାର ପିକ୍‌ ସମୟ(ପୂର୍ବାହ୍ନ ୧୧ରୁ ଅପରାହ୍ନ ୩ଟା) ଯାଏ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ଚାଷୀମାନେ ପନିପରିବା ସହ ଗୃହପାଳିତ ପଶୁମାନଙ୍କୁ ଥଣ୍ଡା ସ୍ଥାନରେ ରଖିବା ଆବଶ୍ୟକ। ଏହାସହ ପିକ୍‌ ସମୟରେ ଘରୁ ବାହାରିବାବେଳେ ଛତା ଜୋତା ଓ ପାଣି ବୋତଲ ପରି ଆବଶ୍ୟକ ସାମଗ୍ରୀ ସାଥିରେ ନେବାକୁ କୁହାଯାଇଛି। ସେହିପରି ଚାଷୀମାନଙ୍କୁ ଗଛରେ ପର୍ଯ୍ୟାପ୍ତ ପାଣି ଦେବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri