ବଚସା ହେଲା କାଳ: ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କେସିଙ୍ଗା,୨୬।୭(ଡି.ଏନ.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ବ୍ରାହ୍ମଣୀ ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଜଣେ ଯୁବକ ଟାଙ୍ଗିଆରେ ହାଣି ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ମୃତା ମହିଳା ହେଲେ ପୁଷ୍ପା ରାଉତ (୪୦)। ଖବରପାଇ ପୋଲିସ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ କେସିଙ୍ଗା ଡାକ୍ତରଖାନାକୁ ପଠାଇଛି। ମୃତା ମହିଳାଙ୍କ ଭାଇ କୃଷ୍ଣଚନ୍ଦ୍ର ଗଉଡ ଏ ନେଇ ଥାନାରେ ଲିଖିତ ଅଭିଯୋଗ କରିବା ପରେ କେସିଙ୍ଗା ଏସ୍‌ଡିପିଓ ଗୁପ୍ତେଶ୍ୱର ଭୋଇ, ଆଇଆଇସି ଅଶୋକ କୁମାର ମହାପାତ୍ର ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରୁଛନ୍ତି। ଅଭିଯୋଗ ଅନୁସାରେ, ପୁଷ୍ପାଙ୍କୁ ତାଙ୍କ ଶାଶୁଘର ଲୋକେ ବହୁଦିନ ହେଲା ମାନସିକ ନିର୍ଯାତନା ଦେଇଆସୁଥିଲେ। ରବିବାର ସକାଳେ ପୁଷ୍ପା ନିଜ ଜମିରେ ଧାନ ପହ୍ଲା ରୋଇ ମଧ୍ୟାହ୍ନରେ ଘରକୁ ଆସିବା ପରେ କୌଣସି କଥାକୁ ନେଇ ତାଙ୍କ ସ୍ବାମୀ ରମାକାନ୍ତଙ୍କ ସହିତ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ରମାକାନ୍ତ ଘରେ ଥିବା ଏକ ଟାଙ୍ଗିଆରେ ପୁଷ୍ପାଙ୍କ ବେକରେ ଚୋଟ ମାରିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧକ୍କା ଖାଇବାରୁ…

ଆଇଟିଆଇରେ ଅଘଟଣ: ଦୁଇ ମହଲା ଛାତରୁ ଡେଇଁଲେ ଯୁବକ

କୁତ୍ରା,୧୩।୬(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବିରିଙ୍ଗାଟୋଲିଠାରେ ଅବସ୍ଥିତ ହୃଦାନନ୍ଦ ଦାନୀ ଆଇଟିଆଇ ହଷ୍ଟେଲ ଛାତରୁ ଇଲେକ୍ଟ୍ରିକାଲ୍ ଦ୍ଵିତୀୟ ବର୍ଷ ଛାତ୍ର ଦୁଇ ମହଲା…

ଭାରତ କଲା ଏମିତି ପାକିସ୍ତାନରେ ହାହାକାର! ହଠାତ୍‌ ସାରା ବିଶ୍ୱରେ ଚହଳ

ଇସଲାମବାଦ,୧୩।୬: ସିନ୍ଧୁ ଜଳ ଚୁକ୍ତିନାମାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ପାକିସ୍ତାନର ଅନେକ ସ୍ଥାନରେ ସ୍ପଷ୍ଟ ହେବାରେ ଲାଗିଛି। ସାମ୍ପ୍ରତିକ ରିପୋର୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri