ମାଡ଼ି ଆସୁଛି ବାତ୍ୟା ‘ୟାସ’: ୪ମିଟର ଉଠିବ ସାମୁଦ୍ରିକ ଜୁଆର

ଭୁବନେଶ୍ୱର,୨୪ା୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ(ଡିପ୍ରେଶନ) ସୋମବାର ଭୟଙ୍କର ବାତ୍ୟାରେ ପରିଣତ ହୋଇଛି। ଏହା ପାରାଦୀପଠାରୁ ପୂର୍ବ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ୫୨୦ କିଲୋମିଟର ଏବଂ ବାଲେଶ୍ୱରର ଦକ୍ଷିଣ ଦକ୍ଷିଣ ପୂର୍ବ ଦିଗରେ ୬୦୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏଥିସହିତ ବାତ୍ୟା ପଶ୍ଚିମବଙ୍ଗର ଦିଘାଠାରୁ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗର ୫୯୦ କିଲୋମିଟର ଦୂରରେ ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଧୀରେ ଧୀରେ ଉତ୍ତର-ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରୁଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅତି ଭୟଙ୍କର ରୂପ ଧାରଣ କରି ଉପକୂଳ ମୁହାଁ ହେବ। ୨୬ ତାରିଖ ସକାଳେ ଏହା ବାଲେଶ୍ୱର ଚାନ୍ଦିପୁର ନିକଟରେ ମାଡ଼ ହେବା ନେଇ ପୂର୍ବାନୁମାନ କରାଯାଉଛି।

ବାତ୍ୟା ‘ୟାସ’ର ଅପଡେଟ୍‌

– ମେ’ ୨୬ତାରିଖ ମଧ୍ୟାହ୍ନରେ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ୟାସ’

– ବାଲେଶ୍ୱର ଚାନ୍ଦିପୁର ନିକଟରେ ମାଡ଼ ହେବା ନେଇ ପୂର୍ବାନୁମାନ

– ପାରାଦୀପଠାରୁ ୪୯୦କି.ମି.ଦୂରରେ ରହିଛି ବାତ୍ୟା ୟାସ

– ବାଲେଶ୍ୱରଠାରୁ ୫୯୦କିମି ଦୂରରେ ରହିଛି

– ସମୁଦ୍ରରେ ପବନର ବେଗ ୬୫ରୁ ୮୫କି.ମି. ରହିଛି

– ଲ୍ୟାଣ୍ଡଫଲ ସମୟରେ ପବନର ବେଗ ୧୫୫ରୁ ୧୮୫କିମି ରହିବ

– ଉପକୂଳ ଅଞ୍ଚଳରେ ୪୦ରୁ ୫୦କି.ମି. ଭିତରେ ପବନ ହେଉଛି

– ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକରେ ବାତ୍ୟାର ପ୍ରଭାବ ବେଶି ରହିବ
ଏହି ଜିଲାଗୁଡିକରେ ୧୨୦ରୁ ୧୬୦କି.ମି. ବେଗରେ ପବନ ବହିପାରେ

-ଖୋର୍ଦ୍ଧା ଓ ପୁରୀ ଜିଲାରେ ୯୦ରୁ ୧୨୦କି.ମି. ବେଗରେ ପବନ ହୋଇପାରେ

– ମଙ୍ଗଳବାର ଭୀଷଣ ବାତ୍ୟାର ରୂପ ନେବ ୟାସ

– ୨ରୁ ୪ମିଟର ପର୍ଯ୍ୟନ୍ତ ସାମୁଦ୍ରିକ ଜୁଆର ଉଠିବା ସମ୍ଭାବନା

– ପାରାଦୀପ ଓ ଧାମରା ପାଇଁ ବିପଦ ସଙ୍କେତ ୪ ଜାରି

– ପୁରୀ ଓ ଗୋପାଳପୁର ପାଇଁ ବିପଦ ସଙ୍କେତ ୩

ସୋମବାରଠାରୁ କେନ୍ଦ୍ରାପଡ଼ା, କୋଣାର୍କ, ଚନ୍ଦ୍ରଭାଗା, ବାଲେଶ୍ୱର, ଭଦ୍ରକ ଆଦି ଅଞ୍ଚଳରେ ବର୍ଷା ଆରମ୍ଭ

– ବାତ୍ୟା ପ୍ରଭାବିତ ହେବାକୁ ଥିବା ଅଞ୍ଚଳବାସୀ ପକ୍କା ଘର ଓ ବାତ୍ୟା ଆଶ୍ରୟସ୍ଥଳୀକୁ ଯିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?