ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କ ଜୀବନ ଗଲା

ଟିକିରି,୩୦ା୯(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଶଙ୍କରଅଡ଼ା ପଞ୍ଚାୟତ ଚଣା ପୁକେଲ ଗ୍ରାମରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଟିକିରି ଅଞ୍ଚଳର କୃଷ୍ଣ ମାଝି ସ୍ତ୍ରୀ ହାକ ମାଝିଙ୍କୁ ଟାଙ୍ଗିଆରେ ହାଣି ଦେଇଛନ୍ତି।

କୃଷ୍ଣଙ୍କ ପ୍ରଥମ ସ୍ତ୍ରୀ ମରିଯାଇଥିବା ବେଳେ କୃଷ୍ଣ ଦ୍ୱିତୀୟ ବିବାହ କରିଥିଲେ। ଚଣା ପୁକେଲ ଗ୍ରାମର ହାକଙ୍କୁ ବିବାହ କରିଥିଲେ। ବିବାହକୁ କିଛି ବର୍ଷ ବିତି ଯାଇଥିବା ବେଳେ କୌଣସି ସନ୍ତାନ ସନ୍ତତି ହେଉ ନ ଥିଲା। କୃଷ୍ଣ ସବୁ ସମୟରେ ମଦ୍ୟପାନ କରି ଘରେ ଝଗଡ଼ା କରୁଥିଲେ। ଯାହା ଫଳରେ  ସ୍ତ୍ରୀ ହାକ ତାଙ୍କୁ ଛାଡ଼ି ବାପଘରକୁ ଚାଲି ଯାଇଥିଲେ। ଏହା ପରେ କୃଷ୍ଣ ଗ୍ରାମର ଏକ ଛୋଟ ଛୁଆକୁ ନେଇ ପାଳିଲେ। କେବେ କେବେ ସ୍ତ୍ରୀ ପାଖକୁ କୃଷ୍ଣ ଯିବାଆସିବା କରୁଥିଲେ। ହେଲେ କୃଷ୍ଣ ଗତକାଲି ରାତିରେ ପ୍ରଚୁର ମଦ ପିଇ ଶୋଇଯାଇଥିଲେ। ଏହା ପରେ ଆଜି ଭୋର୍‌ରୁ କୃଷ୍ଣ ତାଙ୍କ ଝିଅ ମିନି ମାଝିଙ୍କୁ ଟାଙ୍ଗିଆରେ ମାରୁଥିବା ବେଳେ ହାକ  ଝିଅକୁ କୋଳକୁ ନେଇ ଯାଇଥିଲେ। ଫଳରେ କୃଷ୍ଣ ରାଗିଯାଇ ସ୍ତ୍ରୀଙ୍କୁ ଟାଙ୍ଗିଆରେ ଗୋଟିଏ ଚୋଟ ପଛପଟେ ମାରି ଦେଇଥିଲେ। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା। ଏହା ପରେ  ଗ୍ରାମର କିଛି ଲୋକ କୃଷ୍ଣଙ୍କୁ ଧରି ବିଦ୍ୟୁତ୍‌ ପୋଲରେ ବାନ୍ଧି ରଖିଥିଲେ। ସକାଳୁ ସେହି ଗ୍ରାମର କିଛି ଲୋକ ଟିକିରି ଥାନାକୁ ଜଣାଇଥିଲେ। ଏହା ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଭିଯୁକ୍ତଙ୍କୁ ଧରି ଆଣିବା ସହ ମିନିଙ୍କୁ ଟିକିରି ମେଡିକାଲରେ ଚିକିତ୍ସା କରାଯାଉଛି । ଯେଉଁ ସମୟରେ ତାଙ୍କ ମା’ଙ୍କୁ ଟାଙ୍ଗିଆରେ ମାରୁଥିଲେ। ସେହି ସମୟରେ ସେ ଝିଅଙ୍କୁ ଠେଲି ଦେଇଥିଲେ। ଝିଅଟିର ମୁଣ୍ଡ ମାଡ଼ ହୋଇଛି। ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ଚାଲିଛି। ଅଭିଯୁକ୍ତଙ୍କୁ ଟିକିରି ଥାନାରେ ଅଟକ ରଖାଯାଇଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri