Posted inଖେଳ

ସ୍ତ୍ରୀଙ୍କୁ ମାଡ଼ ମାରୁଥିଲେ ପ୍ରସିଦ୍ଧ କ୍ରିକେଟର୍‌: ଥାନାରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୨।୪: ପୂର୍ବତନ ଭାରତୀୟ କ୍ରିକେଟର ଅମିତ ମିଶ୍ରଙ୍କ ନାଁରେ ତାଙ୍କ ପତ୍ନୀ ଗରିମା ମିଶ୍ର ଯୌତୁକ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଅମିତ ତାଙ୍କୁ ଯୌତୁକ ପାଇଁ ହଇରାଣ କରିଛନ୍ତି। ତାଙ୍କୁ ୧୦ ଲକ୍ଷ ଟଙ୍କା ଏବଂ ଏକ କାର ଦେବାକୁ ମଧ୍ୟ କୁହାଯାଇଛି। ଅମିତନ୍‌ଙ୍କର ଅନ୍ୟ ମହିଳାଙ୍କ ସହିତ ସମ୍ପର୍କ ଥିବା ଭଳି ସାଂଘାତିକ ଅଭିଯୋଗ ଆଣିଛନ୍ତି ଗରିମା।

ଗରିମା ଅମିତ ଏବଂ ତାଙ୍କ ପରିବାର ବିରୋଧରେ ଘରୋଇ ହିଂସାର ମାମଲା ଦାୟର କରିଛନ୍ତି। ଏହା ସହିତ ଗାରିମା ୧ କୋଟି ଟଙ୍କାର କ୍ଷତିପୂରଣ ମଧ୍ୟ ଦାବି କରିଛନ୍ତି।

ଏହି ମାମଲାରେ ଗରିମା ଭାରତୀୟ କ୍ରିକେଟ ଦଳ ପାଇଁ ଖେଳିଥିବା ଅମିତ ମିଶ୍ର, ତାଙ୍କ ବାପା (ଶଶିକାନ୍ତ ମିଶ୍ର), ମାଆ (ବୀଣା ମିଶ୍ର), ଭାଇ (ଅମର ମିଶ୍ର), ଭାଉଜ (ଋତୁ ମିଶ୍ର)ଙ୍କୁ ମଧ୍ୟ ଅଭିଯୁକ୍ତ ବୋଲି କହିଛନ୍ତି।

କୋର୍ଟ ଅଭିଯୁକ୍ତଙ୍କୁ ନୋଟିସ ଜାରି କରିଛନ୍ତି। ପରବର୍ତ୍ତୀ ଶୁଣାଣି ମେ ୨୬ ତାରିଖରେ ହେବ। ସେ ୧ କୋଟି ଟଙ୍କା କ୍ଷତିପୂରଣ ଦାବି କରିଛନ୍ତି। ଗରିମାଙ୍କ କହିବା ଅନୁଯାୟୀ, ତାଙ୍କ ଶ୍ୱଶୁର ଘର ଲୋକ ଯୌତୁକ ଦାବି ପୂରଣ ନ ହେବାରୁ ତାଙ୍କୁ ବାହାରକୁ ଯିବାକୁ ରୋକି ଦେଇଥିଲେ। ୨.୫ ଲକ୍ଷ ଟଙ୍କା ଦେବା ପରେ ସେ ଘରୁ ବାହାରିଥିଲେ। ତାଙ୍କ ଶ୍ୱଶୁର ଘର ଲୋକେ ତାଙ୍କୁ ହଇରାଣ କରୁଥିଲେ। ତାଙ୍କ ପରିବାର ସଦସ୍ୟଙ୍କ ପ୍ରଭାବରେ, ଅମିତ ତାଙ୍କୁ ଦୁର୍ବ୍ୟବହାର କରୁଥିଲେ ଏବଂ ମାଡ଼ ମାରୁଥିଲେ।

ଗରିମାଙ୍କ କହିବା ଅନୁଯାୟୀ, ମଡେଲିଂରୁ ରୋଜଗାର କରୁଥିବା ଟଙ୍କାକୁ ଅମିତ ହଡ଼ପ କରୁଥିଲେ। ଏହାସହ ଇନଷ୍ଟାଗ୍ରାମରେ ଅନ୍ୟ ଝିଅମାନଙ୍କ ସହ କଥା ହେଉଥିଲେ ଏବଂ ତାଙ୍କୁ ଛାଡପତ୍ର ଦେବାକୁ ଧମକ ଦେଉଥିଲେ।

୪୨ ବର୍ଷୀୟ ଅମିତ ମିଶ୍ର ତିନୋଟି ଫର୍ମାଟରେ ଭାରତକୁ ପ୍ରତିନିଧିତ୍ୱ କରିଛନ୍ତି। ସେ ୨୨ଟି ଟେଷ୍ଟ, ୩୬ଟି ଦିନିକିଆ ଏବଂ ୧୦ଟି ଟି-୨୦ ମ୍ୟାଚ ଖେଳିଛନ୍ତି। ଏଥିରେ ସେ ଯଥାକ୍ରମେ ୭୬, ୬୪ ଏବଂ ୧୬ ଉଇକେଟ ନେଇଛନ୍ତି। ଏହା ବ୍ୟତୀତ ସେ IPLରେ ୧୬୨ଟି ମ୍ୟାଚ ଖେଳି ୧୭୪ଟି ଉଇକେଟ ନେଇଛନ୍ତି। ଅମିତ ଆଇପିଏଲରେ ଡେକାନ ଚାର୍ଜର୍ସ, ସନରାଇଜର୍ସ ହାଇଦ୍ରାବାଦ, ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ଲକ୍ଷ୍ନୌ ସୁପରଜାଏଣ୍ଟସ ପାଇଁ ଖେଳିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri