ଦାନା ବାନ୍ଧୁଛି ବାତ୍ୟା

ଭୁବନେଶ୍ୱର,୧୯ା୫(ବ୍ୟୁରୋ):କରୋନା ମହାମାରୀ ବିପଦରେ ଘାଣ୍ଟି ହେଉଥିବା ଓଡ଼ିଶା ଆଉ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେବାକୁ ଯାଉଛି। ଆରବସାଗର ପରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ବାତ୍ୟା ଦାନା ବାନ୍ଧୁଛି। ଆସନ୍ତା ୨୦ କିମ୍ବା ୨୧ ତାରିଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ୨୩ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ। ଏହା ଧୀରେ ଧୀରେ ଘନୀଭୂତ ହୋଇ ବାତ୍ୟାରେ ରୂପାନ୍ତରିତ ହୋଇପାରେ। ଆସନ୍ତା ୨୫ ତାରିଖରେ ଏହା ଭୟଙ୍କର ବାତ୍ୟାରେ ପରିଣତ ହୋଇ ସ୍ଥଳଭାଗ ଆଡ଼କୁ ମାଡ଼ିଆସିବ ବୋଲି ଅନୁମାନ କରାଯାଉଛି। ତେବେ ପ୍ରାଥମିକ ଆକଳନ ଅନୁଯାୟୀ ବାତ୍ୟାର ବେଗ ୯୦ରୁ ୧୧୦ କି.ମି. ରହିପାରେ। ଏହା ଜଗତ୍‌ସିଂହପୁର ଓ ବାଲେଶ୍ୱର ମଧ୍ୟଦେଇ ମେ’ ୨୬ରେ ସ୍ଥଳଭାଗ ଅତିକ୍ରମ କରିପାରେ। ଯଦି ବାତ୍ୟା ଗତିପଥ ବଦଳାଏ, ତେବେ ତାହା ପଶ୍ଚିମବଙ୍ଗ କିମ୍ବା ବାଂଲାଦେଶ ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାର ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୨୧ ତାରିଖରେ ଦକ୍ଷିଣ ଆଣ୍ଡାମାନ ଉପକୂଳରେ ପହଞ୍ଚିପାରେ। ଏଥିଯୋଗୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୩ରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଲଘୁଚାପର ଗତିବିଧି ଉପରେ ତୀକ୍ଷ୍ଣ ନଜର ରଖାଯାଇଛି। ୨୨ ତାରିଖରେ ଲଘୁଚାପର ସ୍ଥିତି ଓ ବେଗ ସମ୍ପର୍କରେ ପୂର୍ବାନୁମାନ କରାଯାଇପାରିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ନିର୍ଦ୍ଦେଶକ ଏଚ୍‌.ଆର. ବିଶ୍ୱାସ କହିଛନ୍ତି।
ଲଘୁଚାପ ଯଦି ବାତ୍ୟାରେ ପରିଣତ ହୁଏ, ତେବେ ତାହା ବଙ୍ଗୋପସାଗରରେ ଚଳିତ ବର୍ଷର ପ୍ରଥମ ବାତ୍ୟା ହେବ। ଅନ୍ୟପକ୍ଷରେ ଆରବସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ତଉକ୍‌ତାଏ ସ୍ଥଳଭାଗ ଅତିକ୍ରମ କରି ସାରିଥିବାରୁ ରାଜ୍ୟରେ ପାଗ ଶୁଖିଲା ରହିବା ସହ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଏହାର ପ୍ରଭାବରେ ଆସନ୍ତା ୨୦ ଏବଂ ୨୧ ତାରିଖରେ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପାଗ ଶୁଖିଲା ରହିବା ସହ ଉପକୂଳ ଓଡ଼ିଶାରେ ଗୁଳୁଗୁଳି ବଢ଼ିବା ନେଇ ପୂର୍ବାନୁମାନ କରାଯାଇଛି।
ରାଜ୍ୟରେ ଗତ ଦୁଇଦିନ ହେବ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରିରହିଛି। ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ସେଲ୍‌ସିୟସକୁ ଛୁଇଁଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ସୋନପୁରରେ ସର୍ବାଧିକ ତାପମାତ୍ରା ୪୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁର ୪୧.୨, ସୁନ୍ଦରଗଡ଼ ୪୧, ତାଳଚେର ୪୦.୭, ଭବାନୀପାଟଣା ୪୦.୫, ଫୁଲବାଣୀ ୪୦.୪, ଟିଟିଲାଗଡ଼ ୪୦.୨, ମାଲକାନଗିରି ୪୦ ଏବଂ ବୌଦ୍ଧରେ ସର୍ବାଧିକ ୪୧.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri