ଶୀତରେ ଥରୁଛି ଓଡ଼ିଶା

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ସମଗ୍ର ରାଜ୍ୟ ହାଡ଼ଭଙ୍ଗା ଶୀତରେ କମ୍ପୁଛି। ସଞ୍ଜ ହେବା ମାତ୍ରେ ମାଡ଼ିଆସୁଛି ପ୍ରଚଣ୍ଡ ଶୀତ। ଦେହ ହାତ କୋଲ ମାରିଯାଉଛି। ଗାଁଠୁ ସହର ସବୁଠି ଶୀତର ପ୍ରକୋପ ବଢ଼ିଯାଇଛି। ସକାଳୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। କେତେକ ସ୍ଥାନରେ ଶୀତ ସାଙ୍ଗକୁ କୁହୁଡ଼ିଆ ପାଗ ପରିବେଶକୁ ଆହୁରି କାଲୁଆ କରି ପକାଇଛି। ରାଜ୍ୟର ୬ଟି ସ୍ଥାନରେ ପାରଦ ୧୦ ଡିଗ୍ରୀ ସେଲ୍‌ସିୟସ ତଳକୁ ଖସି ଯାଇଥିବା ବେଳେ ଅନ୍ୟାନ୍ୟ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ସେଲ୍‌ସିୟସ ତଳେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଶୁକ୍ରବାର ଦାରିଙ୍ଗବାଡ଼ିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୬.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଫୁଲବାଣୀ ୭.୫, ଝାରସୁଗୁଡ଼ା ୯.୬, କେନ୍ଦୁଝର ୯.୬, କୋରାପୁଟ ୯ ଏବଂ ଟିଟିଲାଗଡ଼ରେ ସର୍ବନିମ୍ନ ତାପମାତ୍ରା ୯.୩ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସେହିପରି ଚାନ୍ଦବାଲିରେ ସର୍ବନିମ୍ନ ତାପମାତ୍ରା ୧୦.୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ବାଲେଶ୍ୱର ୧୨.୩, କଟକ ୧୨, ପାରାଦୀପ ୧୪, ଭୁବନେଶ୍ୱର ୧୨.୨, ଗୋପାଳପୁର ୧୪.୨, ଅନୁଗୋଳ ୧୧.୬, ବାରିପଦା ୧୨, ସମ୍ବଲପୁର ୧୨.୨, ସୁନ୍ଦରଗଡ଼ ୧୦, ବଲାଙ୍ଗୀର ୧୧.୫, ମାଲକାନଗିରି ୧୩.୫, ସୋନପୁର ୧୩.୨, ନୟାଗଡ଼ ୧୨, ବୌଦ୍ଧ ୧୫ ଏବଂ ଛତ୍ରପୁରରେ ସର୍ବନିମ୍ନ ୧୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।
ଆସନ୍ତା ୧୯ ତାରିଖରୁ ରାଜ୍ୟରେ ଥଣ୍ଡାର ପ୍ରକୋପ ଆହୁରି ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଦକ୍ଷିଣ ପୂର୍ବ ଆଣ୍ଡାମାନ ନିକଟରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡାବାୟୁ ପ୍ରବାହିତ ହେବ। ଫଳରେ ସର୍ବନିମ୍ନ ତାପମାତ୍ରା ୪ ଡିଗ୍ରୀକୁ ଖସିବ। ବଣପାହାଡ଼ ଘେରା ଜିଲାଗୁଡ଼ିକରେ ପାରଦ ୧୦ ଡିଗ୍ରୀ ତଳକୁ ଖସିଯିବ। ଡିସେମ୍ବର ଶେଷ ଯାଏ ଶୀତର ପ୍ରକୋପ ଜାରି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ୍‌ରେ CCTV ବାଧ୍ୟତାମୂଳକ, ୭ ଦିନ ମଧ୍ୟରେ କାର୍ଯ୍ୟକାରୀ ନହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡି,୧୩।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଅସାମାଜିକ କାର୍ଯ୍ୟକଳାପକୁ ରୋକିବା ପାଇଁ କନ୍ଧମାଳ ପୋଲିସ ଏବେ ବଡ଼ ପଦକ୍ଷେପ ନେଇଛି । କନ୍ଧମାଳ ଏସପି…

କ୍ରିକେଟ ଜଗତରେ ଖୁବ ଚର୍ଚ୍ଚା, କାହାକୁ ଭୁଲ ମାଗିଲେ ଆକୃତି? ନିର୍ବନ୍ଧ ଭାଙ୍ଗିବାର ୨୬ ଦିନ ପରେ ପୁଣି ଏକାଠି ହୋଇଛନ୍ତି ଆକୃତି ଅଗ୍ରୱାଲ-ପୃଥ୍ବୀ ଶ’

ନୂଆଦିଲ୍ଲୀ,୧୩।୧୦: ଭାରତୀୟ ଦଳର ଓପନର୍‌ ପୃଥ୍ବୀ ଶ’ଙ୍କ ମଙ୍ଗେତର (fianc଼e) ଆକୃତି ଅଗ୍ରୱାଲ ଗତ ସେପ୍ଟେମ୍ବର ୧୭ରେ ସେମାନଙ୍କ ନିର୍ବନ୍ଧ ଭାଙ୍ଗିଯାଇଥିବା ନେଇ ଘୋଷଣା କରିଥିଲେ। କିନ୍ତୁ…

ବିଶ୍ୱକପ୍‌ ୨୦୨୭ ପୂର୍ବରୁ ଗମ୍ଭୀରଙ୍କୁ କୈଫ୍‌ଙ୍କ ଚେତାବନୀ, ବିରାଟ-ରୋହିତ ନୁହେଁ….

ନୂଆଦିଲ୍ଲୀ,୧୩।୧୦: ଆସନ୍ତା ୨୦୨୭ ଦିନିକିଆ ବିଶ୍ୱକପ୍‌କୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। କେଉଁ ଖେଳାଳି ବିଶ୍ୱକପ୍‌ ଦଳରେ ସ୍ଥାନ ପାଇବେ, ତାହାକୁ ନେଇ…

ପନ୍ତଙ୍କ ସ୍ଥାନ ନେବାର ସୁଯୋଗ ପାଇପାରନ୍ତି ଏହି ଖେଳାଳି, ଟି ୨୦ ପରେ ଏବେ ଟେଷ୍ଟ ଟିମରେ…

ନୂଆଦିଲ୍ଲୀ,୧୩।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଆଗାମୀ ଟେଷ୍ଟ ମ୍ୟାଚରେ ଭାରତୀୟ ୱିକେଟ କିପର-ବ୍ୟାଟର ଋଷଭ ପନ୍ତଙ୍କ ଅଂଶଗ୍ରହଣ ତାଙ୍କ ଫିଟନେସ ଉପରେ ନିର୍ଭର କରିବ। ଆହତ ସମସ୍ୟା ଯୋଗୁ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଭେଟିଲେ ରଶ୍ମିକା-ବିଜୟ; ଫଟୋ ଶେୟାର କରି ପ୍ରକାଶ କଲେ ହୃଦୟସ୍ପର୍ଶୀ ଭାବନା

ଚେନ୍ନାଇ,୧୩।୧୦: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଅଭିନେତ୍ରୀ ରଶ୍ମିକା ମନ୍ଧାନାଙ୍କ ସହ ଅଭିନେତା ତଥା ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟଙ୍କୁ ଭେଟିଛନ୍ତି।…

ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ: ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ ଏଯାଏ…

ଏସ୍‌ଆଇଆର୍‌ ଜନସାଧାରଣଙ୍କ ଆସ୍ଥାକୁ ସୁଦୃଢ଼ କରିବାର ଅତ୍ୟାବଶ୍ୟକ ପଦକ୍ଷେପ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୦(ସୁନିତ୍‌ ମିଶ୍ର): ଗଣତନ୍ତ୍ରର ବିଶ୍ୱସନୀୟତା ମୁକ୍ତ ଓ ଅବାଧ ନିର୍ବାଚନ ସହ ପ୍ରତ୍ୟେକ ଯୋଗ୍ୟ ନାଗରିକଙ୍କ ମତଦାନ ଅଧିକାରର ସୁରକ୍ଷା ଉପରେ ନିର୍ଭରକରେ । ଏଥିପାଇଁ ସ୍ବଚ୍ଛ…

ଏଆଇ ଦ୍ୱାରା ପ୍ରଭାବିତ ହେବ ୪୦% ନିଯୁକ୍ତିକ୍ଷେତ୍ର

ବ୍ୟାଙ୍କକ୍‌,୧୩ା୧୦(ରଏଟର୍ସ): ସାମ୍ପ୍ରତିକ ସ୍ଥିତିରେ ଏଆଇ (କୃତ୍ରିମ ବୁଦ୍ଧିମତ୍ତା)କୁ ନେଇ ବୈଶ୍ୱିକ ସ୍ତରରେ ଏକପ୍ରକାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି ା ବାଣିଜ୍ୟ, ବ୍ୟବସାୟଠାରୁ ଆରମ୍ଭ କରି ଭିତ୍ତିଭୂମି ପର୍ଯ୍ୟନ୍ତ ସବୁକ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?