ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର ଶୁଣିବା ପରେ ନିଜକୁ ଅସହାୟ ମନେକରି ଦୁଃଖରେ ଭାଙ୍ଗିପଡ଼ିଲେ। ଶେଷରେ କିଛି ନିଷ୍ପତ୍ତି ନେବା ପୂର୍ବରୁ ଚଳନ୍ତା ହାଇଓ୍ବା ଆଗକୁ ଡେଇଁ ଜଣେ ମହିଳା ପ୍ରାଣ ହରାଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଝାରସୁଗୁଡ଼ା ଜିଲାରେ ଦେଖିବାକୁ ମିଳିଛି। ପୋଲିସ ସୂଚନା ଅନୁଯାୟୀ, ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ବାଦୀବାହାଲ ଗ୍ରାମର ରାଜକୁମାର ନାଗ ଝାରସୁଗୁଡ଼ା ସହରର ଏକାତାଳି ଅଞ୍ଚଳରେ ଘର ଭଡାନେଇ ରହୁଥିଲେ। ଏଥିସହ ସେ ସେଠାରେ ଏକ ମାଇକ୍ରୋଫାଇନାନ୍ସ କମ୍ପାନୀରେ ଏରିଆ ମ୍ୟାନେଜର ଭାବେ କାର୍ଯ୍ୟ କରୁଥିଲେ। ସୋମବାର ରାତିରେ ସେ ଖାଇସାରିବା ପରେ ଏକାଧିକ ଥର ବାନ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ରାତି ପ୍ରାୟ ୧ଟା ୩୦ ମିନିଟ୍‌ରେ ତାଙ୍କ ସହଯୋଗୀମାନେ ତାଙ୍କୁ ସ୍ଥାନୀୟ ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁକରି ମଙ୍ଗଳବାର ସକାଳେ ମୃତଦେହ ବ୍ୟବଚ୍ଛେଦ ପାଇଁ ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଅପରପକ୍ଷରେ ରାଜକୁମାରଙ୍କ ମୃତ୍ୟୁ ଖବର ପାଇବା ପରେ ତାଙ୍କ ସ୍ତ୍ରୀ ମୀରା ନାଗ ଓ ପରିବାର ଲୋକେ ଏକ ଗାଡ଼ିରେ ବାଦୀବାହାଲ ଗ୍ରାମରୁ ଝାରସୁଗୁଡା ଅଭିମୁଖେ ବାହାରିଥିଲେ। ମାତ୍ର ବିଜୁ ଏକ୍ସପ୍ରେସ୍‌ ୱେର ବଡ଼ମାଲ ଥାନା ନିକଟରେ କୌଣସି କାରଣରୁ ଗାଡ଼ିଟି ଅଟକିଥିଲା। ଗାଡ଼ିରୁ ସମସ୍ତେ ବାହାରକୁ ବାହାରିଥିଲେ। ହେଲେ ଏହି ସମୟରେ ମାନସିକ ସ୍ତରରେ ଭାଙ୍ଗି ପଡ଼ିଥିବା ମୀରା ଉକ୍ତ ରାସ୍ତାରେ ଆସୁଥିବା ଏକ ହାଇୱା ସମ୍ମୁଖକୁ ହଠାତ୍‌ ଡେଇଁ ପଡ଼ିଥିଲେ। ଫଳରେ ହାଇଓ୍ବା ଚକ ତାଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri