ସ୍ବାମୀଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଲେ ସ୍ତ୍ରୀ

ଜଗତ୍‌ସିଂହପୁର ଅଫିସ,୧୩ା୧୨: ସ୍ବାମୀ ଯୌନ ନିର୍ଯାତନା ଦେଉଛନ୍ତି ବୋଲି ଜଗତ୍‌ସିଂହପୁର ଥାନାରେ ଶନିବାର ଜଣେ ମହିଳା ଅଭିଯୋଗ କରିଛନ୍ତି। ଏହାକୁ ଭିତ୍ତିକରି ଥାନାରେ ମାମଲା (ନଂ.୪୭୦/୨୦) ରୁଜୁ ହୋଇଛିି। ପୋଲିସ ତଦନ୍ତ ଆରମ୍ଭ କରିଛି।

ସମ୍ପୃକ୍ତ ମହିଳାଙ୍କ ଅଭିଯୋଗ ଅନୁଯାୟୀ, ଜଗତ୍‌ସିଂହପୁର ଥାନା ଅଞ୍ଚଳରେ ସେ ୧୭ ବର୍ଷ ପୂର୍ବେ ବିବାହ କରିଥିଲେ। ବିବାହର କିଛିଦିନ ପରେ ସ୍ବାମୀ, ଶାଶୁଘର ଲୋକେ ଅଧିକ ଯୌତୁକ ଦାବିକରି ତାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିଲେ। ସେତେବେଳେ ଶାଶୁଘର ଲୋକଙ୍କ ବିରୋଧରେ ସମ୍ପୃକ୍ତା ମହିଳା ଜଗତ୍‌ସିଂହପୁର ଥାନାରେ ଅଭିଯୋଗ କରିଥିଲେ। କୋର୍ଟରେ ଏହି ମାମଲାର ସମାଧାନ ହୋଇଥିଲା। ପରବର୍ତ୍ତୀ ସମୟରେ ସେ ସ୍ବାମୀଙ୍କ ସହ ମିଶି ଜଗତ୍‌ସିଂହପୁର ଥାନା ଅଞ୍ଚଳରେ ଏକ ଭଡ଼ା ଘରେ ରହିଥିଲେ। ସେଠାରେ ସ୍ବାମୀ ବଳପୂର୍ବକ ତାଙ୍କ ଇଚ୍ଛା ବିରୋଧରେ ଶାରୀରିକ ସମ୍ପର୍କ ରଖୁଥିଲେ। ୨୮ ଜୁନ୍‌ ୨୦୨୦ରେ ସ୍ବାମୀ ବଜାର ଯାଉଛି କହି ଘରୁ ଚାଲିଯାଇଥିଲେ। ଆଉ ଫେରି ନ ଥିଲେ। ଗତ ଶୁକ୍ରବାର ଆଳିପିଙ୍ଗଳ କାଠ ପୋଲ ନିକଟରେ ସମ୍ପୃକ୍ତ ମହିଳାଙ୍କ ସହ ସ୍ବାମୀଙ୍କ ଦେଖା ହୋଇଥିଲା। ସ୍ବାମୀଙ୍କୁ ଦେଖି ମହିଳା ଜଣକ କାହିଁକି ଏପରି କଲ ବୋଲି ପ୍ରଶ୍ନ କରିଥିଲେ। ଅଭିଯୁକ୍ତ ତାଙ୍କୁ ପୂର୍ବପରି ଗାଳିଗୁଲଜ କରିବା ସହ ହତ୍ୟା ଧମକ ଦେବାରୁ ସେ ଥାନାରେ ଅଭିଯୋଗ କରିଛନ୍ତି। ସମ୍ପୃକ୍ତ ମହିଳାଙ୍କ ଏକ ମାତ୍ର ଝିଅ ଗତବର୍ଷ ମାଟ୍ରିକ ପରୀକ୍ଷା ଦେବାର ୧୫ ଦିନ ପୂର୍ବରୁ ଆତ୍ମହତ୍ୟା କରିଥିବା ପୋଲିସ କହିଛି।

ଏ ସମ୍ପର୍କରେ ଜଗତ୍‌ସିଂହପୁର ଆଇଆଇସି ରଜନୀକାନ୍ତ ମିଶ୍ର କହିଛନ୍ତି, ମାମଲାଟିକୁ ଗମ୍ଭୀରତାର ସହ ନିଆଯାଇ ତଦନ୍ତ କରାଯାଉଛି। ଝିଅର ଆତ୍ମହତ୍ୟା ସମ୍ପର୍କରେ ଆଇଆଇସି କହିଛନ୍ତି, ଝିଅ ପାଠପଢ଼ାରେ ଅବହେଳା କରୁଥିବାରୁ ସମ୍ପୃକ୍ତ ମହିଳାଙ୍କ ସ୍ବାମୀ ତାଙ୍କୁ ଗାଳି କରିଥିଲେ। ଏଥିରେ ଝିଅ ପ୍ରତିକ୍ରିୟାଶୀଳ ହୋଇ ଆତ୍ମହତ୍ୟା କରିଥିଲେ। ଅଭିଯୁକ୍ତ ୧୩ ବର୍ଷ ପୂର୍ବେ ୨ୟ ବିବାହ କରିଥିବା ବେଳେ ତାଙ୍କର ଏବେ ୧୧ ବର୍ଷର ପୁଅ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri