Posted inଖେଳ

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ସ୍ତ୍ରୀଙ୍କୁ ମିଳୁଛି ଧମକ

ସିଡନୀ,୨୮।୨: ଅଷ୍ଟ୍ରେଲିଆର ସୀମିତ ଓଭର ଅଧିନାୟକ ଆରୋନ ଫିଞ୍ଚ ଟି -୨୦ରେ ଭଲ ପ୍ରଦର୍ଶନ କରିପାରି ନାହାନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଉଥିବା ପାଞ୍ଚ ମ୍ୟାଚ ସିରିଜର ପ୍ରଥମ ଦୁଇଟି ମ୍ୟାଚରେ ସେ ମାତ୍ର ୧୩ ରନ ସ୍କୋର କରିବାରେ ସକ୍ଷମ ହୋଇଥିଲେ। ତାଙ୍କର ଖରାପ ପ୍ରଦର୍ଶନ ତାଙ୍କ ସ୍ତ୍ରୀ ଆମି ଫିଞ୍ଚଙ୍କୁ ପ୍ରଶଂସକ ମାନେ ଟାର୍ଗେଟ କରିଛନ୍ତି। ତାଙ୍କୁ ଅନଲାଇନରେ ଜଣେ ପ୍ରଶଂସକ ଦୁର୍ବ୍ୟବହାର କରି ଆରୋନଙ୍କୁ ଟି -୨୦ ର ଅଧିନାୟକତ୍ୱ ଛାଡିବାକୁ କହିଥିଲେ। ସେଥିପାଇଁ ଆମି ବିଚଳିତ ହୋଇପଡ଼ିଛନ୍ତି। ଏପରି ଜିନିଷ ଗ୍ରହଣ କରାଯାଇପାରିବ ନାହିଁ ବୋଲି ସେ କହିଛନ୍ତି। ମୋ ସ୍ବାମୀ ରନ ସ୍କୋର କରିବାକୁ ସମସ୍ତ ପ୍ରକାର ଉଦ୍ୟମ କରୁଛନ୍ତି। ଅତୀତରେ ମଧ୍ୟ ଏଭଳି ଘଟଣା ଘଟୁଥିଲା, କିନ୍ତୁ ପ୍ରଥମ ଥର ପାଇଁ ମୁଁ ଏବଂ ମୋ ପରିବାରକୁ ଟାର୍ଗେଟ କରାଯାଇଛି। ମୁଁ ଏହି ପ୍ରକାରର ଜିନିଷକୁ ସହି ପାରିବି ନାହଁି ବୋଲି ଆମି କହିଛନ୍ତି। ଆରୋନ ଫିଞ୍ଚଙ୍କ ଶେଷ ୨୬ ଇନିଂସ ବିଷୟରେ କହିବାକୁ ଗଲେ ସେ ହାରାହାରି ୧୫ରେ ସ୍କୋର କରିବାରେ ସକ୍ଷମ ହୋଇଛନ୍ତି। ଏଥିରେ ଟି-୨୦, ଆଇପିଏଲ ଏବଂ ବିଗ ବାସ ଲିଗ ଅନ୍ତର୍ଭୁକ୍ତ। ଏହି ଖରାପ ପ୍ରଦର୍ଶନ ଯୋଗୁ ଚଳିତ ବର୍ଷ ଭାରତରେ ଅନୁଷ୍ଠିତ ହେବାକୁ ଥିବା ଟି -୨୦ ବିଶ୍ୱକପରେ ତାଙ୍କର ସ୍ଥାନ ନିଶ୍ଚିତ ହୋଇନାହିଁ। ଅଷ୍ଟ୍ରେଲିଆ ଏପର୍ଯ୍ୟନ୍ତ ଟି -୨୦ ବିଶ୍ୱକପ ଟାଇଟଲ ଜିତି ନାହିଁ। ଆଇପିଏଲ ନିଲାମରେ ମଧ୍ୟ ଏଥର କୌଣସି ଦଳ ଫିଞ୍ଚ୍‌ଙ୍କୁ କିଣି ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri