ମୋବାଇଲ ଦେଲେନି ବୋଲି ସ୍ବାମୀଙ୍କୁ ପନିକିରେ ହାଣିଲେ ସ୍ତ୍ରୀ

ବଲାଙ୍ଗୀର ଅଫିସ, ୧୩।୩: ମୋବାଇଲ ଦେଲେନି ବୋଲି ସ୍ବାମୀଙ୍କୁ ପନିକିରେ ଆକ୍ରମଣ କରିଛନ୍ତି ସ୍ତ୍ରୀ। ଗୁରୁତର ଅବସ୍ଥାରେ ସ୍ବାମୀଙ୍କୁ ବଲାଙ୍ଗୀରସ୍ଥିତ ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏପରି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲା ପୁଇଁତଲା ଥାନା କେଶେରକେଲା ଗାଁରେ। ଗତ ୬ ବର୍ଷ ତଳେ କେଶେରକେଲା ଗାଁର ଗଣେଶ୍ୱର ସୁନା ଛତିଶଗଡ଼ ବିଳାସପୁରର ଈଶ୍ବରୀ କୁମାରୀଙ୍କୁ ବିବାହ କରିଥିଲେ। ସେମାନଙ୍କର ୪ ବର୍ଷର ଝିଅଟିଏ ମଧ୍ୟ ଅଛି। ବିଭିନ୍ନ ସମୟରେ ସ୍ବାମୀ-ସ୍ତ୍ରୀଙ୍କ ଭିତରେ କଳହ ଲାଗି ରହିଥିଲା।
ସୂଚନାଯୋଗ୍ୟ, ରବିବାର ଈଶ୍ବରୀ ଗଣେଶ୍ୱରଙ୍କୁ ମୋବାଇଲ ମାଗିଥିଲେ। ଡାଟା ଶେଷ ହୋଇଯିବ କହି ସ୍ତ୍ରୀକୁ ମୋବାଇଲ ଦେଇ ନ ଥିଲେ ଗଣେଶ୍ୱର। ଫଳରେ ବିଳମ୍ବିତ ରାତିରେ ସ୍ବାମୀ ଶୋଇଥିବା ଅବସ୍ଥାରେ ହଠାତ୍‌ ଈଶ୍ବରୀ ପନିକି ଆଣି ତାଙ୍କ ମୁଣ୍ଡରେ ଆକ୍ରମଣ କରିଥିଲେ। ଗଣେଶ୍ୱର ପ୍ରତିରୋଧ କରିବାରୁ ତାଙ୍କ ହାତକୁ ମଧ୍ୟ ଆକ୍ରମଣ କରିଥିଲେ। ସ୍ବାମୀଙ୍କୁ ଲହୁଲୁହାଣ କରି ଝିଅ ସହ ଫେରାର ହୋଇଯାଇଛନ୍ତି ସ୍ତ୍ରୀ। ସ୍ଥାନୀୟ ଲୋକେ ଗଣେଶ୍ୱରକୁ ଉଦ୍ଧାରକରି ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ମେଡିକାଲରେ ଥିବାରୁ ଗଣେଶ୍ୱର ଏନେଇ ପୁଇଁତଲା ଥାନାରେ କୌଣସି ଲିଖିତ ଅଭିଯୋଗ କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri