ସ୍ବାମୀଙ୍କ ଜ୍ୟାକେଟ୍‌ଠାରୁ ସ୍ତ୍ରୀଙ୍କ ବ୍ୟାଗ୍‌ ଦାମ୍‌ ଅଧିକ, ମୂଲ୍ୟ ଜାଣିଲେ…

ବଲିଉଡର ଲଭ୍‌ ବାର୍ଡ ରଣବୀର ସିଂ ଏବଂ ଦୀପିକା ପାଦୁକୋନ ସବୁବେଳେ ସେମାନଙ୍କ ଷ୍ଟାଇଲ୍‌କୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ରଣବୀର ନିଜର ଫ୍ୟାଶନ ପାଇଁ ପରିଚିତ ଥିବାବେଳେ ଦୀପିକା ସର୍ବଦା ସୁନ୍ଦର ଲୁକରେ ନଜର ଆସିଥାନ୍ତି। ଦୁହେଁ ଯେଉଁଆଡ଼େ ଯାଆନ୍ତି, ସେମାନେ ନିଜ ଷ୍ଟାଇଲ୍‌ରେ ଲୋକଙ୍କୁ ପାଗଳ କରନ୍ତି। ନିକଟରେ ଦୁହେଁ ଡିନର ପାଇଁ ଏକ ରେଷ୍ଟୁରାଣ୍ଟରେ ପହଞ୍ଚିଥିଲେ। ଯେଉଁଠାରେ ସେମାନଙ୍କ ଷ୍ଟାଇଲ୍‌କୁ ନେଇ ଆଲୋଚନା ହୋଇଥିଲା। ଏଥି ସହିତ ଦୀପିକା ତାଙ୍କ ବିମାନବନ୍ଦର ଲୁକ୍‌କୁ ନେଇ ମଧ୍ୟ ଚର୍ଚ୍ଚାକୁ ଆସିଥିଲେ।
ଯେଉଁଥିରେ ଦୀପିକା ହାଲୁକା ଗୋଲାପୀ ରଙ୍ଗର ଜ୍ୟାକେଟ୍‌ ଏବଂ ଟ୍ରାକ ପ୍ୟାଣ୍ଟରେ ନଜର ଆସିଥିଲେ। ତେବେ ଦୀପିକାଙ୍କ ଲୁକ୍‌ ଅପେକ୍ଷା ତାଙ୍କ ଚମଡା ବ୍ୟାଗ୍‌କୁ ନେଇ ଅଧିକ ଆଲୋଚନା ହୋଇଥିଲା। ତାଙ୍କ ବ୍ୟାଗ ଫେଣ୍ଡି ବ୍ରାଣ୍ଡର, ଯାହାର ମୂଲ୍ୟ ୨,୭୯୦ ଡଲାର, ଯାହାକି ଭାରତୀୟ ମୁଦ୍ରା ଅନୁଯାୟୀ ୨ ଲକ୍ଷ ଟଙ୍କା।
ଗୋଟିଏ ପଟେ ଦୀପିକା ପାଦୁକୋନ ଏତେ ଦାମୀ ବ୍ୟାଗ ବ୍ୟବହାର କରୁଥିବା ବେଳେ ସ୍ବାମୀ ରଣବୀର ସିଂ ଡିନରରେ ହଳଦିଆ ରଙ୍ଗର ଜ୍ୟାକେଟ୍‌ ପିନ୍ଧିଥିଲେ, ଯାହାର ମୂଲ୍ୟ ହେଉଛି ୩ ହଜାର ୨୫ ଟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri