ଆଜି ସ୍ପଷ୍ଟ ହେବ ବାତ୍ୟା ଗତିପଥ

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଆଣ୍ଡାମାନ ସାଗର ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଗୁରୁବାର ଅବପାତରେ ପରିଣତ ହେବ। ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଗୁରୁବାର ଅବପାତର ରୂପ ନେବ। ଅବପାତରେ ପରିଣତ ହେଲା ପରେ ବାତ୍ୟା କେଉଁଠି ମାଡ଼ ହେବ ତାହା ସ୍ପଷ୍ଟ ହେବ ବୋଲି ବୁଧବାର ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମ୍ଭାବ୍ୟ ବାତ୍ୟା କେଉଁ ସ୍ଥାନରେ ଉପକୂଳ ଅତିକ୍ରମ କରିବ,ଏହାର ତୀବ୍ରତା କେତେ ରହିବ ଗୁରୁବାର ସ୍ପଷ୍ଟ ହେବାର ଥିଲେ ସୁଦ୍ଧା ୪ତାରିଖ ସକାଳେ ଉତ୍ତର ଆନ୍ଧ୍ର, ଓଡ଼ିଶା ଉପକୂଳରେ ପହଞ୍ଚତ୍ବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୩ତାରିଖଠାରୁ ଓଡ଼ିଶା ଉପକୂଳରେ ବର୍ଷା ଆରମ୍ଭ ହୋଇଯିବ। ୪ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏହା ପ୍ରଭାବରେ ପବନ ମଧ୍ୟ ବହିବ। ସେ ଆହୁରି ମଧ୍ୟ କହିଛନ୍ତି, ୪ରେ ବାତ୍ୟା ଉପକୂଳ ପାଖାପାଖି ହେଲେ ବି ଅତିକ୍ରମ କରି ନ ପାରେ। ବାତ୍ୟା ସ୍ଥଳଭାଗ ନ ଛୁଇଁ ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୩ରୁ ୫ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ବର୍ଷା ହେବ।
ସେପଟେ ମଙ୍ଗଳବାର ଦକ୍ଷିଣ ଆଣ୍ଡାମାନ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଥିଲା। ଏହା ଆଣ୍ଡାମାନ ସାଗରରେ ପ୍ରବେଶ କରିବା ପରେ ବୁଧବାର କେନ୍ଦ୍ରୀୟ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ୩ ରୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଶେଷ କରି ଉପକୁଳ ଓଡ଼ିଶାରେ ବର୍ଷିବ। ୩ ତାରିଖରେ ଗଜପତି, ଗଞ୍ଜାମ, ପୁରୀ ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହେବ ଏବଂ ଏ ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। କିନ୍ତୁ ୪ ତାରିଖରେ ଗଞ୍ଜାମ, ଗଜପତି, ପୁରୀ ଓ ଜଗତ୍‌ସିଂହପୁର ଜିଲାରେ ପ୍ରବଳରୁ ଅତ୍ୟଧିକ ପ୍ରବଳ ବର୍ଷା ହେବ। ୨୦ସେମିରୁ ଅଧିକ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଏହି ୪ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି ହୋଇଛି। ସେହିଦିନ କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ଏବଂ ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୪ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ମାଲକାନଗିରିରେ ପ୍ରବଳ ବର୍ଷା ହେବ ଏବଂ ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୫ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର, କଟକ ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏ ସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିଦିନ କେନ୍ଦୁଝର, ଅନୁଗୋଳ,ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତିରେ ବର୍ଷା ହେବା ସମ୍ଭାବନା ରହିଥିବାରୁ ଏ ସବୁ ଜିଲାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଚିନଙ୍କ ଭଳି ହେବେ ବୈଭବ! BCCIର ୫ ପ୍ଲାନ୍‌ରେ ବଦଳିବ ଯୁବ ତାରକାଙ୍କ ଭବିଷ୍ୟତ

ନୂଆଦିଲ୍ଲୀ,୪।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ଚର୍ଚ୍ଚା ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ ସ୍ବପ୍ନ ଦେଖୁଛି ବିସିସିଆଇ। ଭାରତୀୟ କ୍ରିକେଟ୍ର ମହାନ…

ରାତିଅଧରେ ଫାର୍ମ ହାଉସକୁ ଡାକିନେଇ ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ: ମରିଗଲା ଭାବି…

ଦିଗପହଣ୍ଡି,୪|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟିର ପ୍ରମୁଖ ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ପାକିସ୍ତାନର ବୟାନବାଜି: ‘ବଞ୍ଚିବା ପାଇଁ ଭାରତର ସାହାରା ନେବାକୁ ପଡୁଛି’, ଜାଣନ୍ତୁ କିଏ କହିଲେ ଏମିତି ଯାହା ହେଉଛି ଭାଇରାଲ

ଇସଲାମାବାଦ,୪।୯: ମୋହସିନ ନକଭି ପାକିସ୍ତାନ କ୍ରିକେଟ ବୋର୍ଡର ଅଧ୍ୟକ୍ଷ ହେବା ପରଠାରୁ, ପାକିସ୍ତାନ କ୍ରିକେଟ ନିମ୍ନଗାମୀ ହୋଇ ପଡ଼ିଛି, ରାସ୍ତାରେ ଗମ୍ଭୀର ଅଭିଯୋଗର ସମ୍ମୁଖୀନ ହେଉଛି। ଦଳ…

୧ ଅକ୍ଟୋବରରୁ SBIର ନୂଆ ନିୟମ: ସାଲାରି ଆକାଉଣ୍ଟଧାରୀଙ୍କ ପାଇଁ ଲାଗିବ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୪।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI) ନିଜ ସାଲାରି ପ୍ୟାକେଜ ଆକାଉଣ୍ଟ ହୋଲ୍ଡରଙ୍କ ପାଇଁ ATM ଟ୍ରାଞ୍ଜାକ୍ସନ ନିୟମରେ…

ମଣିଷ ଭଳି ଭାବିବ AI! OpenAI ଲଞ୍ଚ କଲା GPT-6 Astra

ନୂଆଦିଲ୍ଲୀ,୪।୯: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ କ୍ଷେତ୍ରରେ ଆଉ ଏକ ବଡ଼ ପଦକ୍ଷେପ ନେଇଛି OpenAI । କମ୍ପାନୀ ନିଜର ନୂଆ AI ମଡେଲ୍ GPT-6 Astraର ରୋଲ୍‌ଆଉଟ୍ ଆରମ୍ଭ…

Vaibhav Sooryavanshi ଖେଳିବେ ନା ନାହିଁ? ନିଷ୍ପତ୍ତି ଗୌତମ ଗମ୍ଭୀରଙ୍କ ଉପରେ ନିର୍ଭର କରେ

ନୂଆଦିଲ୍ଲୀ,୪।୯: ଦକ୍ଷିଣ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ଫାଇନାଲ ସେପ୍ଟେମ୍ବର 6 ରୁ ଚେନ୍ନାଇରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚରେ Vaibhav…

ମେଲୋନିଙ୍କୁ ଖାସ୍‌ ମେସେଜ୍‌ ପଠାଇଲେ ମୋଦି, କହିଲେ ଡିୟର…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୪।୯: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନୂଆ ରାଜନୈତିକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ଉପଲବ୍ଧି ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଅଭିନନ୍ଦନ…

ସିଏମ୍‌ କିଷାନ ମେଳାରେ ଚାଷୀଙ୍କ ବିକ୍ଷୋଭ: ଅତିଥି ଭାଷଣ ଦେବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକରେ ଶୁକ୍ରବାର ଅନୁଷ୍ଠିତ ସିଏମ୍‌ କିଷାନ ମେଳାରେ ଚାଷୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ବାଇଁ, ଜିଲା ମୁଖ୍ୟ କୃଷି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri