ଶୁଖୁଆ ହାଟ ହେବ ହୋଲ୍‌ସେଲ ମାର୍କେଟ

ଗଞ୍ଜାମ,୨୩ା୪(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ନିକଟସ୍ଥ ଶୁଖୁଆ ହାଟ ପଡ଼ିଆରେ ନିର୍ମାଣ ହେବ ଆଧୁନିକ ହୋଲ୍‌ସେଲ୍‌ ମାର୍କେଟ। ଯାହାକୁ ନେଇ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ହୁମ୍ମା ହାଟ ପରିଦର୍ଶନ କରିବା ସହ ଓଡ଼ିଶା ଷ୍ଟେଟ୍‌ କନ୍‌ଷ୍ଟ୍ରକ୍ସନ ନିର୍ବାହୀଯନ୍ତ୍ରୀ ଗୋବର୍ଦ୍ଧନ ଚନ୍ଦ୍ର ସାଠୁଆ, ଭୁବନେଶ୍ୱର ଫିସେରୀ ଇଞ୍ଜିନିୟରିଂ ଡିଭିଜନ ସହକାରୀ ଯନ୍ତ୍ରୀ ଆଲୋକ ପାତ୍ର, ଅତିରିକ୍ତ ମତ୍ସ୍ୟ ଅଧିକାରୀ ସୁବ୍ରତ ପଟ୍ଟନାୟକ,ସହକାରୀ ମତ୍ସ୍ୟ ଅଧିକାରୀ ଚନ୍ଦ୍ରମଣି ପ୍ରଧାନ ପ୍ରମୁଖ ଅଧିକାରୀଙ୍କ ସହ ୩ କୋଟି ୮୬ ଲକ୍ଷ ଅର୍ଥ ବ୍ୟୟ ଅଟକଳରେ ଶୁଖୁଆ ହୋଲସେଲ ମାର୍କେଟ ନିର୍ମାଣ ହେବା ନେଇ ରୂପରେଖ ସମ୍ପର୍କରେ ଆଲୋଚନା କରିଥିଲେ। ଆଗାମୀ ଦିନରେ ଉକ୍ତ ହାଟ ପଡ଼ିଆ ମଧ୍ୟରେ ପରିବା ମାର୍କେଟ ନିର୍ମାଣ ନେଇ ମାଧ୍ୟ ଆଲୋଚନା ହୋଇଥିଲା। ବ୍ୟବସାୟୀ ଓ ଲୋକଙ୍କ ପାଇଁ ହାଟ ମଧ୍ୟରେ ସୁବିଧା କରିବାକୁ ବିଧାୟକ ଆଗାମୀ ଦିନରେ ଉଦ୍ୟମ ଜାରି ରଖିବେ ବୋଲି କହିଛନ୍ତି। ଜିଲା ପରିଷଦ ସଭ୍ୟ ସନାତନ ବେହେରା,ପୂର୍ବତନ ବ୍ଲକ ଅଧ୍ୟକ୍ଷ ସୁରଥ ପାହାନ,ବ୍ଲକ ଉପାଧ୍ୟକ୍ଷ ଅନ୍ତର୍ଯ୍ୟାମୀ ବେହେରା,ସମିତିସଭ୍ୟ ଧ୍ରୁବ ଚରଣ ପୋଲାଇ, ଯୁବନେତା ଲିଙ୍ଗରାଜ ପଟ୍ଟନାୟକ, ଶଶୀ ପ୍ରଧାନ ପ୍ରମୁଖଙ୍କ ସହ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri