ବାତ୍ୟା ପ୍ରଭାବ ନାହିଁ

ଭୁବନେଶ୍ୱର, ୧୦ା୫(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅସାନି’ ଭୟଙ୍କର ବାତ୍ୟାରେ ପରିଣତ ହୋଇଛି। ସୋମବାର ସନ୍ଧ୍ୟାସୁଦ୍ଧା ପୁରୀଠାରୁ ଦକ୍ଷିଣ ଦିଗରେ ଏହା ୫୯୦ କି.ମି. ଦୂର ଏବଂ ବିଶାଖାପାଟଣାଠାରୁ ୪୧୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ଘଣ୍ଟା ପ୍ରତି ୧୬ କିଲୋମିଟର ବେଗରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ମଙ୍ଗଳବାର ସନ୍ଧ୍ୟା ପର୍ଯ୍ୟନ୍ତ ଏହା ଉତ୍ତର ପଶ୍ଚିମ ଦିଗ ଦେଇ ଗତିକରି ପଶ୍ଚିମ କେନ୍ଦ୍ରୀୟ ଏବଂ ଉତ୍ତର ପୂର୍ବ ବଙ୍ଗୋପସାଗର ଦେଇ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ଉପକୂଳକୁ ଅଗ୍ରସର ହେବ। ଏହାପରେ ବାତ୍ୟା ଦିଗ ପରିବର୍ତ୍ତନ କରି ଉତ୍ତର ପଶ୍ଚିମ ଓ ଓଡ଼ିଶା ଉପକୂଳ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ଏହାର ୨୪ ଘଣ୍ଟା ପରେ ଏହା ଧୀରେ ଧୀରେ ଦୁର୍ବଳ ହୋଇ ଭୀଷଣ ବାତ୍ୟାରୁ ଏକ ବାତ୍ୟାର ରୂପ ନେବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ମୋଟାମୋଟି ଭାବେ ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ। ସ୍ଥଳଭାଗ ନିକଟତର ହେବାବେଳକୁ ବଳ କମିଯାଇଥିବ। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ୨ ଦିନ ହାଲୁକା ବର୍ଷା ହେବ ବୋଲି ଅନୁମାନ କରାଯାଇଛି।
ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଆକଳନ ଅନୁସାରେ, ବାତ୍ୟା ଉପକୂଳ ଅତିକ୍ରମ କରିବା ସମ୍ଭାବନା ନାହିଁ। ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁଯାୟୀ, ବାତ୍ୟା ପ୍ରଭାବରେ ଉପକୂଳ ଅଞ୍ଚଳରେ ଅତିବେଶିରେ ୪୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ବାତ୍ୟା ପ୍ରଭାବରେ ମଙ୍ଗଳବାର ଗଜପତି, ଗଞ୍ଜାମ ଓ ପୁରୀରେ ସ୍ବଳ୍ପରୁ ମଧ୍ୟମରୁ ପ୍ରବଳ ବର୍ଷା ହେବ। ୧୧ ତାରିଖରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତ୍‌ସିଂହପୁରରେ ବର୍ଷାର ପୂର୍ବାନୁମାନ କରାଯାଇଥିବା ବେଳେ ୧୨ ତାରିଖରେ ପୁରୀ, ଜଗତ୍‌ସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱରରେ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ଏସ୍‌ଆରସି(ସ୍ବତନ୍ତ୍ର ରିଲିଫ କମିଶନର) ପ୍ରଦୀପ ଜେନା କହିଛନ୍ତି, ଓଡ଼ିଶା ଉପରେ ବାତ୍ୟା ‘ଅସାନି’ର ବିପଦ ନାହିଁ। କାରଣ ଏହା ପୁରୀଠାରୁ ୧୦୦ କିଲୋମିଟର ଦୂରରେ ଯିବ। ଏହି ସମୟରେ ଉପକୂଳରେ ପବନର ବେଗ ଘଣ୍ଟା ପ୍ରତି ୫୦ କିମି ରହିପାରେ। ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ନ ଯିବା ଲାଗି ପରାମର୍ଶ ଦିଆଯାଇଛି।
ବାତ୍ୟା ପ୍ରଭାବରେ ଆସନ୍ତା ୧୨ ତାରିଖ ଯାଏ ରାଜ୍ୟରେ ପାଗ ମେଘୁଆ ରହିବା ସହ ପାରଦ ତଳମୁହାଁ ରହିବ। ୧୩ ତାରିଖରୁ ପୁଣି ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ମାଡ଼ିଆସିବ। ସମଗ୍ର ରାଜ୍ୟ ପୁଣି ତତଲା ତାଓ୍ବାରେ ଶିଝିବ। ୧୪ ତାରିଖରେ ପଶ୍ଚିମ, ଆଭ୍ୟନ୍ତରୀଣ ଓଡ଼ିଶାରେ ସର୍ବୋଚ୍ଚ ତାପମାତ୍ରା ୪୫ ଡିଗ୍ରୀ ସେଲସିୟସ୍‌କୁ ଟିପିଯିବା ସମ୍ଭାବନା ରହିଛି। ସେହିପରି ୧୫ ତାରିଖରୁ ଉପକୂଳ ଓଡ଼ିଶାରେ ତାତି କଲବଲ କରିବ। ପାରଦ ୪୫ ଡିଗ୍ରୀ ଛୁଇଁବା ସହ ଆର୍ଦ୍ରତା ପରିମାଣ ବଢ଼ିଯିବ। ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri